ଅବହେଳା କଲେ ପୁଣି ଲକ୍‌ଡାଉନ

ଭୁବନେଶ୍ୱର, ୮।୯(ବ୍ୟୁରୋ):ବର୍ତ୍ତମାନ ସାଧାରଣ ଲୋକଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଲକ୍‌ଡାଉନ କୋହଳ କରାଯାଇଛି। କିନ୍ତୁ ତା’ର ଅର୍ଥ ନୁହେଁ ଯେ, ଆମେ ନିୟମ ପାଳନରେ ଢିଲା କରିବା। ତେଣୁ ଯଦି କେଉଁଠି ବି ଅବହେଳା ପରିଲକ୍ଷିତ ହୁଏ, ତେବେ ସାମୂହିକ ସ୍ବାର୍ଥ ଦୃଷ୍ଟିରୁ ରାଜ୍ୟ ସରକାର ପୁଣି ଥରେ ଲକ୍‌ଡାଉନ ପାଇଁ ବାଧ୍ୟ ହେବେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସତର୍କ କରାଇଛନ୍ତି। ମଙ୍ଗଳବାର ମୁଖ୍ୟମନ୍ତ୍ରୀ କୋଭିଡ୍‌ ସ୍ଥିତି ସମୀକ୍ଷା କରି କହିଛନ୍ତି, ଆମେରିକା ଠାରୁ ଆରମ୍ଭ କରି କେରଳ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ କରୋନା ସଂକ୍ରମଣ ବଢ଼ିବା ଚିନ୍ତାଜନକ ହୋଇଛି। ଏଭଳି ସ୍ଥିତିରେ ଆମକୁ ସମ୍ଭାବ୍ୟ ତୃତୀୟ ଲହରଠାରୁ ନିରାପଦ ରହିବାକୁ ହେଲେ, କୋଭିଡ୍‌ ନିୟମକୁ କଡ଼ାକଡ଼ି ଭାବେ ପାଳନ କରିବାକୁ ହେବ। ଏଥିରେ ସାମାନ୍ୟ ଅବହେଳା ସମସ୍ତଙ୍କ ଲଗି ବିପଦର କାରଣ ହୋଇପାରେ। କୋଭିଡ୍‌ ବିରୋଧରେ ଲଢ଼ିବା ପାଇଁ କୋଭିଡ୍‌ ଆଚରଣ ବିଧି ହେଉଛି ସବୁଠାରୁ ଶକ୍ତିଶାଳୀ ଅସ୍ତ୍ର। ତେଣୁ ଏହାର ଉପଯୁକ୍ତ ପାଳନ ସମସ୍ତଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ।
ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ପିଲାମାନେ ଏ ପର୍ଯ୍ୟନ୍ତ ଟିକା ନେଇନାହାନ୍ତି। ତେଣୁ ସେମାନଙ୍କ ପାଇଁ ଆମକୁ ଅଧିକ ସତର୍କ ରହିବାକୁ ପଡ଼ିବ। କୋଭିଡ୍‌ ନିୟମ ପାଳନରେ ଅବହେଳା ଯଦି ଦୃଷ୍ଟିକୁ ଆସେ, ତେବେ ଅନୁଷ୍ଠାନର ମୁଖ୍ୟ ଦାୟୀ ରହିବେ। ପ୍ରଶାସନ ଏଥିପାଇଁ ସ୍ବତନ୍ତ୍ର ଚିମ୍‌ ଗଠନ କରି ଶିକ୍ଷାନୁଷ୍ଠାନଗୁଡ଼ିକ ନିୟମିତ ଭାବେ ଅଚାନକ ଯାଞ୍ଚ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ହାଟ ବଜାର, ଧର୍ମାନୁଷ୍ଠାନ, ସ୍ବାସ୍ଥ୍ୟ ପ୍ରତିଷ୍ଠାନ ଆଦିଗୁଡ଼ିକ ଉପରେ ସତର୍କ ଦୃଷ୍ଟି ରଖିବା ସହିତ ସେଠାରେ କୋଭିଡ୍‌ ନିୟମ କଡ଼ାକଡ଼ି ପାଳନ ଉପରେ ପ୍ରଶାସନ ଦୃଷ୍ଟି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସ୍ବାସ୍ଥ୍ୟକର୍ମୀ, ସ୍କୁଲ ଯାଉଥିବା ପିଲା, ଗର୍ଭବତୀ ମହିଳା, ସରକାରୀ କର୍ମଚାରୀ ଏବଂ ପୋଲିସ ଏହି ହାଇ ରିସ୍କ ଗ୍ରୁପ୍‌ର ନିୟମିତ ଭାବେ ଟେଷ୍ଟିଂ ଜାରି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଏବେ କେତେକ କ୍ଷେତ୍ରରେ ସ୍ବାସ୍ଥ୍ୟକର୍ମୀଙ୍କ ଭିତରେ ସଂକ୍ରମଣ ନଜରକୁ ଆସୁଛି। ତେଣୁ ଉଭୟ ସରକାରୀ ଓ ବେସରକାରୀ କ୍ଷେତ୍ରରେ କାମ କରୁଥିବା ସ୍ବାସ୍ଥ୍ୟକର୍ମୀ ଓ ନମୁନା ସଂଗ୍ରହ କରୁଥିବା ଟିମ୍‌ଗୁଡ଼ିକୁ କୋଭିଡ଼ ନିୟମ ସମ୍ପର୍କରେ ବାରମ୍ବାର ସଚେତନ କରାଯିବା ଉଚିତ। ଏହାସହିତ ଡେଲ୍‌ଟା ଭାରିଆଣ୍ଟ ଅଧିକ ସଂକ୍ରମଣ କରୁଥିବାରୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍‌ କରି ନିରନ୍ତର ଦୃଷ୍ଟି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ରାଜ୍ୟକୁ ଟିକା ଯୋଗାଣରେ ବୃଦ୍ଧି ଘଟିଥିବାରୁ ଟିକାକରଣରେ ଉନ୍ନତି ଆସିଛି। ତେଣୁ ସବୁ ଲୋକ ଯେପରି ତାଙ୍କର ଦୁଇଟି ଡୋଜ୍‌ ନିଶ୍ଚିତ ନେବେ, ତାହା ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆଗକୁ ପାର୍ବଣ ଋତୁ ଆସୁଛି। କେରଳରେ ଓନାମ୍‌ ପର୍ବ ପାଳନ ପରେ ପରେ ସଂକ୍ରମଣ ବୃଦ୍ଧି ହୋଇଥିଲା। ପାର୍ବଣ ସମୟରେ ସମସ୍ତଙ୍କୁ ଅଧିକ ସତର୍କ ରହିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେବା ସହିତ ପରିସ୍ଥିତିର ଗୁରୁତ୍ୱକୁ ଉପଲବ୍ଧି କରିବା ପାଇଁ ଜନସାଧାରଣଙ୍କୁ ନିବେଦନ କରିଛନ୍ତି। ଏହାଦ୍ବାରା ଆମେ ଭବିଷ୍ୟତରେ ଲକ୍‌ଡାଉନକୁ ଏଡ଼ାଇ ପାରିବା ଏବଂ ଲୋକଙ୍କ ଆର୍ଥିକ ଅବସ୍ଥାରେ କ୍ଷତି ହେବ ନାହିଁ । ବୈଠକରେ ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶର ଅନୁପାଳନ ଉପରେ ଗୁରୁତ୍ୱ ଦେଇଥିଲେ। ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ସତ୍ୟବ୍ରତ ସାହୁ ବିଭାଗୀୟ କାର୍ଯ୍ୟକ୍ରମ ଉପରେ ତଥ୍ୟ ରଖିଥିଲେ। ପୋଲିସ ମହାନିର୍ଦ୍ଦେଶକ ଅଭୟ ମଧ୍ୟ କୋଭିଡ୍‌ ନିୟମ ଅନୁପାଳନ ଉପରେ ପୋଲିସର ପଦକ୍ଷେପ ସମ୍ପର୍କରେ ସୂଚନା ଦେଇଥିଲେ। ବିଏମ୍‌ସି ଏବଂ ସିଏମ୍‌ସି କମିଶନର, ଦେବଗଡ଼ ଓ ପୁରୀର ଜିଲାପାଳମାନେ ସେମାନଙ୍କ ଅଞ୍ଚଳର ସ୍ଥିତି ସମ୍ପର୍କରେ ସୂଚନା ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ ତଥା ୫-ଟି ସଚିବ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ। ବୈଠକରେ ଉନ୍ନୟନ କମିଶନରଙ୍କ ସମେତ ବିଭିନ୍ନ ବିଭାଗର ସଚିବମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri