ମୁଖ୍ୟମନ୍ତ୍ରୀଙ୍କ ନୈତିକତା କୁଆଡ଼େ ଗଲା: ଧର୍ମେନ୍ଦ୍ର

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ମମିତା ମେହେର ହତ୍ୟା ମାମଲାକୁ ନେଇ ଶୁକ୍ରବାର ରାଜ୍ୟ ସରକାର ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବର୍ଷିଛନ୍ତି। ଦଳୀୟ କାର୍ଯ୍ୟାଳୟଠାରେ ମିଶ୍ରଣ ପର୍ବ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ଧର୍ମେନ୍ଦ୍ର ସିଧାସଳଖ ମମିତା ହତ୍ୟା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ନୈତିକତା ଉପରେ ପ୍ରଶ୍ନ ଉଠାଇଛନ୍ତି।
ଧର୍ମେନ୍ଦ୍ର କହିଛନ୍ତି, ଲାଲବାହାଦୁର ଶାସ୍ତ୍ରୀ ରେଳ ଦୁର୍ଘଟଣା ପରେ ନୈତିକତା ଚାପରେ ଇସ୍ତଫା ଦେଇଥିଲେ। ଲାଲକୃଷ୍ଣ ଆଡଭାନୀ ମଧ୍ୟ ହାଓ୍ବଲା ମାମଲାରେ ନୈତିକତା ଦୃଷ୍ଟିରୁ ବିରୋଧୀ ଦଳ ନେତା ପଦବୀରୁ ଇସ୍ତଫା ଦେବାର ନଜିର ରହିଛି। ଦୀର୍ଘଦିନର ଶାସନ କାଳରେ ମୁଖ୍ୟମନ୍ତ୍ରୀ ନବୀନ ଅନେକ ଘଟଣା କିମ୍ବା ଦୁର୍ନୀତି ମାମଲାରେ ନୈତିକତା ଦୃଷ୍ଟିରୁ ବହୁ ନେତା ଓ ମନ୍ତ୍ରୀଙ୍କୁ ଇସ୍ତଫା ଦେବାକୁ କହିଛନ୍ତି। ହେଲେ ମମିତା ମେହେର ଘଟଣାରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ସମ୍ପୃକ୍ତି ଥିବାର ଅଭିଯୋଗ ସତ୍ତ୍ୱେ ମୁଖ୍ୟମନ୍ତ୍ରୀଙ୍କ ନୈତିକତା କୁଆଡ଼େ ଗଲା ବୋଲି ଧର୍ମେନ୍ଦ୍ର ପ୍ରଶ୍ନ କରିଛନ୍ତି। ପୁଣି ମମିତାଙ୍କ ବାପା, ମା’ଙ୍କ ୧୬୪ ବୟାନ ରେକର୍ଡ କରାଯାଇନାହିଁ। ଏଭଳି ସ୍ଥିତିରେ ସେମାନଙ୍କ ଉପରେ ଚାପ ପକାଇ ପ୍ରାୟୋଜିତ ମାମଲା କରାଯିବା ସହ ତ୍ୱରିତ ଶୁଣାଣି ପାଇଁ କେସ୍‌ ହୋଇଛି। ମାମଲାର ଚାର୍ଜଶିଟ୍‌ ହୋଇ ନ ଥିବାବେଳେ ତ୍ୱରିତ ଶୁଣାଣି ପାଇଁ ଅପିଲ୍‌ କରିବା ଅତ୍ୟନ୍ତ ହାସ୍ୟାସ୍ପଦ। ରାଜ୍ୟରେ ବିଜେଡି-ଭାଜପା ମେଣ୍ଟ ସରକାର ଥିବାବେଳେ କିଏ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ଆଠଗଡ଼ ନେଇ ଯାଇଥିଲା ବୋଲି ସେ ପ୍ରଶ୍ନ କରିଛନ୍ତି। ୨୦୦୦ ମସିହାର ଆଠଗଡ଼ ନିର୍ବାଚନ ସଭା ଅଞ୍ଜନା ମିଶ୍ର ପ୍ରସଙ୍ଗରେ ହୋଇଥିଲା ନା ନାହିଁ। ସେତେବେଳେ ଏହି ପ୍ରସଙ୍ଗ ଯଦି ସମ୍ବେଦନଶୀଳ ଥିଲା ତେବେ ବର୍ତ୍ତମାନ ଓଡ଼ିଆ ଝିଅର ଇଜ୍ଜତକୁ ନେଇ ବିରୋଧୀ ଦଳ ପ୍ରଶ୍ନ ଉଠାଇଲେ ତାହାକୁ ହୀନ ରାଜନୀତି କିଭଳି କୁହାଯିବ ବୋଲି ମଧ୍ୟ ସେ ପ୍ରଶ୍ନ କରିଛନ୍ତି। ଓଡ଼ିଆ ଲୋକ ଭରସା କରି ମୁଖ୍ୟମନ୍ତ୍ରୀଙ୍କୁ ଭୋଟ ଦେଇଛନ୍ତି। କିନ୍ତୁ ସେହି ଦମ୍ଭରେ ପ୍ରଶ୍ନ ପଚାରିବାକୁ ଆଉ କାହାର ଅଧିକାର ନାହିଁ ବୋଲି ଭାବିବା ଠିକ୍‌ ନୁହେଁ। କାହାରି ଅହଂକାର ବେଶିଦିନ ତିଷ୍ଠିନି ବୋଲି ସେ କହିଛନ୍ତି। ଧର୍ମେନ୍ଦ୍ର ଆହୁରି କହିଛନ୍ତି, କରୋନା ସମୟରେ ପାଖାପାଖି ଦେଢ଼ବର୍ଷ ପର୍ଯ୍ୟନ୍ତ ମୋଦି ସରକାର ଜଣ ପିଛା ୫ କେଜି ଚାଉଳ, ଡାଲି ଦେଇଥିଲେ। ମାଗଣାରେ ଘର, ଖାଦ୍ୟ, ବିଜୁଳି, ଗ୍ୟାସ୍‌, ଶୌଚାଳୟ, ପିଇବାପାଣି ଯୋଗାଇଛନ୍ତି। ସମଗ୍ର ଦେଶର ୧୧୩ କୋଟି ଲୋକଙ୍କ କରୋନା ଟିକାର ଡୋଜ ଦିଆଯାଇଛି। ସେଥିମଧ୍ୟରୁ ୪୦କୋଟି ଲୋକଙ୍କୁ ୨ ଡୋଜ ଦିଆସରିଛି। ହେଲେ ଓଡ଼ିଶାରେ ୨୫ ଲକ୍ଷରୁ ଅଧିକ ଟିକା ମହଜୁଦ ରହିଛି। ଟିକାକରଣ କ୍ଷେତ୍ରରେ ଓଡ଼ିଶା ଏକ ପଛୁଆ ରାଜ୍ୟ। ଗରିବ, ଚାଷୀ, ପଛୁଆ ଲୋକ, ଆଦିବାସୀଙ୍କ ପାଇଁ ବହୁ କଲ୍ୟାଣକାରୀ ଯୋଜନା ଆରମ୍ଭ ହୋଇଛି। ହେଲେ ଏହାକୁ ହିତାଧିକାରୀଙ୍କ ନିକଟରେ ପହଞ୍ଚାଇବା ପାଇଁ ଓଡ଼ିଶାର ବିକଳ୍ପ ବ୍ୟବସ୍ଥା ଦରକାର ବୋଲି ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର ରାଉତରାୟଙ୍କ...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri