କେଉଁ ବୟସର ପିଲା ମାସ୍କ ପିନ୍ଧିବା ଜରୁରୀ!

ଜେନେଭା,୨୩।୮: ସାରା ବିଶ୍ୱରେ କରୋନା ମହାମାରୀକୁ ନେଇ ଯେଉଁ ଗାଇଡ୍‌ଲାଇନ ଜାରି କରାଯାଇଛି ସେଥିରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ଅନେକଙ୍କ ମନରେ ପ୍ରଶ୍ନ ଉଠେ ବଡମାନେ ମାସ୍କ ପିନ୍ଧିବା ଜରୁରୀ। ହେଲେ ପିଲାମାନଙ୍କ ପାଇଁ ଏହା କେତେଦୂର ସୁରକ୍ଷିତ। ଏବେ ଏହି ପ୍ରଶ୍ନକୁ ନେଇ ମାସ୍କ ପିନ୍ଧିବା ଉପରେ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍‌ଓ) ନୂଆ ଗାଇଡଲାଇନ ଜାରି କରିଛି। ଏଥିରେ ଉଲ୍ଲେଖ ରହିଛି ଯେ ୧୨ ବର୍ଷରୁ ଅଧିକ ବୟସର ପିଲା ମାସ୍କ ପିନ୍ଧିବା ଜରୁରୀ। କାରଣ ୧୨ ବର୍ଷରୁ ଅଧିକ ବୟସ ହେଲେ କରୋନା ସଂକ୍ରମଣର ଆଶଙ୍କା ମଧ୍ୟ ବଡମାନଙ୍କ ଭଳି ବଢିଯାଇଥାଏ। ତେବେ ୧୨ ବର୍ଷରୁ ଅଧିକ ବୟସର ପିଲାଙ୍କୁ ଜନଗହଳିପୂର୍ଣ୍ଣ ସ୍ଥାନ ଯେଉଁଠି ସାମାଜିକ ଦୂରତାକୁ ଗୁରୁତ୍ୱ ଦିଆଯାଉ ନ ଥିବ ଅବା କରୋନା ବ୍ୟାପୁଥିବା ଅଞ୍ଚଳରେ ନିଶ୍ଚିତ ଭାବେ ମାସ୍କ ପିନ୍ଧାଇବା ଜରୁରୀ ବୋଲି କହିଛି ଡବ୍ଲୁଏଚ୍‌ଓ। ତେବେ ଏହା ପିଲାମାନଙ୍କ ପାଇଁ କେତେ ହାନୀକାରକ ହେବ ତାହା ସ୍ପଷ୍ଟ କରାଯାଇ ନାହିଁ। ଏହାସହ ଡବ୍ଲୁଏଚ୍‌ଓ ଏକ ପ୍ରକାର ସ୍ପଷ୍ଟ କରିଛି କି ୫ ବର୍ଷରୁ କମ୍‌ ବୟସର ଶିଶୁଙ୍କୁ ମାସ୍କ ପିନ୍ଧାଇବା ଜରୁରୀ ନୁହେଁ। ତେବେ ଡବ୍ଲୁଏଚ୍‌ଓ ମତରେ ୬-୧୧ ବର୍ଷ ବୟସର ଶିଶୁଙ୍କ ପାଖରେ କରୋନା ସଂକ୍ରମଣର ଆଶଙ୍କା କମ୍‌ ରହିଥାଏ। ତେବେ ପିଲାମାନେ ପଡିଆରେ ଖେଳିବା ବେଳେ ମାସ୍କ ନ ପିନ୍ଧିବା ସହ ପରସ୍ପର ମଧ୍ୟରେ ଦୂରତା ରକ୍ଷା କରିବା ଭଲ ବୋଲି କହିଛି ଡବ୍ଲୁଏଚ୍‌ଓ।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri