ଭାଜପାର ଅଚ୍ଛେଦିନ୍‌ କୁଆଡ଼େ ଗଲା: ନବୀନ

ଭୁବନେଶ୍ୱର,୧୬ା୫ (ଅନିଲ ଦାସ)ଭାଜପା କେବଳ କୁମ୍ଭୀର କାନ୍ଦଣା କାନ୍ଦୁଛି, ଅଚ୍ଛେଦିନ କୁଆଡ଼େ ଗଲା। ଉତ୍ତର ଦେଉନାହାନ୍ତି କାହିଁକି ବୋଲି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଭାଜପା ନେତାମାନଙ୍କୁ ପ୍ରଶ୍ନ କରିଛନ୍ତି। ମୁଖ୍ୟମନ୍ତ୍ରୀ ବୁଧବାର ସମ୍ବଲପୁର ଲୋକ ସଭା କ୍ଷେତ୍ରର ଦେବଗଡ଼, ଛେଣ୍ଡିପଦା ଓ ଆଠମଲ୍ଲିକ ଏବଂ ସୁନ୍ଦରଗଡ଼ ଲୋକ ସଭା କ୍ଷେତ୍ରର ରାଉରକେଲାରେ ନିର୍ବାଚନ ପ୍ରଚାର କରି କହିଛନ୍ତି ଯେ ଓଡ଼ିଶାରେ ଜୁଲାଇରୁ ମାଗଣା ବିଜୁଳି ମିଳିବ, ଆପଣମାନେ ଖୁସି ତ। ନବୀନ ପଟ୍ଟନାୟକ ଭଲ କି ପ୍ରଶ୍ନରେ ‘ହଁ’ ଧ୍ୱନିରେ ପ୍ରକମ୍ପିତ ହୋଇଥିଲା ସଭାସ୍ଥଳ। ସେ ତାଙ୍କ ସରକାରର ବିଭିନ୍ନ କଲ୍ୟାଣକାରୀ ଯୋଜନାର ସୁଫଳ ସମ୍ପର୍କରେ ଲୋକଙ୍କୁ ପଚାରିଛନ୍ତି। ବିଏସ୍‌କେୱାଇ, ମିଶନ ଶକ୍ତି, ମମତା, କାଳିଆ, ଲକ୍ଷ୍ମୀ ବସ୍‌, ୫-ଟି ସ୍କୁଲ ରୂପାନ୍ତରଣ, ପିଲାଙ୍କ ସ୍କଲାରଶିପ୍‌ ଭଳି ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ସମ୍ପର୍କରେ ସେ ପଚାରିଛନ୍ତି ଏବଂ ଜନତା ବିପୁଳ ସମ୍ମତି ଦେଇଛନ୍ତି। ଦେବଗଡ଼, ଛେଣ୍ଡିପଦା ଓ ଆଠମଲ୍ଲିକରେ ଆୟୋଜିତ ନିର୍ବାଚନୀ ସଭାରେ ବିପୁଳ ଜନସମାଗମ ଦେଖିବାକୁ ମିଳିଛି। ମୁଖ୍ୟମନ୍ତ୍ରୀଙ୍କୁ ଦେଖି ଉପସ୍ଥିତ ଜନତା ଭାବବିହ୍ବଳ ହୋଇଯାଇ ଉଚ୍ଛ୍ବସିତ ସ୍ବରରେ ଜିନ୍ଦାବାଦ ଧ୍ୱନି କରି ନବୀନଙ୍କୁ ଭବ୍ୟ ସ୍ବାଗତ କରିଛନ୍ତି । ମା’ ସମଲେଇ ଏବଂ ପରିକ୍ରମା ପ୍ରକଳ୍ପ ବିଷୟରେ ମତାମତ ନେବାବେଳେ ଉପସ୍ଥିତ ଲୋକ କରତାଳି ଦେଇ ନିଜର ଖୁସି ପ୍ରକାଶ କରିଛନ୍ତି। ଏମ୍‌ପି ଓ ବିଧାୟକ ପ୍ରାର୍ଥୀଙ୍କୁ ଆଶୀର୍ବାଦ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

VIDEO:ଷ୍ଟ୍ରେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri