Posted inଖେଳ

କେଉଁ ବୋଲରଙ୍କୁ ଡରନ୍ତି ବୈଭବ ସୂର୍ଯ୍ୟବଂଶୀ? ଜାଡେଜା କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୯।୭:  ଟିମ୍ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ସମ୍ପୂର୍ଣ୍ଣ ଫିଟ୍ ହୋଇ ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ ଦିନକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏହି ସମୟରେ ଆଇପିଏଲ୍ ଫ୍ରାଞ୍ଚାଇଜ୍ ‘ରାଜସ୍ଥାନ ରୟାଲ୍ସ’ (RR) ରୁ ଜଡେଜା ଏବଂ ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହେବାରେ ଲାଗିଛି। ଏହି ଭିଡିଓରେ ଉଭୟ ଖେଳାଳି ଏକ ରାପିଡ୍ ଫାୟାର୍ ରାଉଣ୍ଡରେ କିଛି ମଜାଦାର ପ୍ରଶ୍ନର ଉତ୍ତର ଦେଉଥିବା ନଜର ଆସିଛନ୍ତି।

ଏହି ସେସନରେ ଉଭୟଙ୍କୁ ପ୍ରଶ୍ନ କରାଯାଇଥିଲା ଯେ ସେମାନଙ୍କୁ କେଉଁ ବୋଲରଙ୍କୁ ସାମ୍ନା କରିବାକୁ ଡର ଲାଗେ? ଏହାର ଜବାବରେ ରବୀନ୍ଦ୍ର ଜାଡେଜା ଆଇପିଏଲ୍ ଏବଂ ଆନ୍ତର୍ଜାତୀୟ ସ୍ତରରେ ସ୍ପିଡ୍ ଷ୍ଟାର ଜୋଫ୍ରା ଆର୍ଚରଙ୍କ ନାମ ନେଇଥିଲେ। ସେହିପରି ଯେତେବେଳେ ଏହି ପ୍ରଶ୍ନ ବୈଭବ ସୂର୍ଯ୍ୟବଂଶୀଙ୍କୁ ପଚରାଗଲା, ସେ ନିର୍ଭୟରେ ଉତ୍ତର ଦେଇଥିଲେ ଯେ ତାଙ୍କୁ କୌଣସି ବୋଲରଙ୍କୁ ଡର ଲାଗେ ନାହିଁ। ବୈଭବଙ୍କ ଏହି ଆତ୍ମବିଶ୍ୱାସକୁ ଆହୁରି ମଜାଦାର କରି ଜାଡେଜା ତଙ୍ଗ କରୁକରୁ କହିଥିଲେ ଯେ ଆଜିଯାଏ ବଜାରରେ ଏପରି କେହି ବୋଲର ଆସିନାହାନ୍ତି।

ର‍୍ୟାପିଡ୍ ଫାୟାର୍ ସମୟରେ ଉଭୟଙ୍କୁ ସେମାନଙ୍କ ବ୍ୟାଟିଂ ଶୈଳୀ ବିଷୟରେ ମଧ୍ୟ ପଚରାଯାଇଥିଲା। ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂ ପସନ୍ଦ ବିଷୟରେ କହିବାକୁ ଯାଇ ଫିୟରଲେସ୍ ବା ନିର୍ଭୟ ଅନ୍ଦାଜକୁ ପସନ୍ଦ କରନ୍ତି ବୋଲି ପ୍ରକାଶ କରିଥିଲେ। ବୈଭବଙ୍କ ଏହି ନିର୍ଭୟ ବ୍ୟାଟିଂ ଆଇପିଏଲ୍ ଠାରୁ ଆରମ୍ଭ କରି ବର୍ତ୍ତମାନ ଆନ୍ତର୍ଜାତୀୟ କ୍ରିକେଟରେ ମଧ୍ୟ ସ୍ପଷ୍ଟ ଭାବେ ଦେଖିବାକୁ ମିଳୁଛି। ନିକଟରେ ଜିମ୍ବାୱେ ବିପକ୍ଷରେ ଶେଷ ହୋଇଥିବା ତିନି ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜରେ ସେ ସର୍ବାଧିକ ୧୫୧ ରନ୍ ସଂଗ୍ରହ କରି ପ୍ଲେୟାର୍ ଅଫ୍ ଦି ସିରିଜ୍ ବିବେଚିତ ହୋଇଥିଲେ। ଅନ୍ୟପକ୍ଷରେ, ରବୀନ୍ଦ୍ର ଜାଡେଜା ନିଜ ବ୍ୟାଟିଂରେ ପରିପକ୍ୱତା ବା ମ୍ୟାଚ୍ୟୁରିଟି ରଖିବାକୁ ଅଧିକ ପସନ୍ଦ କରନ୍ତି ବୋଲି କହିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁଣି ସର୍ବସାଧାରଣରେ ଅପମାନ ପାଇଲା ପାକିସ୍ତାନ, ଟିମ ଇଣ୍ଡିଆ କଲା ଏମିତି କାମ

ନୂଆଦିଲ୍ଲୀ,୧୪।୯: ଭାରତୀୟ ଦଳ ଶ୍ରୀଲଙ୍କାକୁ ପରାସ୍ତ କରି ମହିଳା ଏସିଆ କପ ୨୦୨୬ର ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ୭୨ ରନରେ ବିଜୟୀ ହୋଇଥିଲା,…

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?