Posted inଜାତୀୟ

ରାଜନୀତି କରିବେ ନା ନାହିଁ, ସ୍ପଷ୍ଟ କଲେ ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ,୨୭।୭: ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋରଙ୍କ କଂଗ୍ରେସରେ ଯୋଗଦେବା ନେଇ ହେଉଥିବା କଳ୍ପନାଜଳ୍ପନା ଏବେ ଶେଷ ହୋଇଛି। ପ୍ରଶାନ୍ତ କିଶୋର ଏହି ସମସ୍ତ କଳ୍ପନାଜଳ୍ପନାକୁ ପ୍ରତ୍ୟାଖ୍ୟାନ କରି ସ୍ପଷ୍ଟ କରିଛନ୍ତି ଯେ, ସେ ବର୍ତ୍ତମାନ ସମୟରେ କୌଣସି ପ୍ରକାର ରାଜନୈତିକ କାର୍ଯ୍ୟକଳାପରେ ଜଡିତ ନୁହଁନ୍ତି କିମ୍ବା ୨୦୨୨ ପ୍ରାରମ୍ଭରେ ହେବାକୁ ଥିବା ୫ଟି ରାଜ୍ୟ ବିଧାନସଭା ନିର୍ବାଚନରେ ମଧ୍ୟ କରିବେ ନାହିଁ। ନିର୍ବାଚନରେ କୌଣସି ପ୍ରତ୍ୟକ୍ଷ କିମ୍ବା ପରୋକ୍ଷ ଭୂମିକା ନେବେ ନାହିଁ। ଏଥି ସହିତ ସେ ଏହା ମଧ୍ୟ କହିଛନ୍ତି ଯେ, ଏହା ପଞ୍ଜାବର ପ୍ରସଙ୍ଗ ହେଉ କିମ୍ବା ଅନ୍ୟ କୌଣସି ପ୍ରସଙ୍ଗ, କଂଗ୍ରେସର କୌଣସି ନିଷ୍ପତ୍ତିରେ ପରଦା ପଛରେ କିମ୍ବା ପରଦା ବାହାରେ ତାଙ୍କର କୌଣସି ଭୂମିକା ନାହିଁ। ପଶ୍ଚିମବଙ୍ଗ ନିର୍ବାଚନର ଫଳାଫଳ ପରେ ମେ ୨ରେ ତାଙ୍କ ଦ୍ୱାରା କରାଯାଇଥିବା ଘୋଷଣାକୁ ସେ ସମ୍ପୂର୍ଣ୍ଣ ରୂପେ ଅବଲମ୍ବନ କରିବେ ଏବଂ ଯେତେବେଳେ ବି ନିଷ୍ପତ୍ତି ନେବେ ସେତେବେଳେ ସେ ସର୍ବସାଧାରଣରେ ଘୋଷଣା କରିବେ। ସେ କହିଛନ୍ତି ଯେ ସେ ଏପର୍ଯ୍ୟନ୍ତ ରାଜନୀତିରେ ସକ୍ରିୟ ରହିବେ କି ନାହିଁ ତାହା ସ୍ଥିର କରିନାହାଁନ୍ତି।

ଅନ୍ୟପକ୍ଷରେ କଂଗ୍ରେସ ସୂତ୍ରରୁ ପ୍ରକାଶ ଯେ ପି.କେ ଦଳରେ ଯୋଗଦେବେ କି ନାହିଁ, ତାହା ତାଙ୍କ ପାଇଁ ଏବଂ କଂଗ୍ରେସ ହାଇକମାଣ୍ଡ ନିଷ୍ପତ୍ତି ନେବେ, କିନ୍ତୁ କଂଗ୍ରେସ ନେତୃତ୍ୱ ପି.କେ ସହିତ ଅନୌପଚାରିକ ପରାମର୍ଶ ଆରମ୍ଭ କରିଛନ୍ତି। ଯାହାର ଝଲକ ଦଳ ସଂଗଠନରେ ନିଆଯାଇଥିବା ନିଷ୍ପତ୍ତିରେ ଦେଖିବାକୁ ମିଳେ।


Enter your email to get our daily news in your inbox.

All Right Reserved By Dharitri.Com

ବୋହୂ ନିଖୋଜ, ଶାଶୁ ଥାନାରେ

ହାଟଡ଼ିହୀ/ଛେନାପଦୀ,୬l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଇଂଚୋଳ ଗ୍ରାମର ଜଣେ ବୋହୂ ନିଖୋଜ ହୋଇଯାଇଛନ୍ତି। ଏନେଇ ଶାଶୁ ଥାନାରେ ଦ୍ୱାରସ୍ଥ ହୋଇ ଅଭିଯୋଗ କରିଛନ୍ତି।…

୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ, ଥାନାରେ ମାମଲା

ହାଟଡ଼ିହୀ,୬l୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଛେନାପଦୀ ବିଷ୍ଣୁପ୍ରିୟା ବାଳାଶ୍ରମରୁ ଜଣେ ୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ ହୋଇଯାଇଛନ୍ତି। ବିଭିନ୍ନ ସ୍ଥାନରେ ଖୋଜାଖୋଜି ପରେ ଛାତ୍ରଙ୍କ…

Video: ନୂଆ ରିଲ ଶେୟାର କଲେ ପ୍ରଧାନମନ୍ତ୍ରୀ ମୋଦି: କହିଲେ…

ନୂଆଦିଲ୍ଲୀ,୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଇନଷ୍ଟାଗ୍ରାମ ରିଲ ଶେୟାର କରିଛନ୍ତି। ଏହି ରିଲ ଜାତୀୟ ହସ୍ତତନ୍ତ ଦିବସ (୭ ଅଗଷ୍ଟରେ ପାଳିତ) ଅବସରରେ ପୋଷ୍ଟ କରାଯାଇଥିଲା।…

୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ: ବନ୍ଧା ହେଲେ ଅଭିଯୁକ୍ତ

ଦେବଗଡ,୬ା୮(ଶଶାଙ୍କ ଶେଖର ଝାଙ୍କର): ୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ ଅଭିଯୋଗରେ ଦେବଗଡ଼ ଥାନା ପୋଲିସ ଗୁରୁବାର ବାସୁଦେବପୁର ଗ୍ରାମର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ସଟ୍ଟା ଆଡ୍ଡା ଉପରେ ଜିଲାପାଳଙ୍କ ଚଢ଼ାଉ, ଜଣଙ୍କୁ କୋର୍ଟ ଚାଲାଣ

ଡୁଙ୍ଗୁରିପାଲି,୬।୮(ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଗୁରୁବାର ଜିଲାପାଳ ଡ଼ ନୃପରାଜ ସାହୁ ପରିଦର୍ଶନ କରିଥିଲେ। ଏହି ସମୟରେ ଗୋଷ୍ଠୀ…

ବାଘ ଛାଲ ବିକ୍ରି ବେଳେ ମାଡ଼ି ବସିଲା ବନ ବିଭାଗ

କୋକସରା,୬।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ବେହେରା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଡହଗାଁରେ ବାଘ ଛାଲ ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ…

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ

ବରଗଡ଼,୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଆଇନ ଶୃଙ୍ଖଳା ହୁଗୁଳା ହୋଇପଡିଛି। ଏଠାରେ ଦିନ ଦ୍ବିପହରରେ ଲୁଟପାଟ, ଆକ୍ରମଣ ବଢ଼ି ଚାଲିଛି। ଗୁରୁବାର ଅପରାହ୍ନରେ ସ୍ଥାନୀୟ କୋର୍ଟ ସମ୍ମୁଖରେ…

୫ ବର୍ଷ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିଦେଶ ଗସ୍ତରେ କେତେ ଖର୍ଚ୍ଚ ହୋଇଛି? ସଂସଦରେ ତଥ୍ୟ ପ୍ରକାଶ କଲେ ସରକାର

ନୂଆଦିଲ୍ଲୀ,୬।୮: ବୈଦେଶିକ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ପବିତ୍ରା ମାର୍ଗେରିଟା ଗୁରୁବାର (ଅଗଷ୍ଟ ୬) ସଂସଦରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୨୦୨୬ରେ ସରକାରୀ ବିଦେଶ ଗସ୍ତରେ ହୋଇଥିବା ଖର୍ଚ୍ଚ ସମ୍ପର୍କରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri