Posted inଜାତୀୟ

ତୁମେ ଦୁନିଆର ଯେଉଁଠି ଥିଲେ ମଧ୍ୟ ଆମେ ତୁମର ସହାୟତା କରିବୁ: ବିଦେଶରେ ଥିବା ଛାତ୍ରୀଛାତ୍ରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆଶ୍ୱାସନା…

ହାଇଦ୍ରାବାଦ,୮।୨ : ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରଓ୍ବେନ୍ତ ରେଡ୍ଡୀ ବିଦେଶରେ ଭାରତୀୟ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ଆକ୍ରମଣକୁ ନେଇ ଉଦବେଗ ପ୍ରକାଶ କରିବା ସହ ଏହି ପ୍ରସଙ୍ଗରେ ଧ୍ୟାନ ଦେବାକୁ ବହିର୍ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କରଙ୍କୁ ନିବେଦନ କରିଛନ୍ତି। ବିଦେଶରେ ରହୁଥିବା ରାଜ୍ୟ ଛାତ୍ରୀଛାତ୍ରଙ୍କ ପାଇଁ ସିଏମ ରେଡ୍ଡୀ ଏକ ହେଲ୍ପ ଡେସ୍କ ଆରମ୍ଭ କରିବାକୁ ମଧ୍ୟ ଘୋଷଣା କରିଛନ୍ତି। ନିକଟରେ ଆମେରିକାର ସିକାଗୋରେ ହାଇଦ୍ରାବାଦର ଜଣେ ଭାରତୀୟ ଛାତ୍ର ସୟଦ ମଜହର ଅଲୀଙ୍କୁ ସାଂଘାତିକ ଆକ୍ରମଣ କରାଯାଇଥିଲା। ଚାରିଜଣ ଯୁବକ ସିକାଗୋରେ ମହଜରଙ୍କୁ ଲୁଟିବାକୁ ଚେଷ୍ଟା କରିଥିଲେ ଏବଂ ତାଙ୍କୁ ଆକ୍ରମଣ କରିଥିଲେ।

ସିଏମ ରେଡ୍ଡୀ କହିଛନ୍ତି, ’ହାଇଦ୍ରାବାଦର ଛାତ୍ର ସୟଦ ମଜହର ଅଲୀଙ୍କ ଉପରେ ହୋଇଥିବା ଆକ୍ରମଣ ଖବର ମୋତେ ଅତ୍ୟନ୍ତ ବିବ୍ରତ କରିଛି। ଏହା ପୂର୍ବରୁ ମଧ୍ୟ ଓହିଓରେ ଶ୍ରେୟସ ରେଡ୍ଡୀଙ୍କୁ ମଧ୍ୟ ହତ୍ୟା କରାଯାଇଥିଲା। ବିଦେଶରେ ରହୁଥିବା ଭାରତୀୟ ଛାତ୍ରୀଛାତ୍ରମାନଙ୍କ ସୁରକ୍ଷାକୁ ନେଇ ମୁଁ ଏସ ଜୟଶଙ୍କରଙ୍କୁ ନିବେଦନ କରୁଛି। ଆମ ସରକାର ବିଦେଶରେ ରହୁଥିବା ଭାରତୀୟ ଛାତ୍ରୀଛାତ୍ରମାନଙ୍କ ପାଇଁ ଏକ ହେଲ୍ପ ଡେସ୍କ ଗଠନ କରିବେ ଯାହା ଦ୍ୱାରା ସେମାନେ ଆବଶ୍ୟକ ସମୟରେ ସାହାଯ୍ୟ ପାଇପାରିବେ। ମୁଁ ତେଲେଙ୍ଗାନାର ଲୋକଙ୍କୁ ଆଶ୍ୱାସନା ଦେଉଛି ଆପଣ ଦୁନିଆର କେଉଁଠାରେ ଥାଆନ୍ତୁ ନା କାହିଁକି, କଂଗ୍ରେସ ସରକାର ଆପଣଙ୍କୁ ସେଠାରେ ସାହାଯ୍ୟ କରିବେ।

ଆମେରିକାରେ ଭାରତୀୟ ଛାତ୍ରଙ୍କ ଉପରେ ଆକ୍ରମଣ ଘଟଣାରେ ବୃଦ୍ଧି ଘଟିଛି। ଫେବୃଆରୀ ୬ ରେ ଆମେରିକାର ଇଣ୍ଡିଆନା ରାଜ୍ୟରେ ଜଣେ ଭାରତୀୟ ଛାତ୍ର ସମୀର କାମାଥଙ୍କ ମୃତଦେହ ମିଳିଥିଲା। ଏହି ବର୍ଷ, ଗତ ୩୮ ଦିନ ମଧ୍ୟରେ, ୭ ଜଣ ଭାରତୀୟ ଛାତ୍ରଙ୍କର ଆମେରିକାରେ ମୃତ୍ୟୁ ଘଟିଛିି। ଏହି ଘଟଣା ଆମେରିକାରେ ରହୁଥିବା ଭାରତୀୟ ଛାତ୍ରମାନଙ୍କ ମଧ୍ୟରେ ଭୟ ସୃଷ୍ଟି କରିଛି ଏବଂ ଭାରତରେ ରହୁଥିବା ସେମାନଙ୍କ ପରିବାର ମଧ୍ୟ ସେମାନଙ୍କ ପିଲାମାନଙ୍କ ସୁରକ୍ଷାକୁ ନେଇ ଚିନ୍ତିତ ଅଛନ୍ତି। ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ୨୦୨୨ ମସିହାରେ ଆମେରିକାରେ ୧୨ ଜଣ ଭାରତୀୟ ଛାତ୍ରଙ୍କର ମୃତ୍ୟୁ ଘଟିଥିଲା। ୨୦୨୩ ମସିହାରେ ୩୦ ଜଣଙ୍କୁ ହତ୍ୟା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri