Posted inଜାତୀୟ

ଝିଅ-ପୁଅଙ୍କ ବିବାହ ବୟସ ହେଉ ସମାନ, ଆବେଦନକୁ ସୁପ୍ରିମ୍‌କୋର୍ଟକୁ ସ୍ଥାନାନ୍ତର କଲେ ଦିଲ୍ଲୀ ହାଇକୋର୍ଟ…

ନୂଆଦିଲ୍ଲୀ,୩୧।୧ : ଦିଲ୍ଲୀ ହାଇକୋର୍ଟ ମଙ୍ଗଳବାର ଝିଅ-ପୁଅଙ୍କ ବିବାହ ବୟସ ସମାନ ହେବା ନେଇ କରାଯାଇଥିବା ଏକ ପିଟିଶନକୁ ସୁପ୍ରିମକୋର୍ଟକୁ ସ୍ଥାନାନ୍ତର କରିଛନ୍ତି। ଏହା ସହିତ କୋର୍ଟ ଆବେଦନକାରୀଙ୍କୁ କହିଛନ୍ତି ଯେ ୧୩ ଜାନୁୟାରୀ ୨୦୨୩ ରେ ବିଭିନ୍ନ ଆଇନରେ ଝିଅ-ପୁଅଙ୍କ ବିବାହର ସର୍ବନିମ୍ନ ବୟସରେ ସମାନତା ସମ୍ବନ୍ଧୀୟ ମୁଖ୍ୟ ପ୍ରକ୍ରିୟାକୁ ସୁପ୍ରିମକୋର୍ଟକୁ ସ୍ଥାନାନ୍ତର କରିବାକୁ ଅନୁମତି ଦେଇଛନ୍ତି।

ଏହା ସହିତ ଜଷ୍ଟିସ ସତୀଶ ଚାନ୍ଦ ଶର୍ମା ଏବଂ ଜଷ୍ଟିସ ସୁବ୍ରମଣ୍ୟମ ପ୍ରସାଦଙ୍କ ବେଞ୍ଚ ମଧ୍ୟ ଏହାର ରେଜିଷ୍ଟ୍ରି ବିଭାଗକୁ ପିଟିଶନ ସମ୍ପର୍କିତ ସମସ୍ତ ତଥ୍ୟ ତୁରନ୍ତ ସୁପ୍ରିମକୋର୍ଟରେ ପଠାଇବାକୁ ନିର୍ଦ୍ଦେଶ ଦେଇଛନ୍ତି।

ପ୍ରକାଶ ଥାଉକି, ଦିଲ୍ଲୀ ଏଚସି ବୁଧବାର ଫେବୃଆରୀ ୨ରେ ଝିଅ-ପୁଅଙ୍କ ପାଇଁ ବିବାହର ଆଇନଗତ ବୟସକୁ ସମାନ କରିବା ପାଇଁ ଏକ ଜନସ୍ବାର୍ଥ ମାମଲା (ପିଏଲଆଇ) ଶୁଣାଣି କରିବେ। ଏଥିରେ କୁହାଯାଇଛି ଯେ ଝିଅଙ୍କ ପାଇଁ ବିବାହର ବୟସ ସୀମା ୧୮ ବର୍ଷରେ ଏବଂ ପୁଅ ପାଇଁ ୨୧ ବର୍ଷ ରଖାଯାଇଛି, ଏହା ଭେଦଭାବ। ଏହି ଆବେଦନକୁ ଭାଜପା ନେତା ଆଡଭୋକେଟ ଅଶ୍ୱିନୀ କୁମାର ଉପାଧ୍ୟାୟ ଦାଖଲ କରିଛନ୍ତି। ସେ କହିଛନ୍ତି ଯେ ଜନସାଧାରଣଙ୍କ ସ୍ବାର୍ଥ ଦୃଷ୍ଟିରେ ରଖି ଏହି ଆବେଦନ ଧାରା ୨୨୬ ଅନୁଯାୟୀ ଦାଖଲ କରାଯାଇଛି ଏବଂ ମହିଳାଙ୍କ ପ୍ରତି ହେଉଥିବା ଭେଦଭାବକୁ ଚ୍ୟାଲେଞ୍ଜ କରାଯାଇଛି।

ଦିଲ୍ଲୀ ହାଇକୋର୍ଟରେ ଦାଖଲ ହୋଇଥିବା ଆବେଦନରେ ଏହା ପୂର୍ବରୁ କୁହାଯାଇଥିଲା ବିଶ୍ୱର ୧୨୫ରୁ ଅଧିକ ଦେଶରେ ପୁଅ ଏବଂ ଝିଅଙ୍କ ପାଇଁ ବିବାହର ସମାନ ବୟସ ଅଛି। ବିବାହରେ ଏଭଳି ଅସମାନତା ସମ୍ବିଧାନର ଧାରା ୧୪,୧୫ ଏବଂ ୨୧ କୁ ଉଲ୍ଲଂଘନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଆଫଗାନିସ୍ତାନକୁ ହରାଇଲା ଭାରତ, ୧୩ ବଲ୍‌ରେ…

ଧର୍ମଶାଳା,୧୩ା୬: ଧର୍ମଶାଳାରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ସିରିଜରେ ଭାରତ ବିଜୟ ଲାଭ କରିଛି। ବର୍ଷା ପ୍ରଭାବିତ ପ୍ରଥମ ଦିନିକିଆରେ ଟିମ୍‌…

୨୪ ଘଣ୍ଟାରେ ହୋଇପାରେ ଆମେରିକା-ଇରାନ ଶାନ୍ତି ଚୁକ୍ତି: ଶେହବାଜ

ଇସ୍‌ଲାମାବାଦ,୧୩ା୬: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ବନ୍ଦ ପାଇଁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଚୂଡ଼ାନ୍ତ ହୋଇପାରେ ବୋଲି ମୁଖ୍ୟ ମଧ୍ୟସ୍ଥ…

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri