Posted inଖେଳ

ଆଜି ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପ୍ରଥମ ଦିନିକିଆ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ପୋର୍ଟ ଅଫ୍‌ ସ୍ପେନ୍‌,୨୨ା୭: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍‌ ଆଜି ପୋର୍ଟ ଅଫ୍‌ ସ୍ପେନ୍‌ରେ ଖେଳାଯିବ। ଏହି ସିରିଜ୍‌ ପାଇଁ ଭାରତ ପକ୍ଷରୁ ଏହାର ସମସ୍ତ ବରିଷ୍ଠ ଖେଳାଳିଙ୍କୁ ବିଶ୍ରାମ ଦିଆଯାଇଛି। ନିୟମିତ ଅଧିନାୟକ ତଥା ଓପ୍‌ନର ରୋହିତ ଶର୍ମାଙ୍କୁ ଏହି ସିରିଜ୍‌ରୁ ବିଶ୍ରାମ ଦିଆଯାଇଛି। ଦ୍ୱିତୀୟଥର ପାଇଁ ଭାରତୀୟ ଦଳର ଅଧିନାୟକତ୍ୱ ପାଇଥିବା ଶିଖର ଧାଓ୍ବନଙ୍କ ଲାଗି ମଧ୍ୟ ଏହା କୌଣସି ଚ୍ୟାଲେଞ୍ଜରୁ କମ୍‌ ନୁହେଁ। ରୋହିତ୍‌ଙ୍କ ବ୍ୟତୀତ ବିରାଟ କୋହଲି, ହାର୍ଦ୍ଦିକ ପାଣ୍ଡ୍ୟା, ଯଶ୍‌ପ୍ରୀତ ବୁମ୍‌ରା, ମହମ୍ମଦ ଶାମି ଏବଂ ରିଷଭ ପନ୍ତଙ୍କୁ ମଧ୍ୟ ବିଶ୍ରାମ ଦିଆଯାଇଛି। ଭାରତୀୟ ଦଳ ଏହି ଗସ୍ତରେ ୩ଟି ଦିନିକିଆ ଏବଂ ୫ଟି ଟି୨୦ ମ୍ୟାଚ୍‌ ଖେଳିବ। ଟି୨୦ ବିଶ୍ୱକପ୍‌ ଆଗକୁ ଥିବାରୁ ଟି୨୦ ସିରିଜର ଗୁରୁତ୍ୱ ରହିଛି।
ଭାରତ ଏବଂ ୱେଷ୍ଟଇଣ୍ଡିଜ ପ୍ରଥମ ଦିନିକିଆ ତ୍ରିନିଦାଦର ପୋର୍ଟ ଅଫ ସ୍ପେନର କ୍ୱିନ୍ସପାର୍କ ଓଭାଲରେ ଖେଳାଯିବ। ଭାରତୀୟ ସମୟ ସା ୭ଟାରେ ଆରମ୍ଭ ହେବ ଏବଂ ଟସ ୬.୩୦ରେ ପଡିବ। ଫାନକୋଡ ୱେବସାଇଟ ଏବଂ ଏହାର ଆପରେ ଲାଇଭ୍‌ ଷ୍ଟ୍ରିମିଂ ହେବ। ଏହାସହ ଡିଡି ସ୍ପୋର୍ଟସରେ ପ୍ରସାରିତ ହେବ।
ଭାରତୀୟ ଦଳ: ଶିଖର ଧାଓ୍ବନ(ଅଧିନାୟକ), ଋତୁରାଜ ଗାଏକ୍ୱାଡ, ଶୁବମନ ଗିଲ୍‌, ଦୀପକ ହୁଦା, ସୂର୍ଯ୍ୟକୁମାର ଯାଦବ, ଶ୍ରେୟାସ ଆୟାର, ଇଶାନ କିଶନ୍‌, ସଞ୍ଜୁ ସାମ୍‌ସନ, ରବୀନ୍ଦ୍ର ଜାଡେଜା(ଉପଅଧିନାୟକ), ଶାର୍ଦ୍ଦୂଳ ଠାକୁର, ୟୁଜ୍‌ବେନ୍ଦ୍ର ଚହଲ, ଅକ୍ଷର ପଟେଲ, ଆଭେଶ ଖାନ୍‌, ପ୍ରସିଦ୍ଧ କ୍ରିଷ୍ଣା, ମହମ୍ମଦ ସିରାଜ୍‌ ଏବଂ ଅର୍ଶଦୀପ ସିଂ।
ଓ୍ବେଷ୍ଟଇଣ୍ଡିଜ ଦଳ: ନିକୋଲାସ୍‌ ପୁରନ୍‌(ଅଧିନାୟକ), ଶାଇ ହୋପ୍‌(ଉପଅଧିନାୟକ), ଶମାରା ବ୍ରୁକ୍‌ସ, କେସି କାର୍ଟି, ଜାସନ୍‌ ହୋଲ୍ଡର, ଅକିଲ୍‌ ହୋସେନ୍‌, ଆଲଜାରି ଯୋଶେଫ୍‌, ବ୍ରାଣ୍ଡନ କିଙ୍ଗ, କାଇଲ ମେୟର୍ସ, ଗୁଡାକେଶ ମୋତି, କିମୋ ପଲ୍‌, ରୋଭମାନ ପାଓ୍ବେଲ୍‌ ଓ ଜାଡେନ୍‌ ସେଲ୍ସ


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri