ରୋଷେଇବେଳେ ଗ୍ୟାସ୍‌ ଲିକ୍‌, ପୋଡ଼ିଗଲେ ୮

ଭୁବନେଶ୍ୱର,୧୫ା୫(ବ୍ୟୁରୋ): ଖଣ୍ଡଗିରି ଥାନା ଅନ୍ତର୍ଗତ ପାତ୍ରପଡ଼ା ଅଞ୍ଚଳରେ ରୋଷେଇ ଚାଲିଥିବାବେଳେ ଗ୍ୟାସ୍‌ ଲିକ୍‌ ହୋଇ ନିଆଁ ଲାଗିଯିବାରୁ ୪ ପରିବାରର ୮ଜଣ ପୋଡ଼ିଯାଇ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୫ଜଣ ମହିଳା ରହିଛନ୍ତି। ଆହତମାନେ ହେଲେ ପବିତ୍ର ସ୍ବାଇଁ, ପ୍ଲାବନ କୁମାର ରାୟ, ଗୋବିନ୍ଦ ଜେନା, ମଞ୍ଜୁଲତା ଜେନା, ବାସନ୍ତୀ ଜେନା, କାନନ ବାଳା ଦାସ, ନଳିନୀ ବାରିକ ଓ ବିଷ୍ଣୁପ୍ରିୟା ମଙ୍ଗରାଜ। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ଏମ୍‌ସ ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ପ୍ଲାବନଙ୍କ ସ୍ବାସ୍ଥ୍ୟାବସ୍ଥା ସଂକଟାପନ୍ନ ହେବାରୁ ତାଙ୍କୁ କଟକ ବଡ଼ ମେଡ଼ିକାଲ୍‌କୁ ସ୍ଥାନାନ୍ତର କରାଯାଇଛି। ଏଥିସହ ୩ଜଣଙ୍କୁ ଏମ୍‌ସ ଆଇସିୟୁରେ ଭର୍ତ୍ତି କରାଯାଇଛି।
ମିଳିଥିବା ସୂଚନା ଅନୁଯାୟୀ, ଶୁକ୍ରବାର ପୂର୍ବାହ୍ନ ସାଢେ ୧୧ଟା ସମୟରେ ପ୍ଲାବନଙ୍କ ଘରେ ରୋଷେଇ ହେଉଥିଲା। ଏହି ସମୟରେ ଗ୍ୟାସ୍‌ ପାଇପ ହଠାତ୍‌ ଫାଟିଯିବା ସହ ଲିକ୍‌ ହୋଇ ଘରେ ନିଆଁ ଲାଗିଯାଇଥିଲା। ପରେ ଘର ସାରା ନିଆଁ ବ୍ୟାପିଯିବାରୁ ପ୍ଲାବନ ଜଳିଯାଇଥିଲେ। ଉକ୍ତ ଘର ପାଖକୁ ଲାଗ ଅନ୍ୟ ୩ ପରିବାରର ଝରକା ଖୋଲା ଥିବାରୁ ଜଳନ୍ତା ଗ୍ୟାସ୍‌ ବ୍ୟାପିଯାଇ ଲୋକଙ୍କ ଦେହରେ ଲାଗି ଯାଇଥିଲା। ଏପଟେ ବିସ୍ଫୋରଣ ଶବ୍ଦ ଓ ଚିତ୍କାର ଶୁଣି ଆଖପାଖ ଲୋକେ ଘଟଣା ସ୍ଥଳରେ ପହଞ୍ଚତ୍ଥିଲେ। ପ୍ଲାବନଙ୍କ ଦେହରେ ନିଆଁ ଲାଗିଥିବା ଦେଖି ରଶ୍ମିରଞ୍ଜନ ପାଟ୍ଟଶାଣୀ ନାମକ ଜଣେ ଯୁବକ ଏକ ଓଦା ଗାମୁଛା ତାଙ୍କ ଦେହରେ ଗୋଡ଼ାଇ ଦେଇଥିଲେ। ପରେ ସମସ୍ତ ଆହତଙ୍କ ନିଜ ଗାଡ଼ିରେ ମେଡିକାଲରେ ଭର୍ତ୍ତି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

ଭାଦ୍ରବ ମାସରେ ଦାନ କରନ୍ତୁ ଏହି ୫ ଜିନିଷ: ଈଶ୍ୱରଙ୍କ କୃପା ସହ ଖୋଲିଯିବ ଉନ୍ନତିର ରାସ୍ତା!

ଭାଦ୍ରବ ମାସକୁ ପୂଜାପାଠ ଓ ଧାର୍ମିକ ସାଧନା ପାଇଁ ବେଶ ମହତ୍ତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଏହି ମାସରେ ଜନ୍ମାଷ୍ଟମୀ, ଗଣେଶ ଚତୁର୍ଥୀ ଓ ଅନନ୍ତ ଚତୁର୍ଦ୍ଦଶୀ…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri