ବଡ଼ ପରଦାରୁ ହଜି ଯାଇଛନ୍ତି ‘ଗଜନୀ’ ନାୟିକା ଆସିନ୍‌

ବମ୍ବେ: ଦିନ ଥିଲା ଦକ୍ଷିଣ ଭାରତୀୟ ସିନେମା ସହ ବଲିଉଡ୍‌ରେ ଅଭିନୟର ଯାଦୁ ଦେଖାଉଥିଲେ ଅଭିନେତ୍ରୀ ଆସିନ୍‌। ଗୋଟିଏ ପରେ ଗୋଟିଏ ହିଟ୍‌ ଫିଲ୍ମରେ ନଜର ଆସୁଥିଲେ ସେ। ହେଲେ ଏବେ ସେ ବଡ଼ ପରଦାରୁ ହଜିଯାଇଛନ୍ତି କହିଲେ ଚଳେ। ବିବାହ ପରଠାରୁ ସେ ସିନେମାଜଗତରୁ ଦୂରେଇ ଯାଇଛନ୍ତି।

୨୦୦୧ରେ ମାଲାୟାଲମ ଫିଲ୍ମରୁ କ୍ୟାରିୟର ଆରମ୍ଭ କରିଥିଲେ ଆସିନ। ପରେ ସେ ତାମିଲ, ତେଲୁଗୁ ଭାଷୀୟ ଅନେକ ଫିଲ୍ମରେ କାମ କରି ବାହାବା ସାଉଁଟିଥିଲେ। ୨୦୧୮ରେ ଆମିର ଖାଁଙ୍କ ଫିଲ୍ମ ‘ଗଜିନୀ’ରୁ ସେ ବଲିଉଡ୍‌ରେ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ ସୁପରହିଟ୍‌ ସାବ୍ୟସ୍ତ ହୋଇଥିଲା। ସେ ସଲମାନଙ୍କ ସହ ‘ରେଡି’ ଫିଲ୍ମରେ କାମ କରିଥିଲେ। ବ୍ୟବସାୟରେ ଏହା ରେକର୍ଡ କରିଥିଲା। ଏହାଛଡ଼ା ଆସିନ ‘ହାଉସଫୁଲ ୨’ ସମେତ ଅନେକ ହିନ୍ଦୀ ଫିଲ୍ମରେ କାମ କରିଛନ୍ତି।

ଅଭିନୟରେ ସଫଳତାର ଶୀର୍ଷରେ ପହଞ୍ଚିଥିବା ଆସିନ ୨୦୧୬ରେ ବ୍ୟବସାୟୀ ରାହୁଲ ଶର୍ମାଙ୍କୁ ବିବାହ କରିଥିଲେ। ଉଭୟ ଖ୍ରୀଷ୍ଟିଆନ ଏବଂ ହିନ୍ଦୁ ରୀତିନୀତିରେ ଏହି ବିବାହ ଅନୁଷ୍ଠିତ ହୋଇଥିଲା। ବିବାହ ପରେ ଆସିନ ଏକ ପୋଷ୍ଟ ଶେୟାର କରି ଅଭିନୟଜଗତକୁ ସବୁଦିନ ଲାଗି ଛାଡ଼ି ବ୍ୟକ୍ତିଗତ ଜୀବନ ଉପରେ ଧ୍ୟାନ ଦେବାକୁ ଚାହୁଁଥିବା ପ୍ରଶଂସକଙ୍କୁ ଜଣାଇଥିଲେ। ବର୍ଷକ ପରେ ୨୦୧୭ରେ ଆସିନ ଏକ ଝିଅକୁ ଜନ୍ମ ଦେଇଥିଲେ। ତାଙ୍କ ନାଁ ଆରିନ। ଏବେ ଅଭିନେତ୍ରୀ ପରିବାର ସହ ସମୟ ବିତାଉଥିବା ବେଳେ ସୋସିଆଲ ମିଡିଆରେ କିନ୍ତୁ ଆକ୍ଟିଭ ଅଛନ୍ତି। ପ୍ରାୟତଃ ସେ ସ୍ବାମୀ ଏବଂ ଝିଅଙ୍କ ସହ ଫଟୋ ପୋଷ୍ଟ କରିଥାନ୍ତି। ପ୍ରଶଂସକ ସେସବୁକୁ ବେଶ ପସନ୍ଦ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri