ଚାଇନା ମନ୍ତ୍ରୀ ଗଲେ କୁଆଡେ, ସରକାର କ୍ୱିନ୍‌ ଗେଙ୍ଗଙ୍କ ସବୁ ଡେଟା ହଟାଇଲେ…

ଓ୍ବାଶିଂଟନ,୨୭।୭ : ଗତ ଏକ ମାସ ହେବ ନିଖୋଜ ଥିବା ଚାଇନାର ବୈଦେଶିକ ମନ୍ତ୍ରୀ କ୍ୱିନ ଗେଙ୍ଗଙ୍କୁ ଏହି ପଦରୁ ହଟାଇ ଦିଆଯାଇଛି। ତାଙ୍କ ସ୍ଥାନରେ ପୂର୍ବତନ ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟିଙ୍କୁ ପୁଣିଥରେ ବୈଦେଶିକ ମନ୍ତ୍ରୀ କରାଯାଇଛି। ଗେଙ୍ଗ ମାତ୍ର ୨୦୭ ଦିନ ବୈଦେଶିକ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ। ଗେଙ୍ଗ କେଉଁଠାରେ ଅଛନ୍ତି ତାହା ଏପର୍ଯ୍ୟନ୍ତ ଜଣା ପଡିନାହିଁ।

ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ୫୭ ବର୍ଷିୟ ଗେଙ୍ଗଙ୍କ ସହ ଜଡିତ ସମସ୍ତ ରେକର୍ଡ ଚାଇନା ବୈଦେଶିକ ମନ୍ତ୍ରଣାଳୟର ଅଫିସିଆଲ ୱେବସାଇଟରୁ ହଟାଇ ଦିଆଯାଇଛି। ଖବର ଅନୁଯାୟୀ, ବୁଧବାର ଯେତେବେଳେ ଚାଇନା ବୈଦେଶିକ ମନ୍ତ୍ରଣାଳୟର ୱେବସାଇଟରେ ଗେଙ୍ଗଙ୍କ ନାମ ପ୍ରବେଶ କରାଯାଇଥିଲା, ସେତେବେଳେ ୱେବସାଇଟ ଉପଲବ୍ଧ ନୁହେଁ କିମ୍ବା ଡିଲିଟ ଲେଖାଯାଇଥିଲା। ତେବେ ଗେଙ୍ଗଙ୍କ ସହ ଜଡିତ ସୂଚନା ବର୍ତ୍ତମାନ ବାଣିଜ୍ୟ ମନ୍ତ୍ରଣାଳୟର ଚାଇନା ଷ୍ଟେଟ କାଉନସିଲ ୱେବସାଇଟରେ ଉପଲବ୍ଧ।

କିଛି ଗଣମାଧ୍ୟମ ରିପୋର୍ଟରେ ଦର୍ଶାଯାଇଛି ସ୍ବାସ୍ଥ୍ୟ ସମସ୍ୟା ଯୋଗୁୁ ୱାଙ୍ଗ ୟି ଗେଙ୍ଗଙ୍କ ସ୍ଥାନ ନେଇଛନ୍ତି। ଏଥିସହିତ ଟେଲିଭିଜନ ଆଙ୍କରଙ୍କ ସହ ନିକଟତରତା ହେତୁ ତାଙ୍କୁ ଏହି ପଦବୀରୁ ହଟାଇ ଦିଆଯାଇଥିବା କେତେକ ରିପୋର୍ଟରେ ଦାବି କରାଯାଇଛି। ଆହୁରି ମଧ୍ୟ ଆଲୋଚନା ହେଉଛି ରାଷ୍ଟ୍ରପତି ଶି ଜିନପିଙ୍ଗ ତାଙ୍କ କାର୍ଯ୍ୟରେ ଖୁସି ନ ଥିଲେ ଏବଂ ସେଥିପାଇଁ ତାଙ୍କୁ ଏହି ପଦରୁ ହଟାଇ ଦିଆଯାଇଥିଲା। ଯଦିଓ ଚାଇନା ଗଣମାଧ୍ୟମ ଏପର୍ଯ୍ୟନ୍ତ କୌଣସି ଅଫିସିଆଲ ବିବୃତ୍ତି ଦେଇନାହିଁ।

 


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

‘ଏଠାରେ ଏସବୁ ନାଟକ ଚଳିବନି’, ଅଭିଜିତ ଦୀପକେଙ୍କୁ ପାର୍କରୁ ତଡ଼ିଦେଲେ ଲୋକେ, ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୧୩।୮: ଜନ୍ତର-ମନ୍ତର ସିଜନ-୨ର ପ୍ରସ୍ତୁତି ପାଇଁ ଦିଲ୍ଲୀରେ ବୈଠକ କରିବାକୁ ସ୍ଥାନ ଖୋଜୁଥିବା ଅଭିଜିତ ଦୀପକେ ଏବଂ ତାଙ୍କ ଟିମ୍‌କୁ ଏକ ରେସିଡେଣ୍ଟ ସୋସାଇଟିର ପାର୍କକୁ ଯିବା…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ଅତଣ୍ଡା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ ସାଜିଛି।…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri