Posted inଜାତୀୟ

‘ଯେଉଁଠି ମହିଳାଙ୍କୁ ସମ୍ମାନ ଦିଆଯାଏ, ସେଠାରେ ଦେବତା ବାସ କରନ୍ତି’

ନୂଆଦିଲ୍ଲୀ,୨୨।୯: ସଂସଦର ସ୍ବତନ୍ତ୍ର ଅଧିବେଶନରେ ରାଜ୍ୟ ସଭାରେ ମହିଳା ସଂରକ୍ଷଣ ବିଲ ସର୍ବସମ୍ମତି କ୍ରମେ ପାରିତ ହୋଇଛି। ଏହି ବିଲ ସବୁ ଦଳର ସମର୍ଥନ ପାଇବା ପରେ ବର୍ତ୍ତମାନ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସରମାଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ହିମନ୍ତ ସରମା ମହିଳା ସଂରକ୍ଷଣ ବିଲ୍‌କୁ ପ୍ରଶଂସା କରିବା ସହ ଏଥିପାଇଁ ସମସ୍ତ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି।
‘ଏକ୍ସ’ ରେ ପୋଷ୍ଟ କରିବାବେଳେ ଆସାମ ସିଏମ ହିମନ୍ତ ବିଶ୍ୱ ସରମା ଲେଖିଛନ୍ତି – ଯେଉଁଠାରେ ମହିଳାମାନଙ୍କୁ ସମ୍ମାନ ଦିଆଯାଏ, ସେଠାରେ ଦେବତାମାନେ ବାସ କରନ୍ତି ଏବଂ ସେଠାରେ କେବଳ ସୁଖ ଏବଂ ସମୃଦ୍ଧତା ରହିଥାଏ। ସଂସଦର ଉଭୟ ଗୃହରେ ନାରୀ ଶକ୍ତି ବନ୍ଦନ ଅଧିନିୟମର ସର୍ବସମ୍ମତି କ୍ରମେ ଭାରତୀୟ ଗଣତନ୍ତ୍ରର ସଂକଳ୍ପ ପ୍ରତିଫଳିତ ହୋଇଛି ଯାହା ମହିଳାମାନଙ୍କୁ ଦେଶକୁ ଆଗକୁ ନେବାକୁ ସଶକ୍ତ କରିବ।
ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସା କରି ହିମନ୍ତ ଆହୁରି କହିଛନ୍ତି ଯେ, ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇଛି ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ମହିଳାମାନେ ସେମାନଙ୍କର ଉପଯୁକ୍ତ ସ୍ଥାନ ପାଇଛନ୍ତି। ସମସ୍ତ ଭାରତୀୟଙ୍କୁ ଅଭିନନ୍ଦନ! ସେ ଏକ ଭିଡିଓ ମଧ୍ୟ ଶେୟାର କରିଛନ୍ତି ଯେଉଁଥିରେ ଉପରାଷ୍ଟ୍ରପତି ଜଗଦୀପ ଧନଖର ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ରାଜ୍ୟ ସଭାରେ ବସିଥିବା ସମସ୍ତ ସଦସ୍ୟଙ୍କୁ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?