Posted inଜାତୀୟ

ଆମ ପାଇଁ ନ୍ୟାୟ କାହିଁ

ଚେନ୍ନାଇ/ନୂଆଦିଲ୍ଲୀ,୧୨ା୧୧: ମୁକ୍ତି ପାଇଥିବା ନଳିନୀ ଶ୍ରୀହରନ୍‌ଙ୍କ ସମେତ ଅନ୍ୟ ଦୋଷୀମାନଙ୍କ ପରିବାର ଲୋକେ ଖୁସି ବ୍ୟକ୍ତ କରିଥିବାବେଳେ ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ହତ୍ୟା ସମୟରେ ଆମତ୍ଘାତୀ ବିସ୍ଫୋରଣରେ ମୃତାହତ ହୋଇଥିବା ଲୋକଙ୍କ ପାଇଁ ନ୍ୟାୟ କାହିଁ ବୋଲି ଶୁକ୍ରବାର ଜଣେ ଅବସରପ୍ରାପ୍ତ ମହିଳା ପୋଲିସ ଅଧିକାରୀ ପ୍ରଶ୍ନ କରିଛନ୍ତି।
ମେ’ ୨୧ରେ ତାମିଲନାଡୁର ଶ୍ରୀପେରୁମ୍ବୁଦୁରରେ ଆୟୋଜିତ କଂଗ୍ରେସର ସଭାସ୍ଥଳରେ ଭିଡ଼ ନିୟନ୍ତ୍ରଣ କରୁଥିବା ଅନସୂୟା ଡେଜି ଆର୍ନେଷ୍ଟ ସେତେବେଳେ ପୋଲିସ ସବ୍‌-ଇନ୍‌ସ୍ପେକ୍ଟର ଥିଲେ। ଲିବରେଶନ ଟାଇଗର୍ସ ଅଫ୍‌ ତାମିଲ ଇଲମ୍‌ (ଏଲ୍‌ଟିଟିଇ) ସଦସ୍ୟା ଧନୁ ଆମତ୍ଘାତୀ ବିସ୍ଫୋରଣ ଘଟାଇ ରାଜୀବଙ୍କୁ ହତ୍ୟା କରିଥିଲେ। ସେହି ସମୟରେ କର୍ତ୍ତବ୍ୟରତ ଅନସୂୟାଙ୍କ ଶରୀରରେ ଗୁଳି ବାଜିଥିଲା। ସେଥିପାଇଁ ସେ ଏବେ ମଧ୍ୟ ଚିକିତ୍ସିତ ହେଉଛନ୍ତି। ଏହା ହେଉଛି ଆହତମାନଙ୍କ ଦୁଃଖ। ଆତଙ୍କବାଦୀମାନଙ୍କୁ ସାଧାରଣ ଅପରାଧୀ ଭଳି ନୁହେଁ, ଆତଙ୍କବାଦ ନିରୋଧୀ ଆଇନ ଅନୁସାରେ ବ୍ୟବହାର କରାଯିବା ଉଚିତ। ଏହି ଘାତକ ଆତଙ୍କବାଦୀ ଆକ୍ରମଣରେ ଯେଉଁମାନେ ପ୍ରାଣ ହରାଇଲେ ଓ ମୋ ଭଳି ଆହତ ହେଲେ, ସେମାନଙ୍କ ପାଇଁ ନ୍ୟାୟ କାହିଁ ବୋଲି ଅନସୂୟା ପ୍ରଶ୍ନ କରିଛନ୍ତି। ଅନସୂୟା ୨୦୧୮ରେ ଅତିରିକ୍ତ ପୋଲିସ ଅଧୀକ୍ଷକ ପଦରୁ ଅବସର ନେଇଥିଲେ। ତାଙ୍କୁ ବର୍ତ୍ତମାନ ୬୨ ବର୍ଷ ହେଉଛି। ସେହି ବିସ୍ଫୋରଣରେ ରାଜୀବଙ୍କ ସମେତ ମୋଟ ୧୬ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ୪୫ ଜଣ ଆହତ ହୋଇଥିଲେ। ମୃତକଙ୍କ ମଧ୍ୟରେ ୯ ପୋଲିସ ଓ ଅନ୍ୟ ୬ ଜଣ ଥିଲେ। ସୁଇସାଇଡ୍‌ ବମ୍ବର ଧନୁ ଏବଂ ଏଲ୍‌ଟିଟିଇ ସମର୍ଥକ ତଥା ଫଟୋଗ୍ରାଫର ହରିବାବୁ ମଧ୍ୟ ନିହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ପୋଲିସ -ଗ୍ରାମବାସୀ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri