ପିଲାମାନଙ୍କୁ ହତ୍ୟା କରାଯାଉଥିଲା ବେଳେ କେଉଁଠି ଥିଲେ ଜାତିସଂଘ-ଡବ୍ଲ୍ୟୁଏଚଓ: ଇସ୍ରାଏଲର ପ୍ରଶ୍ନ…

ଜେରୁଜେଲମ,୧୬।୧୦: ହମାସ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ବିବାଦର ସମାଧାନର ରାସ୍ତା ଦେଖାଯାଉ ନାହିଁ। ଏହାକୁ ନେଇ ଅନ୍ତର୍ଜାତୀୟସ୍ତରରେ ଚିନ୍ତା ବଢ଼ିବାରେ ଲାଗିଛି। ଗୋଟିଏ ପଟେ ରୁଷିଆ ୟୁକ୍ରେନ ବିବାଦ ନେଇ ବିଶ୍ୱ ଶାନ୍ତି ବ୍ୟାହତ ହୋଇଥିବାବେଳେ ଏବେ ହମାସ ଇସ୍ରାଏଲ ବିବାଦ ଚରମ ସୀମାରେ ପହଞ୍ଚିଛି। କୁଢ଼ କୁଢ଼ ମୃତଦେହ ଗାଜାରେ ପଡ଼ି ରହିଛି। ପଅଭାବିତଙ୍କ ଆଖିରୁ ଲୁହ ଶୁଖିବାର ନା ନେଉନି। ନିଜ ପ୍ରିୟ ପରିଜନଙ୍କୁ ହରାଇ ଥିବା ଲୋକେ ମନରେ କୋହ ଏବଂ ଆଖିରେ ଲୁହ ଧରି ଭିଟାମାଟି ଛାଡିବାକୁ ବାଧ୍ୟ ହୋଇଛନ୍ତି।

ଏହି ସମୟରେ, ଜାତିସଂଘରେ ଇସ୍ରାଏଲର ରାଷ୍ଟ୍ରଦୂତ ଗିଲାଦ ଏର୍ଡାନ ହମାସ ପ୍ରତି ସମବେଦନା ଜଣାଇଥିବାରୁ ମିଳିତ ଜାତିସଂଘ ଏବଂ ବିଶ୍ୱ ସୱାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚଓ) କୁ କଡ଼ା ସମାଲୋଚନା କରିଛନ୍ତି। ସେ ପ୍ରଶ୍ନ କରିଛନ୍ତି, ପିଲାମାନଙ୍କୁ ହତ୍ୟା କରାଯାଉଥିଲା ବେଳେ କେଉଁଠି ଥିଲେ ଜାତିସଂଘ-ଡବ୍ଲ୍ୟୁଏଚଓ। ଇସ୍ରାଏଲରେ ହମାସ ଆତଙ୍କବାଦୀମାନେ ପିଲାମାନଙ୍କୁ ହତ୍ୟା କରିଥିଲେ, ମହିଳାମାନଙ୍କୁ ବଳାତ୍କାର କରିଥିଲେ ଏବଂ ବଞ୍ଚିଥିବା ଲୋକଙ୍କୁ ବନ୍ଧକ ରଖିଥିଲେ। ସେତେବେଳେ କେହି ହସ୍ତକ୍ଷେପ କରିବାକୁ ଉଚିତ ମଣି ନ ଥିଲେ। ଏବେ ଗାଜା ଉପରେ ଇସ୍ରାଏଲ ଆକ୍ରମଣ ସମୟରେ ବିଭିନ୍ନ ନ୍ୟାୟସଙ୍କତ କଥା କହି ଆକ୍ରମଣକୁ କାହିଁକି ରୋକିବାକୁ ଉଦ୍ୟମ ହେଉଛି ବୋଲି ଇସ୍ରାଏଲ ପ୍ରଶ୍ନ କରିଛି।

ହମାସ ଅନେକ ଲୋକଙ୍କୁ ବନ୍ଧକ ରଖିଛି। ଏଭଳି ପରିସ୍ଥିତିରେ ଜାତିସଂଘର ସେକ୍ରେଟେରୀ ଜେନେରାଲ ଆଣ୍ଟୋନିଓ ଗୁଟେରସ ବିନା ସର୍ତ୍ତରେ ବନ୍ଧକମାନଙ୍କୁ ତୁରନ୍ତ ମୁକ୍ତ କରିବାକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri