ସମୁଦ୍ରରେ ସ୍ନାନବେଳେ ଚାଲିଗଲା ପ୍ରାଣ

ପୁରୀ ସହର,୫ା୯:ଖୁସିରେ ଶ୍ରୀକ୍ଷେତ୍ର ବୁଲିବାକୁ ଆସିଥିଲେ। ସମୁଦ୍ରରେ ଗାଧୋଇ ସାରି ମହାପ୍ରଭୁଙ୍କ ଦର୍ଶନ କରିଥାନ୍ତେ। ସ୍ତ୍ରୀ ଓ ଝିଅକୁ ଧରି ଗାଧୋଉଥିଲେ। ହେଲେ ସବୁ ଅଧାରେ ରହିଗଲା। ସ୍ନାନ କରିବାବେଳେ କୁନିଝିଅ ଆଗରେ ବାପାଙ୍କ ପ୍ରାଣ ଚାଲିଗଲା। ରବିବାର ସକାଳେ ପୁରୀ ବେଳାଭୂମିରେ ଏଭଳି ଦୁଃଖଦ ଘଟଣା ଘଟିଛି। ମୃତକ ହେଲେ ବରଗଡ଼ ଜିଲାର ରାକେଶ କୁମାର ସାହୁ (୪୦)। ସେ ସମୁଦ୍ରରେ ଗାଧୋଉଥିବାବେଳେ ହଠାତ୍‌ ଅଚେତ ହୋଇ ପଡ଼ିଯାଇଥିଲେ ଓ ସଙ୍ଗେସଙ୍ଗେ ତାଙ୍କର ମୃତ୍ୟୁ ହୋଇଯାଇଥିଲା ବୋଲି ଜଣାପଡ଼ିଛି। ଏନେଇ ସମୁଦ୍ରକୂଳ ଥାନା ପୋଲିସ ଏକ ଅପମୃତ୍ୟୁ ମାମଲା (ନଂ. ୨୫/୨୨) ରୁଜୁ କରି ଘଟଣାର ତଦନ୍ତ ଚଳାଇଛି। ଏଥିସହ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ବର୍ଗଙ୍କୁ ହସ୍ତାନ୍ତର କରିଛି। ହାର୍ଟ ଆଟାକ୍‌ କାରଣରୁ ଏହି ଘଟଣା ଘଟିଥିବା ସନ୍ଦେହ କରାଯାଉଥିବାବେଳେ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ସ୍ପଷ୍ଟ ହେବ ବୋଲି ପୋଲିସ କହିଛି।
ସୂଚନା ଅନୁଯାୟୀ, ରାକେଶ ତାଙ୍କ ସ୍ତ୍ରୀ ଓ ୫ବର୍ଷୀୟା କୁନିଝିଅଙ୍କୁ ନେଇ ପୁରୀ ଆସିଥିଲେ। ରାକେଶଙ୍କ ସହିତ ତାଙ୍କର ବନ୍ଧୁ ମଧ୍ୟ ପରିବାରକୁ ଧରି ଆସିଥିଲେ। ଉଭୟ ପରିବାର ଶନିବାର ରାତିରେ ପୁରୀରେ ପହଞ୍ଚିବା ପରେ ସମୁଦ୍ରକୂଳସ୍ଥିତ ଏକ ହୋଟେଲରେ ରହିଥିଲେ। ରବିବାର ସକାଳେ ଗାଧୋଇବା ପାଇଁ ସମସ୍ତେ ସମୁଦ୍ରକୁ ଯାଇଥିଲେ। ସମୁଦ୍ରରେ ଗାଧୋଇବା ବେଳେ ରାକେଶ ଅଚେତ ହୋଇ ପଡ଼ିଯାଇଥିଲେ। ତୁରନ୍ତ ଅନ୍ୟମାନେ ଦୌଡ଼ିଯାଇ ତାଙ୍କୁ ଡାକିବା ସହ ଉଠାଇବାକୁ ଚେଷ୍ଟା କରିଥିଲେ। ମାତ୍ର ସେ ଆଉ ଉଠି ନ ଥିଲେ।
ଶେଷରେ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହାପରେ ମେଡିକାଲ ପରିସରରେ ଶୋକର ଛାୟା ଖେଳିଯାଇଥିଲା। କୁନି ଝିଅଟି କିଛି ବୁଝି ନ ପାରି ବାପାଙ୍କ ମୃତଦେହ ପାଖେ ବସି ଲୁହ ଝରାଉଥିବାବେଳେ ସ୍ବାମୀଙ୍କୁ ହରାଇ ମହିଳା ଜଣକ ବାହୁନି ବାହୁନି କାନ୍ଦୁଥିଲେ। ଏହି ଦୃଶ୍ୟ ହୃଦୟ ବିଦାରକ ଥିଲା। ପରେ ପୋଲିସ ପହଞ୍ଚି ରାକେଶଙ୍କ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri