କରୋନା ଭୂତାଣୁ ଆସିଛି କେଉଁଠୁ: ୯୦ ଦିନ ମଧ୍ୟରେ ରିପୋର୍ଟ ଦାଖଲ ନିର୍ଦ୍ଦେଶ ଦେଲେ ରାଷ୍ଟ୍ରପତି…

ଓ୍ବାଶିଂଟନ,୨୭।୫: ପୃଥିବୀରେ ତାଣ୍ଡବ ରଚିଥିବା କରୋନା ମହାମାରୀ ଭୂତାଣୁ କେଉଁଠୁ ଆସିଛି ତାହାର ରିପୋର୍ଟ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ୯୦ ଦିନ ମଧ୍ୟରେ ଲୋଡିଛନ୍ତି। କରୋନା ଭୂତାଣୁ ପ୍ରାଣୀଙ୍କଠାରୁ ମଣିଷଙ୍କ ପାଖକୁ ଆସିଛି ଅବା ଏହାକୁ ଚାଇନାର ଉହାନ ଲ୍ୟାବ୍‌ରେ ପ୍ରସ୍ତୁତ କରାଯାଇଛି ସେନେଇ ରିପୋର୍ଟ ଦାଖଲ ପାଇଁ ବାଇଡେନ୍‌ ଇଣ୍ଟେଲଜେନ୍ସ୍‌ ଏଜେନ୍ସିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ତଦନ୍ତରେ ଆମେରିକାର ନ୍ୟାଶନାଲ ଲ୍ୟାବ୍‌ ସମ୍ପୃକ୍ତ ଏଜେନ୍ସିଙ୍କୁ ଆବଶ୍ୟକ ସହାୟତା ଯୋଗାଇ ଦେବ। ଏହା ସହିତ ବାଇଡେନ୍‌ ଚାଇନା ସରକାରଙ୍କୁ ମଧ୍ୟ ଏହି ତଦନ୍ତ କାର୍ଯ୍ୟରେ ସହାୟତା କରିବା ଲାଗି ଅପିଲ୍‌ କରିଛନ୍ତି। ଏହା ଦ୍ୱାରା ଚାଇନା ଏବେ ହରଡ଼ଘଣାରେ ପଡ଼ିଛି। ବାଇଡେନ୍‌ କହିଛନ୍ତି ଯେ, ସମ୍ପ୍ରତି କରୋନା ଭୂତାଣୁ ସଂକ୍ରମଣ ନେଇ ଦୁଇଟି ଥିଓରୀ ଉପରେ ଆଲୋଚନା ହେଉଛି। ପ୍ରଥମଟି ପ୍ରାଣୀଙ୍କଠାରୁ ଭୂତାଣୁ ମଣିଷଙ୍କ ପାଖକୁ ଆସିଥିବାର ସନ୍ଦେହ କରାଯାଇଛି। ସେହିପରି ଦ୍ୱତୀୟ ଥିଓରୀ ଅନୁସାରେ ଏହାକୁ ଲ୍ୟାବ୍‌ରେ ପ୍ରସ୍ତୁତ କରାଯାଇଛି। ତେଣୁ ପୃଥିବୀରେ ସଙ୍କଟ ସୃଷ୍ଟି କରିଥିବା କରୋନା ଭୂତାଣୁ ସମ୍ପର୍କରେ ସବିଶେଷ ତଥ୍ୟ ହାସଲ କରିବା ଗୁରୁତ୍ୱପୂର୍ଣ୍ଣ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଗଷ୍ଟ ୫ରେ ପାକିସ୍ତାନରେ ହେବ ବଡ଼ ପ୍ରତିବାଦ ରାଲି, କାହିଁକି ଜାଣନ୍ତୁ…

ଲାହୋର,୧୬।୭: ଜେଲରେ ଥିବା ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ଦଳ ଅଗଷ୍ଟ ୫ତାରିଖରେ ସାରା ଦେଶରେ ପ୍ରତିବାଦ କରିବାକୁ ଡାକରା ଦେଇଛି। ସେହି ଦିନ ସେମାନଙ୍କ…

ରୋହିତ ଶର୍ମାଙ୍କ ଆନ୍ତର୍ଜାତୀୟ କ୍ୟାରିୟରରେ ପଡ଼ିବ ପୂର୍ଣ୍ଣଚ୍ଛେଦ! ଇଂଲଣ୍ଡ ବିପକ୍ଷ ଅନ୍ତିମ ଦିନିକିଆ ହେବ…

ମୁମ୍ବାଇ,୧୬।୭: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ତଥା ଷ୍ଟାର୍ ଓପନର ରୋହିତ ଶର୍ମାଙ୍କ ଆନ୍ତର୍ଜାତୀୟ କ୍ରିକେଟ୍ କ୍ୟାରିୟରର ଅନ୍ତ ଘଟିବାକୁ ଯାଉଛି। ଲର୍ଡସ ଠାରେ ଜୁଲାଇ…

ପ୍ରକାଶ ପାଇଲା NEET UG ୨୦୨୬ ପରୀକ୍ଷାଫଳ: ୧୧.୨୧ ଲକ୍ଷ ଛାତ୍ରୀଛାତ୍ର କୃତକାର୍ଯ୍ୟ, ସଫଳତା ହାରରେ ଆଗରେ ମହିଳା

ନୂଆଦିଲ୍ଲୀ,୧୬।୭: ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ପକ୍ଷରୁ ନ୍ୟାସନାଲ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ (NEET UG) ୨୦୨୬ ର ପରୀକ୍ଷା ଫଳ ପ୍ରକାଶ ପାଇଛି। ମେଡିକାଲ୍…

ରଥଯାତ୍ରାରେ ସୁରକ୍ଷା ଢ଼ିଲା: ଲୁଟିନେଲେ ମହିଳାଙ୍କ ସୁନାଚେନ୍‌; ଟ୍ରାଫିକ ଜାମ୍‌, ଲୋକେ ହଟହଟା

ବରଗଡ଼,୧୬।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଏଥର ପ୍ରଥମଥର ପାଇଁ ସ୍ଥାନୀୟ ବୀର ସୁରେନ୍ଦ୍ର ସାଏ ଛକରେ ଭଟଲି ଛକ ଏବଂ ଖଜୁରଟିକ୍ରାରୁ ବାହାରିଥିବା ମହାପ୍ରଭୁଙ୍କ ରଥ ଏକାଠି…

‘ସ୍ତ୍ରୀର ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କ ଥିଲେ ମିଳିବ ନାହିଁ ଭରଣପୋଷଣ’: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ବିଳାସପୁର,୧୬।୭: ଯଦି ଜଣେ ବିବାହିତ ମହିଳା ବିବାହ ପରେ ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କରେ ଲିପ୍ତ ହୁଅନ୍ତି, ତେବେ ସେ ତାଙ୍କ ସ୍ବାମୀଙ୍କଠାରୁ ଭରଣପୋଷଣ ଦାବି…

ଠାକୁର ଅଜା ଶ୍ରୀ ସିଦ୍ଧ ବଳରାମଙ୍କ ରଥଯାତ୍ରା: ପାଚିଲା ପଣସ ଭୋଗରେ ମହକିଲା ପୀଠ

ସାକ୍ଷୀଗୋପାଳ, ୧୬।୭ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସ୍ଥାନୀୟ ପ୍ରସିଦ୍ଧ ବକୁଳ ବନର ଅଧିଶ୍ୱର ଠାକୁର ଅଜା ଶ୍ରୀସିଦ୍ଧ ବଳରାମଦେବଙ୍କ ପବିତ୍ର ରଥଯାତ୍ରା ଗୁରୁବାର ଭକ୍ତିପୂତ ପରିବେଶରେ…

‘ତେଲରେ ଲାଗିବ ନିଆଁ’ ! ଆମେରିକାର ବିନାଶକାରୀ ବୋମାମାଡ଼ ମଧ୍ୟରେ, ଇରାନ କରୁଛି ମାଷ୍ଟର ପ୍ଲାନ…

ତେହରାନ,୧୬।୭: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ନୂତନ ସଂଘର୍ଷର ପରିସର ଏବେ ହର୍ମୁଜ ପ୍ରଣାଳୀ ବାହାରକୁ ଲାଲ ସାଗର ପର୍ଯ୍ୟନ୍ତ ବିସ୍ତାରିତ ହୋଇଛି। ଯଦି ଆମେରିକା…

ଦିଗପହଣ୍ଡିରେ ନିଆରା ପରମ୍ପରା: ଆଜି ଶେଷ ହେଲା ଶ୍ରୀଜୀଉଙ୍କ ପହଣ୍ଡି, କାଲି ଟଣା ହେବ ରଥ

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଗଡ଼ଜାତ ଅଞ୍ଚଳ ଦିଗପହଣ୍ଡିରେ ପବିତ୍ର ଘୋଷଯାତ୍ରା ଅବସରରେ ଏକ ନିଆରା ପରମ୍ପରା ଦେଖିବାକୁ ମିଳିଛି। ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri