ଅବହେଳା କଲେ ପୁଣି ଲକ୍‌ଡାଉନ

ଭୁବନେଶ୍ୱର, ୮।୯(ବ୍ୟୁରୋ):ବର୍ତ୍ତମାନ ସାଧାରଣ ଲୋକଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଲକ୍‌ଡାଉନ କୋହଳ କରାଯାଇଛି। କିନ୍ତୁ ତା’ର ଅର୍ଥ ନୁହେଁ ଯେ, ଆମେ ନିୟମ ପାଳନରେ ଢିଲା କରିବା। ତେଣୁ ଯଦି କେଉଁଠି ବି ଅବହେଳା ପରିଲକ୍ଷିତ ହୁଏ, ତେବେ ସାମୂହିକ ସ୍ବାର୍ଥ ଦୃଷ୍ଟିରୁ ରାଜ୍ୟ ସରକାର ପୁଣି ଥରେ ଲକ୍‌ଡାଉନ ପାଇଁ ବାଧ୍ୟ ହେବେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସତର୍କ କରାଇଛନ୍ତି। ମଙ୍ଗଳବାର ମୁଖ୍ୟମନ୍ତ୍ରୀ କୋଭିଡ୍‌ ସ୍ଥିତି ସମୀକ୍ଷା କରି କହିଛନ୍ତି, ଆମେରିକା ଠାରୁ ଆରମ୍ଭ କରି କେରଳ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ କରୋନା ସଂକ୍ରମଣ ବଢ଼ିବା ଚିନ୍ତାଜନକ ହୋଇଛି। ଏଭଳି ସ୍ଥିତିରେ ଆମକୁ ସମ୍ଭାବ୍ୟ ତୃତୀୟ ଲହରଠାରୁ ନିରାପଦ ରହିବାକୁ ହେଲେ, କୋଭିଡ୍‌ ନିୟମକୁ କଡ଼ାକଡ଼ି ଭାବେ ପାଳନ କରିବାକୁ ହେବ। ଏଥିରେ ସାମାନ୍ୟ ଅବହେଳା ସମସ୍ତଙ୍କ ଲଗି ବିପଦର କାରଣ ହୋଇପାରେ। କୋଭିଡ୍‌ ବିରୋଧରେ ଲଢ଼ିବା ପାଇଁ କୋଭିଡ୍‌ ଆଚରଣ ବିଧି ହେଉଛି ସବୁଠାରୁ ଶକ୍ତିଶାଳୀ ଅସ୍ତ୍ର। ତେଣୁ ଏହାର ଉପଯୁକ୍ତ ପାଳନ ସମସ୍ତଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ।
ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ପିଲାମାନେ ଏ ପର୍ଯ୍ୟନ୍ତ ଟିକା ନେଇନାହାନ୍ତି। ତେଣୁ ସେମାନଙ୍କ ପାଇଁ ଆମକୁ ଅଧିକ ସତର୍କ ରହିବାକୁ ପଡ଼ିବ। କୋଭିଡ୍‌ ନିୟମ ପାଳନରେ ଅବହେଳା ଯଦି ଦୃଷ୍ଟିକୁ ଆସେ, ତେବେ ଅନୁଷ୍ଠାନର ମୁଖ୍ୟ ଦାୟୀ ରହିବେ। ପ୍ରଶାସନ ଏଥିପାଇଁ ସ୍ବତନ୍ତ୍ର ଚିମ୍‌ ଗଠନ କରି ଶିକ୍ଷାନୁଷ୍ଠାନଗୁଡ଼ିକ ନିୟମିତ ଭାବେ ଅଚାନକ ଯାଞ୍ଚ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ହାଟ ବଜାର, ଧର୍ମାନୁଷ୍ଠାନ, ସ୍ବାସ୍ଥ୍ୟ ପ୍ରତିଷ୍ଠାନ ଆଦିଗୁଡ଼ିକ ଉପରେ ସତର୍କ ଦୃଷ୍ଟି ରଖିବା ସହିତ ସେଠାରେ କୋଭିଡ୍‌ ନିୟମ କଡ଼ାକଡ଼ି ପାଳନ ଉପରେ ପ୍ରଶାସନ ଦୃଷ୍ଟି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସ୍ବାସ୍ଥ୍ୟକର୍ମୀ, ସ୍କୁଲ ଯାଉଥିବା ପିଲା, ଗର୍ଭବତୀ ମହିଳା, ସରକାରୀ କର୍ମଚାରୀ ଏବଂ ପୋଲିସ ଏହି ହାଇ ରିସ୍କ ଗ୍ରୁପ୍‌ର ନିୟମିତ ଭାବେ ଟେଷ୍ଟିଂ ଜାରି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଏବେ କେତେକ କ୍ଷେତ୍ରରେ ସ୍ବାସ୍ଥ୍ୟକର୍ମୀଙ୍କ ଭିତରେ ସଂକ୍ରମଣ ନଜରକୁ ଆସୁଛି। ତେଣୁ ଉଭୟ ସରକାରୀ ଓ ବେସରକାରୀ କ୍ଷେତ୍ରରେ କାମ କରୁଥିବା ସ୍ବାସ୍ଥ୍ୟକର୍ମୀ ଓ ନମୁନା ସଂଗ୍ରହ କରୁଥିବା ଟିମ୍‌ଗୁଡ଼ିକୁ କୋଭିଡ଼ ନିୟମ ସମ୍ପର୍କରେ ବାରମ୍ବାର ସଚେତନ କରାଯିବା ଉଚିତ। ଏହାସହିତ ଡେଲ୍‌ଟା ଭାରିଆଣ୍ଟ ଅଧିକ ସଂକ୍ରମଣ କରୁଥିବାରୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍‌ କରି ନିରନ୍ତର ଦୃଷ୍ଟି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ରାଜ୍ୟକୁ ଟିକା ଯୋଗାଣରେ ବୃଦ୍ଧି ଘଟିଥିବାରୁ ଟିକାକରଣରେ ଉନ୍ନତି ଆସିଛି। ତେଣୁ ସବୁ ଲୋକ ଯେପରି ତାଙ୍କର ଦୁଇଟି ଡୋଜ୍‌ ନିଶ୍ଚିତ ନେବେ, ତାହା ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆଗକୁ ପାର୍ବଣ ଋତୁ ଆସୁଛି। କେରଳରେ ଓନାମ୍‌ ପର୍ବ ପାଳନ ପରେ ପରେ ସଂକ୍ରମଣ ବୃଦ୍ଧି ହୋଇଥିଲା। ପାର୍ବଣ ସମୟରେ ସମସ୍ତଙ୍କୁ ଅଧିକ ସତର୍କ ରହିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେବା ସହିତ ପରିସ୍ଥିତିର ଗୁରୁତ୍ୱକୁ ଉପଲବ୍ଧି କରିବା ପାଇଁ ଜନସାଧାରଣଙ୍କୁ ନିବେଦନ କରିଛନ୍ତି। ଏହାଦ୍ବାରା ଆମେ ଭବିଷ୍ୟତରେ ଲକ୍‌ଡାଉନକୁ ଏଡ଼ାଇ ପାରିବା ଏବଂ ଲୋକଙ୍କ ଆର୍ଥିକ ଅବସ୍ଥାରେ କ୍ଷତି ହେବ ନାହିଁ । ବୈଠକରେ ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶର ଅନୁପାଳନ ଉପରେ ଗୁରୁତ୍ୱ ଦେଇଥିଲେ। ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ସତ୍ୟବ୍ରତ ସାହୁ ବିଭାଗୀୟ କାର୍ଯ୍ୟକ୍ରମ ଉପରେ ତଥ୍ୟ ରଖିଥିଲେ। ପୋଲିସ ମହାନିର୍ଦ୍ଦେଶକ ଅଭୟ ମଧ୍ୟ କୋଭିଡ୍‌ ନିୟମ ଅନୁପାଳନ ଉପରେ ପୋଲିସର ପଦକ୍ଷେପ ସମ୍ପର୍କରେ ସୂଚନା ଦେଇଥିଲେ। ବିଏମ୍‌ସି ଏବଂ ସିଏମ୍‌ସି କମିଶନର, ଦେବଗଡ଼ ଓ ପୁରୀର ଜିଲାପାଳମାନେ ସେମାନଙ୍କ ଅଞ୍ଚଳର ସ୍ଥିତି ସମ୍ପର୍କରେ ସୂଚନା ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ ତଥା ୫-ଟି ସଚିବ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ। ବୈଠକରେ ଉନ୍ନୟନ କମିଶନରଙ୍କ ସମେତ ବିଭିନ୍ନ ବିଭାଗର ସଚିବମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri