Posted inଖେଳ

କାଲିଠୁ ଭାରତ-ଇଂଲଣ୍ଡ ମଧ୍ୟରେ ଟି-୨୦ ମୁକାବିଲା: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ଅହମଦାବାଦ,୧୧।୩: ଚାରି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜରେ ଇଂଲଣ୍ଡକୁ ୩-୧ରେ ପରାସ୍ତ କରିବା ପରେ ଭାରତ ଏବେ ଟି-୨୦ ସିରିଜ ଉପରେ ନଜର ରଖିଛି। ଇଂଲଣ୍ଡ ହୁଏତ ଟେଷ୍ଟ ସିରିଜରେ ପରାସ୍ତ ହୋଇଥାଇପାରେ, କିନ୍ତୁ ଫଟାଫଟ କ୍ରିକେଟରେ ଉଭୟ ଦଳ ମଧ୍ୟରେ ରୋଚକ ମୁକାବିଲା ହେବ।
ମ୍ୟାଚ କେବେ ଖେଳାଯିବ?
ପାଞ୍ଚ ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜ ମାର୍ଚ୍ଚ ୧୨ରୁ ଖେଳାଯିବ। ଇଂଲଣ୍ଡ ହେଉଛି ବିଶ୍ୱର ଏକ ନମ୍ବର ଟି -୨୦ ଟିମ୍‌। ଦୁଇ ଦଳ ମଧ୍ୟରେ ଖେଳାଯାଇଥିବା ୧୪ଟି ମ୍ୟାଚ ମଧ୍ୟରୁ ଇଂଲଣ୍ଡ ୭ ଏବଂ ଭାରତ ୭ଟି ମ୍ୟାଚ୍‌ ଜିତିଛି।
କେଉଁଠାରେ ଖେଳାଯିବ
ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଏହି ମ୍ୟାଚ ଅନୁଷ୍ଠିତ ହେବ। କେବଳ ପ୍ରଥମ ମ୍ୟାଚ ନୁହେଁ ସମଗ୍ର ଟି -୨୦ ସିରିଜ ମଧ୍ୟ ଏଠାରେ ଖେଳାଯିବ। ଶେଷ ଦୁଇଟି ଟେଷ୍ଟ ମଧ୍ୟ ଏହି ଷ୍ଟାଡିୟମରେ ଖେଳାଯାଇଥିଲା।

ଦିନରାତି ମ୍ୟାଚ ହେତୁ ଟସ ଭାରତୀୟ ସମୟ ସା ୭.୦୦ଟାରେ ପଡିବ। ମ୍ୟାଚ୍‌ ୭.୩୦ରେଆରମ୍ଭ ହେବ। ଷ୍ଟାଡିୟମରେ କରୋନା ପ୍ରୋଟୋକଲ ମାନିବାକୁ ପ୍ରଶଂସକଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
କେଉଁ ଚ୍ୟାନେଲ ପ୍ରସାରଣ ହେବ?
ଭାରତୀୟ ମାଟିରେ ସମସ୍ତ ମ୍ୟାଚର ପ୍ରସାରଣ ଅଧିକାର ଷ୍ଟାର୍‌ ନେଟୱାର୍କ ପାଇଛି। ତେଣୁ ଏହି ମ୍ୟାଚ ଷ୍ଟାର୍‌ ସ୍ପୋର୍ଟ ୧ HD / SD ଏବଂ ଷ୍ଟାର୍‌ ସ୍ପୋର୍ଟସ ୩ HD / SDରେ ଲାଇଭ ହେବ। ପ୍ରଶଂସକମାନେ ଉଭୟ ଇଂରାଜୀ ଏବଂ ହିନ୍ଦୀ ଭାଷାରେ ଲାଇଭ ଆକ୍ସନ ଉପଭୋଗ କରିପାରିବେ। ଡିଜିଟାଲ ମାଧ୍ୟମରେ ମ୍ୟାଚର ଲାଇଭ ଷ୍ଟ୍ରିମିଂ ଡିଜ୍‌ନି ହଟଷ୍ଟାରରେ ଦେଖିହେବ।

 


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri