୧୩ ଦିନ ହେବ କୁଆଡ଼େ ପଳାଇଛନ୍ତି ଓଁକାର: ଚିନ୍ତାରେ ପରିବାର

ନୂଆପଡ଼ା/କୋମନା,୩୦।୧୨(ମକାରୁ ବେମାଲ/ ମହେଶ ବାଗ):ନୂଆପଡା ଜିଲା କୋମନା ଥାନା ଜେଠୁପାଲି ଗାଁର ଓଁକାର ତାଣ୍ଡି (୨୩) ଗତ ବୁଧବାର ୧୭ ତାରିଖ ରାତି ୮ରୁ ନିଖୋଜ ହୋଇଯାଇଛନ୍ତି। ୧୩ ଦିନ ବିତିଯାଇଥିଲେ ମଧ୍ୟ ଯୁବକଙ୍କ ଏପର୍ଯ୍ୟନ୍ତ କୌଣସି ପତ୍ତା ମିଳିନାହିଁ। ଯୁବକ ନିଖୋଜ ଘଟଣାକୁ ନେଇ ପରିବାର ଲୋକଙ୍କ ମଧ୍ୟରେ ଆତଙ୍କ ଓ ଅନିଶ୍ଚିତତା ବଢ଼ିଚାଲିଛି। ସୂଚନା ଅନୁସାରେ ଜେଠୁପାଳି ଗାଁର ନିଖୋଜ ଯୁବକ ଓଁକାର ୧୭ ତାରିଖ ରାତି ୮ ଟାରେ କାହାକୁ କିଛି ନକହି ଘରୁ ହଠାତ ବାହାରିଥିଲେ। କିନ୍ତୁ ସକାଳ ପର୍ଯ୍ୟନ୍ତ ଘରକୁ ଫେରି ନ ଥିଲେ। ପରେ ପରିବାର ପକ୍ଷରୁ ବହୁ ଖୋଜାଖୋଜି କରିବା ପରେ କୌଣସି ଖବର ନ ମିଳିବାରୁ କୋମନା ଥାନାରେ ଏକ ଲିଖିତ ଅଭିଯୋଗ କରିଛନ୍ତି। ଏନେଇ ପୋଲିସ ଏକ ନିଖୋଜ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲେ ମଧ୍ୟ ଏପର୍ଯ୍ୟନ୍ତ କୌଣସି ସୂଚନା ମିଳିନାହିଁ। ପରିବାର ଲୋକଙ୍କ କହିବା ଅନୁସାରେ ଯୁବକଙ୍କ ମୋବାଇଲ ଫୋନ ଆଜକୁ ୧୩ ଦିନ ହେବ ବନ୍ଦ ଥିବାରୁ ଚିନ୍ତା ଆହୁରି ବଢ଼ି ଯାଉଛି । ଯୁବକ ନିଖୋଜ ହେବାର ଦିନ ପରେ ଦିନ ଗଡି ଚାଲିଥିଲେ ମଧ୍ୟ ପୋଲିସ ଖୋଜି ଉଦ୍ଧାର କରି ପାରୁନାହିଁ । ଶୀଘ୍ର ଖୋଜି ଯୁବକକୁ ଉଦ୍ଧାର କରିବା ପାଇଁ ପରିବାର ଦାବି କରିଛନ୍ତି। ଯୁବକଙ୍କ ଉଦ୍ଧାର ପାଇଁ ପୋଲିସ ବିଭିନ୍ନ ଦିଗରେ ତଦନ୍ତ କରୁଥିବା କୋମନା ଥାନା ଅଧିକାରୀ ରଶ୍ମିତା ପ୍ରଧାନ ସୂଚନା ଦେଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ଦ୍ରୁତ ଗତିରେ ଆସି କାରକୁ ଧକ୍କା ଦେଲା ବାଇକ, ୨….

ପଟ୍ଟାଙ୍ଗି,୨୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ବାଲିଘାଟ ସରିଗୁଡା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । କାର ସହ ମୋଟର ସାଇକେଲ…

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

୧ ସେପ୍ଟେମ୍ୱରରେ ଶନି-ଗୁରୁଙ୍କ ମହାମିଳନ! ୩ ରାଶିଙ୍କ ସୁନା ଭଳି ଚମକିବ କ୍ୟାରିୟର, ଆଖି ପିଛୁଳାକେ ଧନ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଏବଂ ସେମାନଙ୍କ ଦ୍ୱାରା ସୃଷ୍ଟି ହେଉଥିବା ଶୁଭ-ଅଶୁଭ ଯୋଗର ବିଶେଷ ମହତ୍ତ୍ୱ ରହିଛି। ୧ ସେପ୍ଟେମ୍ୱର ୨୦୨୬ରେ ଶନି ଏବଂ ଦେବଗୁରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri