ମାଛ ଧରୁଥିବାବେଳେ ସ୍ତ୍ରୀ ସମ୍ମୁଖରେ ବୁଡ଼ିଗଲେ ସ୍ବାମୀ

ମହାକାଳପଡ଼ା,୨୦ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): ଶୁକ୍ରବାର ମହାନଦୀର ବନ୍ତନାଶିଠାରେ ମାଛ ଧରୁଥିବା ବେଳେ ଜଣେ ଯୁବକ ବୁଡିଯାଇଛନ୍ତି। ସ୍ତ୍ରୀ ଓ ଶାଳକଙ୍କ ଆଖି ସମ୍ମୁଖରେ ଏହି ଘଟଣା ଶୁକ୍ରବାର ମଧ୍ୟାହ୍ନରେ ଘଟିଛି। ଖବର ପାଇ ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚତ୍ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ହେଲେ ଏହି ରିପୋର୍ଟ ଲେଖା ହେବା ପର୍ଯ୍ୟନ୍ତ ନିଖୋଜ ଯୁବକଙ୍କୁ ଉଦ୍ଧାର କରାଯାଇପାରିନାହିଁ। ନିଖୋଜ ଯୁବକଙ୍କ ନାମ ପିଣ୍ଟୁ ଦାସ। ସେ ଜଣେ ମତ୍ସ୍ୟଜୀବି ବୋଲି ସ୍ଥାନୀୟ ଲୋକେ କହିଛନ୍ତି। ଏହାକୁ ନେଇ ମହାକାଳପଡ଼ା ବ୍ଲକ୍‌ ଅଞ୍ଚଳରେ ଶୋକର ଛାୟା ଖୋଳିଯାଇଛି।
ସାମୁଦ୍ରିକ ଜୁଆର ପ୍ରଭାବ ଥିବାରୁ ମହାନଦୀରେ ଭଲ ମାଛ ପଡୁଥିବା ଶୁଣି ପିଣ୍ଟୁ ଦାସ ସ୍ତ୍ରୀ ଓ ଶାଳକଙ୍କ ସହ ମିଶି ଶୁକ୍ରବାର ମଧ୍ୟାହ୍ନରେ ମହାନଦୀକୁ ମାଛ ଧରିବା ପାଇଁ ଯାଇଥିଲେ। ମହାନଦୀରେ ଭଉଁରୀ ଜାଲ ପକାଇ ମାଛ ଧରୁଥିବା ବେଳେ ସେ ଗଭୀର ଜଳକୁ ଚାଲିଯାଇଥିଲେ। ପ୍ରଖର ସ୍ରୋତ ଥିବାରୁ ତାଙ୍କ ଗୋଡ଼ ଖସି ଯାଇଥିଲା। ସେ ଗଭୀର ଜଳରେ ବୁଡି ନିଖୋଜ ହୋଇଯାଇ ଥିଲେ। ସ୍ତ୍ରୀ ଓ ଶାଳକଙ୍କ ଆଖି ଆଗରେ ଏହି ଘଟଣା ଘଟିଥିଲେ ମଧ୍ୟ ସେମାନେ ପିଣ୍ଟୁଙ୍କୁ ରକ୍ଷା କରି ପାରି ନ ଥିଲେ। ଖବର ପାଇ ପୋଲିସ ଓ ମହାକାଳପଡ଼ା ଅଗ୍ନିଶମ ବାହିନୀ ପହଞ୍ଚତ୍ ବୋଟ୍‌ ସାହାର୍ଯ୍ୟରେ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ହେଲେ ସନ୍ଧ୍ୟାସୁଦ୍ଧା ପିଣ୍ଟୁଙ୍କୁ ଉଦ୍ଧାର କରାଯାଇପାରି ନ ଥିଲା। ତହସିଲଦାର ମାନସ ରଞ୍ଜନ ତ୍ରିପାଠୀ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟକୁ ତଦାରଖ କରିଥିଲେ। ଆବଶ୍ୟକ ପଡିଲେ ଯାଜପୁର ଜିଲା ଡ଼ୁବୁରୀସ୍ଥିତ ଓଡ୍ରାଏଫ୍‌ ଟିମ୍‌କୁ ଉଦ୍ଧାର କାର୍ଯ୍ୟରେ ନିୟୋଜିତ କରାଯିବ ବୋଲି ତହସିଲଦାର କହିଛନ୍ତି। ସୂଚନା ଅନୁଯାୟୀ, ନିଖୋଜ ପିଣ୍ଟୁ ଦାସଙ୍କ ପୈତୃକ ଘର ଭଦ୍ରକ ଜିଲା ବଡ଼ହାଟ ତ୍ରିଲୋଚନପୁରରେ। ସେ ମହାକାଳପଡ଼ା ନିକଟ ବାହାକୁଦ ଗ୍ରାମର ମୁସଲିମ ଝିଅ ହସିନା ଖାତୁନଙ୍କୁ ବିବାହ କରି ରହୁଥିଲେ। ପ୍ରଖର ସ୍ରୋତ ଯୋଗୁ ମହାନଦୀରେ ଉଦ୍ଧାର କାର୍ଯ୍ୟରେ ସମସ୍ୟା ସୃଷ୍ଟି ହେଉଛି ବୋଲି ପ୍ରାକ୍ତନ ସରପଞ୍ଚ ବିକାଶ ଚନ୍ଦ୍ର ଦେବନାଥ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନନ୍ଦପୁରରେ ବିଜେପି SC ମୋର୍ଚ୍ଚାର ନୂତନ ନିଯୁକ୍ତି, ଶାନ୍ତନୁ ସେଠୀଙ୍କୁ ଜିଲା କମିଟିରେ ଦାୟିତ୍ୱ…

ବାଞ୍ଚୋ ,୧୬ା୫(ପ୍ରଦୋଷ କୁମାର ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି(ଭାଜପା) କେନ୍ଦୁଝର ଜିଲା ଏସ୍‌.ସି ମୋର୍ଚ୍ଚା କମିଟିରେ ଆନନ୍ଦପୁର ଅଞ୍ଚଳର ଯୁବ ନେତା ଶାନ୍ତନୁ ସେଠୀଙ୍କୁ ଆଜି…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri