କ୍ଷମା ମାଗିଲେ ଅସୁବିଧା କେଉଁଠି: ବାଚସ୍ପତି

ଭୁବନେଶ୍ୱର, ୧୫ା୩(ବ୍ୟୁରୋ):ବିଧାନସଭାରେ ଭାଜପା ବିଧାୟକ ସୁବାସ ପାଣିଗ୍ରାହୀଙ୍କ ଆତ୍ମହତ୍ୟା ଉଦ୍ୟମ ପ୍ରସଙ୍ଗ ନେଇ ୨ ଦିନ ହେଲା ଗୃହରେ ହୋହଲ୍ଲା ଜାରି ରହିବା ସାଙ୍ଗକୁ ବାରମ୍ବାର ଗୃହ ମୁଲତବୀ ହେଉଛି। ପ୍ରଥମେ ବିରୋଧୀ ମଣ୍ଡିରୁ ଧାନ ନ ଉଠିବା ପ୍ରସଙ୍ଗ ନେଇ ବିରୋଧ ପ୍ରଦର୍ଶନ କରିବା ସମୟରେ ଏପରିସ୍ଥିତି ଉପୁଜିଥିଲା। ଏହାର ପରବର୍ତ୍ତୀ ସମୟରେ ବିଧାୟକ ସୁବାସ ପାଣିଗ୍ରାହୀଙ୍କ ପଦକ୍ଷେପକୁ ଶାସକ ଦଳ ନିନ୍ଦା କରିଥିବା ବେଳେ ସେ କ୍ଷମା ପ୍ରାର୍ଥନା କରନ୍ତୁ ବୋଲି ଦାବି କରି ଗୃହ କାର୍ଯ୍ୟ ଚଳାଇ ଦେଇ ନ ଥିଲେ। ତେବେ ଏହି ପ୍ରସଙ୍ଗରେ ରବିବାର ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ମୁହଁ ଖୋଲିଛନ୍ତି। ବାଚସ୍ପତି ପାତ୍ର କହିଛନ୍ତି, ବିଧାୟକ ପାଣିଗ୍ରାହୀ ବେଆଇନ କାମ କରିଛନ୍ତି। ସେ କ୍ଷମା ମାଗିଦେଲେ ଅସୁବିଧା କ’ଣ। ତାଙ୍କ ମତରେ ପାଣିଗ୍ରାହୀ ଭୁଲ୍‌ କରିଛନ୍ତି, ଗୃହକୁ ଠିକ୍‌ ଭାବେ ଚଳାଇବା ଲାଗି କ୍ଷମା ମାଗିଦେଲେ ଅସୁବିଧା କେଉଁଠାରେ ବୋଲି ପାତ୍ର କହିଛନ୍ତି। ଏଥିସହ ବାଚସ୍ପତିଙ୍କ ଏଭଳି ମତ ଗ୍ରହଣୀୟ ନୁହେଁ ବୋଲି କଂଗ୍ରେସ ବିଧାୟକ ସୁରେଶ କୁମାର ରାଉତରାୟ କହିଛନ୍ତି। ଅନ୍ୟପଟେ ବିଧାନସଭା ଭିତରେ ଆତ୍ମହତ୍ୟା ଉଦ୍ୟମ କରିବା ଠିକ୍‌ ହୋଇନାହିଁ ବୋଲି ସୁରେଶ କହିଛନ୍ତି। ଅନ୍ୟପଟେ ସୁବାସ କହିଛନ୍ତି, ମୁଖ୍ୟମନ୍ତ୍ରୀ ପ୍ରଥମେ କ୍ଷମା ମାଗନ୍ତୁ। ତାପରେ ମୁଁ କ୍ଷମା ମାଗିବେ, ଏଥିରେ କୌଣସି ଅସୁବିଧା ନାହିଁ ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟର ମଣ୍ଡିରେ ଚାଷୀମାନେ ଧାନ ବିକ୍ରି କରିପାରୁ ନ ଥିବାରୁ ବିଧାୟକ ସୁବାସ ପାଣିଗ୍ରାହୀ ବିଧାନସଭା ଗୃହ ଭିତରେ ସାନିଟାଇଜର ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ବିଧାୟକଙ୍କ ଏଭଳି କାର୍ଯ୍ୟ ଦେଖି ଭାଜପାର ଅନ୍ୟ ବିଧାୟକଙ୍କ ସମେତ କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା, ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଏବଂ ଶାସକ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ତାଙ୍କ ନିକଟକୁ ଦୌଡି ଯାଇ ପାଣିଗ୍ରାହୀଙ୍କୁ ସେଥିରୁ ବାରଣ କରିଥିଲେ। ବିଧାୟକ ସାଲୁଜା ତାଙ୍କ ହାତରୁ ସାନିଟାଇଜର ଛଡାଇ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ଆଉ ଜଣେ IPS ଦେଲେ ଇସ୍ତଫା, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୧୧।୭: ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ IPS ଅଫିସର ଚାକିରିରୁ…

ନିଜ ହତ୍ୟାକୁ ନେଇ ଟ୍ରମ୍ପଙ୍କ ବଡ଼ ଘୋଷଣା: କହିଦେଲେ ଏମିତି…ସାରା ବିଶ୍ୱ ସ୍ତବ୍ଧ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଚରମ ସୀମାରେ ପହଞ୍ଚିଛି। ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲ୍ଲୀ ଖାମେନେଇଙ୍କ ଶେଷକୃତ୍ୟ ସମୟରେ ଟ୍ରମ୍ପଙ୍କୁ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଇରାନକୁ ଟ୍ରମ୍ପଙ୍କ ୨୪ ଘଣ୍ଟାର ଅଲ୍ଟିମେଟମ ଦେଲେ ଟ୍ରମ୍ପ: ନ ମାନିଲେ ଭୟଙ୍କର ହେବ ପରିଣାମ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଏକ ଅତି ବିପଜ୍ଜନକ ମୋଡ଼ରେ ପହଞ୍ଚିଛି । ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଆମେରିକାର ଟ୍ରମ୍ପ ପ୍ରଶାସନ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri