ମାସ୍କ ଚେକିଂ ବେଳେ ପୋଲିସକୁ ଦୁର୍ବ୍ୟବହାର, ଯୁବକ ଅଟକ

ଭଦ୍ରକ ଅଫିସ,୧୦।୪-ଏବେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଭଦ୍ରକ ସହରରେ ମାସ୍କ ଚେକିଂ ଜୋରଦାର କରିଛି ପୋଲିସ। ଶୁକ୍ରବାର ମାସ୍କ ଚେକିଂ ବେଳେ ଟାଉନ ପୋଲିସକୁ ଦୁର୍ବ୍ୟବହାର ଅଭିଯୋଗରେ ଜଣେ ଯୁବକଙ୍କୁ ଥାନାରେ ଅଟକ ରଖାଯାଇଛି।
ସୂଚନା ଅନୁଯାୟୀ, କରୋନା ପାଇଁ ଭଦ୍ରକ ଟାଉନ ପୋଲିସ ପକ୍ଷରୁ ସାରା ସହରରେ କଡ଼ାକଡ଼ି ଚେକିଂ କରାଯାଉଛି। ଯେଉଁମାନେ କୋଭିଡ୍‌ ନିୟମ ଉଲ୍ଲଂଘନ କରୁଛନ୍ତି, ସେମାନଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଉଛି ପୋଲିସ। ଶୁକ୍ରବାର ଭଦ୍ରକ ଅପର୍ତ୍ତିବିନ୍ଧା ଛକ ନିକଟରେ ପୋଲିସ ଚେକିଂ କରୁଥିଲା। ଏହି ସମୟରେ ସନ୍ଥିଆ ହବିବନଗରର ସମ୍ପୃକ୍ତ ଯୁବକ ବଜାରରୁ କିଛି ସାମଗ୍ରୀ କିଣି ଘରକୁ ଫେରୁଥିଲେ। ମୁହଁରେ ମାସ୍କ ନ ଥିବାରୁ ପୋଲିସ ତାଙ୍କୁ ଅଟକାଇବାରୁ ସେ ଦୁର୍ବ୍ୟବହାର କରିଥିଲେ। ଏପରିକି ପୋଲିସ ଓ ଯୁବକଙ୍କ ମଧ୍ୟରେ କିଛି ସମୟ ଧରି ଠେଲାପେଲା ହୋଇଥିଲା। ପରେ ପୋଲିସ ତାଙ୍କୁ ଥାନାକୁ ନେଇ ଅଟକ ରଖି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ନୂଆଖାଇ ଲଗ୍ନ ଧାର୍ଯ୍ୟ, ଏହି ମୁହୂର୍ତ୍ତରେ ଶୁଭବେଳା…

ବରଗଡ଼,୬ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମଦେବୀ ସମଲେଶ୍ୱରୀଙ୍କ ପୀଠରେ ରବିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ବିଧି ଓ ପରମ୍ପରା ଅନୁଯାୟୀ ଆସନ୍ତା ୧୪ ତାରିଖ ନିଶାର୍ଦ୍ଧ…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

କାର-ଅଟୋ ମୁହାଁମୁହିଁ ଧକ୍କା: ୨ ଜଣ ଗୁରୁତର

ଧାମନଗର, ୬/୯ (ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥର ଧାମନଗର ଛକ ଫ୍ଲାଏଓଭର ବ୍ରିଜ୍‌ ନିକଟରେ ରବିବାର ସକାଳ ପ୍ରାୟ…

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ପକ୍ଷରୁ କ୍ଷତିପୂରଣ ଦାବି କରି…

ପାରଳାଖେମୁଣ୍ଡି,୬ା୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସବ୍‌ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ…

ଭାଜପାରେ ଯୋଗଦେଲେ ଅନେକ କର୍ମୀ, ପ୍ରଧାନମନ୍ତ୍ରୀଙ୍କ ଶାସନରେ…

ରିଷିଡ଼ା,୬ା୯(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହାସ୍ଥିତ ସୁବିଧା କେନ୍ଦ୍ରଠାରେ ଭାଜପାର ମାସିକ ବୈଠକ ଓ ମିଶ୍ରଣ ପର୍ବ ଶନିବାର ଭାଜପାର କର୍ଲାମୁଣ୍ଡା ମଣ୍ଡଳ ସଭାପତି ଡୋଳାମଣି…

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

ଶିକ୍ଷୟିତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହ୍ୱଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ଶନିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri