ରୋଷେଇବେଳେ ଗ୍ୟାସ୍‌ ଲିକ୍‌, ପୋଡ଼ିଗଲେ ୮

ଭୁବନେଶ୍ୱର,୧୫ା୫(ବ୍ୟୁରୋ): ଖଣ୍ଡଗିରି ଥାନା ଅନ୍ତର୍ଗତ ପାତ୍ରପଡ଼ା ଅଞ୍ଚଳରେ ରୋଷେଇ ଚାଲିଥିବାବେଳେ ଗ୍ୟାସ୍‌ ଲିକ୍‌ ହୋଇ ନିଆଁ ଲାଗିଯିବାରୁ ୪ ପରିବାରର ୮ଜଣ ପୋଡ଼ିଯାଇ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୫ଜଣ ମହିଳା ରହିଛନ୍ତି। ଆହତମାନେ ହେଲେ ପବିତ୍ର ସ୍ବାଇଁ, ପ୍ଲାବନ କୁମାର ରାୟ, ଗୋବିନ୍ଦ ଜେନା, ମଞ୍ଜୁଲତା ଜେନା, ବାସନ୍ତୀ ଜେନା, କାନନ ବାଳା ଦାସ, ନଳିନୀ ବାରିକ ଓ ବିଷ୍ଣୁପ୍ରିୟା ମଙ୍ଗରାଜ। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ଏମ୍‌ସ ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ପ୍ଲାବନଙ୍କ ସ୍ବାସ୍ଥ୍ୟାବସ୍ଥା ସଂକଟାପନ୍ନ ହେବାରୁ ତାଙ୍କୁ କଟକ ବଡ଼ ମେଡ଼ିକାଲ୍‌କୁ ସ୍ଥାନାନ୍ତର କରାଯାଇଛି। ଏଥିସହ ୩ଜଣଙ୍କୁ ଏମ୍‌ସ ଆଇସିୟୁରେ ଭର୍ତ୍ତି କରାଯାଇଛି।
ମିଳିଥିବା ସୂଚନା ଅନୁଯାୟୀ, ଶୁକ୍ରବାର ପୂର୍ବାହ୍ନ ସାଢେ ୧୧ଟା ସମୟରେ ପ୍ଲାବନଙ୍କ ଘରେ ରୋଷେଇ ହେଉଥିଲା। ଏହି ସମୟରେ ଗ୍ୟାସ୍‌ ପାଇପ ହଠାତ୍‌ ଫାଟିଯିବା ସହ ଲିକ୍‌ ହୋଇ ଘରେ ନିଆଁ ଲାଗିଯାଇଥିଲା। ପରେ ଘର ସାରା ନିଆଁ ବ୍ୟାପିଯିବାରୁ ପ୍ଲାବନ ଜଳିଯାଇଥିଲେ। ଉକ୍ତ ଘର ପାଖକୁ ଲାଗ ଅନ୍ୟ ୩ ପରିବାରର ଝରକା ଖୋଲା ଥିବାରୁ ଜଳନ୍ତା ଗ୍ୟାସ୍‌ ବ୍ୟାପିଯାଇ ଲୋକଙ୍କ ଦେହରେ ଲାଗି ଯାଇଥିଲା। ଏପଟେ ବିସ୍ଫୋରଣ ଶବ୍ଦ ଓ ଚିତ୍କାର ଶୁଣି ଆଖପାଖ ଲୋକେ ଘଟଣା ସ୍ଥଳରେ ପହଞ୍ଚତ୍ଥିଲେ। ପ୍ଲାବନଙ୍କ ଦେହରେ ନିଆଁ ଲାଗିଥିବା ଦେଖି ରଶ୍ମିରଞ୍ଜନ ପାଟ୍ଟଶାଣୀ ନାମକ ଜଣେ ଯୁବକ ଏକ ଓଦା ଗାମୁଛା ତାଙ୍କ ଦେହରେ ଗୋଡ଼ାଇ ଦେଇଥିଲେ। ପରେ ସମସ୍ତ ଆହତଙ୍କ ନିଜ ଗାଡ଼ିରେ ମେଡିକାଲରେ ଭର୍ତ୍ତି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା। ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri