ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବାବେଳେ ଘରୁ ଶୁଭିଲା ଚିତ୍କାର: ଆଉ ତା’ପରେ ଘଟିଲା..

ଦେବଗଡ,୨୧୮(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାଞ୍ଚଳ ଗୁରୁସଙ୍ଗ ଗ୍ରାମରେ ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ୨ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଥିବା ଜଣାପଡିଛି । ଆହତ ବ୍ୟକ୍ତି ଦ୍ୱୟ ଗୁରୁସଙ୍ଗ ଗ୍ରାମର ନନ୍ଦ ଧିବର ଓ ଝୁନୁ ମହାକୁଳ ବୋଲି ଜଣାପଡିଛି। ଗ୍ୟାସ ଟାଙ୍କି (ସିଲିଣ୍ଡର) ବିସ୍ଫୋରଣରେ ଉଭୟେ ଆହତ ହୋଇଥିବା ନନ୍ଦଙ୍କ ପରିବାର ଲୋକେ କହୁଥିବା ବେଳେ ନନ୍ଦ ଓ ଝୁନୁ ବାର୍‌ହା ଶିକାର ପାଇଁ ଶକ୍ତିଶାଳୀ ବାଣ ଭିଡୁଥିବାବେଳେ ଏହି ବିସ୍ଫୋରଣ ଘଟିଥିବା ବିଶ୍ୱସ୍ତ ସୂତ୍ରରୁ ସୂଚନା ମିଳିଛି ।
ସୂଚନା ଅନୁଯାୟୀ, ଗୁରୁବାର ରାତିରେ ଗୁରୁସଙ୍ଗ ଗ୍ରାମର ନନ୍ଦ ଧିବରଙ୍କ ଘରେ ପଚଣ୍ଡ ଶବ୍ଦ ସୃଷ୍ଟି ହେବାସହ ଘର ଭିତରୁ ଚିତ୍କାର ଶହ କାନ୍ଦ ବୋବାଳି ଶୁଣିବାକୁ ମିଳିଥିଲା। ଗ୍ରାମବାସୀମାନେ ସେଠାକୁ ଯାଇ ବିସ୍ଫୋରଣରେ ନନ୍ଦ ଧିବରଙ୍କ ଶରୀରର ସମ୍ମୁଖ ବାଘ ଓ ଝୁନୁ ମହାକୁଳଙ୍କ ଡାହାଣ ହାତ ପୋଡିଯିବା ସହ ସେମାନେ ଗୁରୁତର ଆହତ ହୋଇଥିବା ଏବଂ ଘରର ବହୁ ଆସବାବ ପତ୍ର ନଷ୍ଟ ହୋଇଥିବା ଦେଖିବାକୁ ପାଇଥିଲେ। ଏନେଇ ସେମାନେ ଆମ୍ବୁଲାନ୍ସ ଏବଂ ବାରକୋଟ ଥାନା ପୋଲିସ ସୂଚନା ଦେବା ପରେ ଆମ୍ବୁଲାନ୍ସ ସହାୟତାରେ ଉଭୟଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଚିକିତ୍ସା ନିମନ୍ତେ ନିକଟସ୍ଥ ଅନୁଗୋଳ ଜିଲାର ପାଳଲହଡା ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଉଭୟେ ଚିକିତ୍ସାଧିନ ଥିବାବେଳେ ବାରକୋଟ ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଚଳାଇଛି। ମାତ୍ର ପରିବାରର ସଦସ୍ୟସଦସ୍ୟାମାନେ ଘରେ ନଥିବା ଏବଂ ଘରର କବାଟରେ ତାଲା ପଡିଥିବାରୁ ବିସ୍ଫୋରଣର ପ୍ରକୃତ କାରଣ ବର୍ତ୍ତମାନ ପର୍ଯ୍ୟନ୍ତ ଜଣାପଡିନାହିଁ ଓ ଅଧିକ ତଦନ୍ତ ପରେ ସ୍ପଷ୍ଟ ହେବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ରୁଫ୍‌ଟପ୍ ସୋଲାର ସ୍ଥାପନରେ ଓଡ଼ିଶାର ବଡ଼ ସଫଳତା, ଦେଶରେ ୭ମ ସ୍ଥାନ

ଭୁବନେଶ୍ୱର, ୨୧।୮: ‘ପିଏମ୍‌ ସୂର୍ଯ୍ୟଘର ମୁଫ୍‌ତ ବିଜ୍‌ଲି’ ଯୋଜନା ଅଧୀନରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ କ୍ଷେତ୍ରରେ ଓଡ଼ିଶା ଜାତୀୟସ୍ତରରେ ୧୩ତମ ସ୍ଥାନରୁ ୭ମ ସ୍ଥାନକୁ ଉନ୍ନୀତ ହୋଇଛି…

ଆର୍‌ଏସ୍‌ଏସ୍‌ ବିରୋଧରେ ପ୍ରତିବନ୍ଧକ ଲଗାଅ: ଆମେରିକୀୟ ସଂସ୍ଥା

ଓ୍ବାଶିଂଟନ,୨୧।୮(ପି.ଟି.): ଆମେରିକାର ଏକ ଧାର୍ମିକ ସ୍ବାଧୀନ ପରାମର୍ଶଦାତା ସଂସ୍ଥାର ଅଧିକାରୀମାନେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ବିରୋଧରେ ପ୍ରତିବନ୍ଧକ ଲଗାଇବାକୁ ଦାବି କରିଛନ୍ତି । ଏଥିସହ ସେମାନେ…

ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ…

ଇମ୍ରାନ ଖାନଙ୍କୁ ନେଇ ବଡ଼ ଖବର, ରାତିଅଧରେ ହସ୍ପିଟାଲରେ ଭର୍ତ୍ତି

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ଇସଲାମାବାଦସ୍ଥିତ ଶିଫା ଇଣ୍ଟରନ୍ୟାସନାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ରାତି ପ୍ରାୟ ୧ଟା ୫ ମିନିଟ୍‌ରେ ତାଙ୍କୁ ଅଦିଆଲା…

ଅସମ୍ଭାଳ ସ୍ଥିତିରେ ଝାରପଡ଼ା ଜେଲ: ଡ୍ରାଇଭର ଗିରଫ ପରେ…

ଭୁବନେଶ୍ୱର,୨୧।୮(ତ୍ରିନାଥ ମହାନ୍ତି):ମାଷ୍ଟରକ୍ୟାଣ୍ଟିନ ହିଂସା ଘଟଣାରେ ୧୧୩ ଜଣ ଅନ୍‌ଲାଇନ୍‌ ଅଟୋ ଡ୍ରାଇଭର ଗିରଫ ହୋଇ ଜେଲ ଯାଇଛନ୍ତି। ଜେଲ ଯିବା ପରେ ଏବେ ଝାରପଡ଼ା ଜେଲ କର୍ତ୍ତୃପକ୍ଷଙ୍କ…

‘ଏନ୍‌ଇଇଟି’ ଆନ୍ଦୋଳନ ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ ପଦକ୍ଷେପ, ପୋଲିସ ବଳପ୍ରୟୋଗର ତଦନ୍ତ କରିବ ୫ ଜଣିଆ କମିଟି

ନୂଆଦିଲ୍ଲୀ,୨୧।୮(ପି.ଟି.): ଚଳିତବର୍ଷ ଜୁଲାଇ ୨୦ରେ ହୋଇଥିବା ପାର୍ଲାମେଣ୍ଟ ଘେରାଉ ଆନ୍ଦୋଳନ ବେଳେ ଛାତ୍ରୀଛାତ୍ର ଏବଂ ଯୁବବର୍ଗଙ୍କ ଉପରେ ପୋଲିସ ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା। ପରବର୍ତ୍ତୀ ସମୟରେ…

ମେଘାନ ଓ ପିଲାଙ୍କ ସହ ବ୍ରିଟେନ ଫେରିବେ ପ୍ରିନ୍ସ ହ୍ୟାରୀ

ଲଣ୍ଡନ,୨୧।୮: ପ୍ରିନ୍ସ ହ୍ୟାରୀ ଏବଂ ତାଙ୍କ ପତ୍ନୀ ମେଘାନ ମାର୍କେଲ ଚଳିତ ମାସ ଶେଷ ଆଡ଼କୁ ସେମାନଙ୍କ ଦୁଇ ସନ୍ତାନଙ୍କ ସହ ବ୍ରିଟେନକୁ ଫେରିବାକୁ ନିଷ୍ପତ୍ତି ନେଇଛନ୍ତି।…

କିମ୍ସ ଡାକ୍ତରଙ୍କୁ ବଡ଼ ସଫଳତା: ୧୦ ମାସ ଶିଶୁର ଖାଦ୍ୟ ନଳୀରୁ ବାହାରିଲା ପିନ୍‌

ଭୁବନେଶ୍ୱର, ୨୧ା୮:ରାଉରକେଲାର ଜଣେ ୧୦ ମାସର ଶିଶୁ ଭୁଲ୍‌ବଶତଃ ଏକ ଧାତବ ପିନ୍‌ ଗିଳିଦେବା ପରେ ତାହା ଖାଦ୍ୟନଳୀରେ ଅଟକିଯାଇଥିଲା। ଭୁବନେଶ୍ୱରସ୍ଥିତ କିମ୍ସ ହସ୍ପିଟାଲରେ ଡାକ୍ତରମାନେ ଆଡ୍‌ଭାନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri