ଶୌଚାଳୟ କେଉଁଠି କଲେ ଘର ଉପରେ ପଡିବ ସୁ-ପ୍ରଭାବ, ଜାଣନ୍ତୁ…

ବାସ୍ତୁଶାସ୍ତ୍ର ଅନୁଯାୟୀ, ଘରର ଦକ୍ଷିଣ କିମ୍ବା ଦକ୍ଷିଣ-ପଶ୍ଚିମ କୋଣରେ ଶୌଚାଳୟ କରିବା ଶୁଭ ହୋଇଥାଏ। ଏହାଦ୍ୱାରା ଘର ଉପରେ ଅନେକ ସୁ-ପ୍ରଭାବ ପଡିଥାଏ ବୋଲି ବିଶ୍ୱାସ ରହିଛି। ତେବେ ଅନ୍ୟ କୌଣସି ଦିଗରେ ଶୌଚାଳୟ କଲେ କ’ଣ ସବୁ ସମସ୍ୟା ଦେଖାଯାଇଥାଏ ଜାଣନ୍ତୁ ସେ ସମ୍ପର୍କରେ…

* ଘରର ପୂର୍ବ ଦିଗରେ ଶୌଚାଳୟ କଲେ ପରିବାର ସଦସ୍ୟଙ୍କୁ ସର୍ବଦା ଥକ୍କାପଣ ଅନୁଭବ ହୋଇଥାଏ। ତା’ସହିତ ସମ୍ପର୍କରେ ଫାଟ ସୃଷ୍ଟି ହେବାର ଆଶଙ୍କା ଦେଖାଯାଇଥାଏ ବୋଲି ବିଶ୍ୱାସ କରାଯାଏ।

* ଦକ୍ଷିଣ ଦିଗ ହେଉ ଅବା ଦକ୍ଷିଣ-ପଶ୍ଚିମ କୋଣରେ ଶୌଚାଳୟ ଗଢିହେବ କିନ୍ତୁ ପଶ୍ଚିମ ଦିଗରେ ଶୌଚାଳୟ ରହିବା ଆଦୌ ଶୁଭ ନୁହେଁ। ଏହାଦ୍ୱାରା ଘରେ ଅଶାନ୍ତି ଉପୁଜିଥାଏ ବୋଲି ବାସ୍ତୁଶାସ୍ତ୍ରରେ ଉଲ୍ଲେଖ ରହିଛି।

* ସେହିପରି ଉତ୍ତର ଦିଗରେ ଶୌଚାଳୟ ରହିବା ଠିକ୍‌ ନୁହେଁ। କୁହାଯାଏ, ଏହି ଦିଗରେ ଶୌଚାଳୟ ରହିଲେ ଘରର ସଦସ୍ୟଙ୍କ ରୋଜଗାର ଉପରେ କୁ-ପ୍ରଭାବ ପଡିଥାଏ। ଧନହାନି ହେବାର ଆଶଙ୍କା ଦେଖାଯାଇଥାଏ।

* ଶୌଚାଳୟ ପାଇଁ ଉତ୍ତର-ପୂର୍ବ କୋଣ ମଧ୍ୟ ଠିକ୍‌ ନୁହେଁ। ଏହାର ପ୍ରଭାବ ପରିବାର ଲୋକଙ୍କ ସ୍ବାସ୍ଥ୍ୟ ଉପରେ ପଡିଥାଏ ବୋଲି ବିଶ୍ୱାସ କରାଯାଏ।

* ଅନ୍ୟପକ୍ଷେ ଶୌଚାଳୟକୁ କେବେ ବି ରୋଷେଇ ଘରର ସମ୍ମୁଖରେ କରିବା ଠିକ୍‌ ନୁହେଁ। ଏହାଦ୍ୱାରା ଘରେ ଅଭାବ ଅନଟନ ଲାଗି ରହିଥାଏ ବୋଲି ବାସ୍ତୁଶାସ୍ତ୍ରରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜକୁ ନେଇ ବଡ଼ ଯୋଜନାରେ ଅଛି ଇରାନ? ସଂସଦରେ ଉପସ୍ଥାପନ ହେବ ବିଲ୍‌! ଜାଣନ୍ତୁ ଭାରତ ଉପରେ କ’ଣ ପଡିବ ପ୍ରଭାବ

ତେହରାନ୍‌,୨୬।୩: ଇରାନ-ଇସ୍ରାଏଲ-ଆମେରିକା ବିବାଦ ମଧ୍ୟରେ, ଇରାନ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛି। ଇରାନ ସଂସଦ ଏବେ ଏକ ବିଲ ପ୍ରସ୍ତୁତ କରିବାକୁ ପ୍ରସ୍ତୁତ…

ବହୁଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲା; ୫ବର୍ଷ ପରେ ମିଳିଲା ନ୍ୟାୟ, ଏକକାଳୀନ ୭ ଅଭିଯୁକ୍ତଙ୍କୁ…..

ସମ୍ବଲପୁର,୨୬।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କତରବଗା ଥାନା ଅନ୍ତର୍ଗତ ଗୁଲାମାଲ ଗ୍ରାମରେ ଗତ ୨୦୨୧ ମସିହାରେ ସଂଘଟିତ ବହୁ ଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲାରେ ଜିଲା…

ସୋନିଆଙ୍କ ସ୍ବାସ୍ଥ୍ୟକୁ ନେଇ ଆସିଲା ବଡ଼ ଅପଡେଟ, ଆଣ୍ଟିବାୟୋଟିକରେ ଚାଲିଛି ଚିକିତ୍ସା

ନୂଆଦିଲ୍ଲୀ,୨୬।୩: କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ସୂଚନା ମିଳିଛି। ଦିଲ୍ଲୀର ସାର୍‌ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୋନିଆ ଗାନ୍ଧୀ…

ପ୍ରଧାନମନ୍ତ୍ରୀ ମୋଦି, ନିର୍ବାଚନ କମିଶନଙ୍କ AI ଭିଡିଓ ଭାଇରାଲ, X ବିରୋଧରେ ମାମଲା ରୁଜୁ

ନୂଆଦିଲ୍ଲୀ,୨୬।୩: କେରଳ ପୋଲିସର ସାଇବର ଶାଖା ସୋସିଆଲ ମିଡିଆ ପ୍ଲାଟଫର୍ମ X ଏବଂ ଏହାର ଏକ ହ୍ୟାଣ୍ଡେଲ ବିରୋଧରେ ଏକ ମାମଲା ରୁଜୁ କରିଛି। ଅଭିଯୋଗ ହୋଇଛି…

ଯୁବକଙ୍କ ଗୀତରେ ହଠାତ୍‌ ମୁଣ୍ଡ ହଲାଇ ନାଚି ଉଠିଲା ଦନ୍ତା ହାତୀ, Video ଦେଖିଲେ…..

କେନ୍ଦୁଝର,୨୬ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦନ୍ତା ହାତୀର ଜଳ କ୍ରୀଡ଼ା ଏବଂ ଉଗ୍ରରୂପ ସମସ୍ତେ ଦେଖିଛନ୍ତି । ତେବେ ହାତୀର ମଜାଳିଆ ଢଙ୍ଗ ବହୁତ୍ କମ ଦେଖିବାକୁ…

କଟକ ବାରବାଟୀରେ ମୁହାଁମୁହିଁ ହେବେ ଭାରତ-ଶ୍ରୀଲଙ୍କା, ଏହି ଦିନ ହେବ ମ୍ୟାଚ୍

କଟକ,୨୬ା୩: ବିସିସିଆଇ ୨୦୨୬-୨୭ ଘରୋଇ ସିଜିନ୍ ପାଇଁ ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀ ଘୋଷଣା କରିଛି। ଏହି ସିଜିନ୍ ମଧ୍ୟରେ, ଭାରତୀୟ ଦଳ ମୋଟ ୨୨ଟି ମ୍ୟାଚ୍ ଖେଳିବ,…

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

ସାମରିକ ଆକ୍ରମଣରେ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ କରିଥିବା ମୁଖ୍ୟ କାର୍ପଟଦାର ନିହତ!

ଜେରୁଜେଲମ,୨୬।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇସ୍ରାଏଲ ଏକ ବଡ଼ ଦାବି କରିଛି। ଜଣେ ଇସ୍ରାଏଲୀ ସାମରିକ ଅଧିକାରୀଙ୍କ ଅନୁଯାୟୀ, ଇରାନର IRGC ନୌସେନାର ମୁଖ୍ୟ ଆଲିରେଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri