ଜଙ୍ଗଲକୁ କାଠ ଆଣିବାକୁ ଯାଇଥିଲେ, କରେଣ୍ଟ ଲାଗି ଟଳିପଡ଼ିଲେ ଦମ୍ପତ୍ତି

କୋରାପୁଟ,୨୧।୧(ଅମିତାଭ ବେହେରା): ସୋମବାର ବିଳମ୍ବିତ ରାତିରେ ନନ୍ଦପୁର ବ୍ଲକର ଗେରୁପୁଟ ଗ୍ରାମ ନିକଟ ଜଙ୍ଗଲରେ ବିଦ୍ୟୁତ ସ୍ପର୍ଶରେ ଏକ ଦମ୍ପତିଙ୍କ ମୃତ୍ୟୁୁ ହୋଇଥିବା ନନ୍ଦପୁର ଥାନା ପକ୍ଷରୁ ଜଣାଯାଇଛି। ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବାବେଳେ ଅଘଟଣ, ବବିଦ୍ୟୁତ ତାର ସଂସ୍ପର୍ଶରେ ଆସି ସ୍ବାମୀ-ସ୍ତ୍ରୀଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି। ପୋଲିସ ମଙ୍ଗଳବାର ସକାଳେ ଦୁଇ ମୃତ ଦେହ ଆଣି ବ୍ୟବଛେଦ ପାଇଁ ନନ୍ଦପୁର ସିଏଚସିକୁ ପଠାଇଥିବା ଜଣାଯାଇଛି। ମୃତକମାନେ ହେଲେ ଗେରୁପୁଟ ଗ୍ରାମର ବଳରାମ ଗାଲେଲ ଓ ବଲା ଗାଲେଲ।
ମିଳିଥିବା ସୂଚନା ଅନୁଯାୟୀ, ନନ୍ଦପୁର ହାଟ ପଦା ନିକଟରେ ଚା’ ଦୋକାନ କରନ୍ତି। ସୋମବାର ସନ୍ଧ୍ୟା ସମୟରେ କାଠ ଆଣିବା ପାଇଁ ଉଭୟ ନିକଟସ୍ଥ ଜଙ୍ଗଲକୁ ଯାଇଥିଲେ। କିନ୍ତୁ ଦୀର୍ଘ ସମୟ ଧରି ଘରକୁ ନ ଫେରିବାରୁ ଗାଁ ଲୋକେ ତାଙ୍କୁ ଖୋଜା ଖୋଜି କରିଥିଲେ। ଶେଷରେ ଜଙ୍ଗଲ ଭିତରେ ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ ତାର ସହିତ ଉଭୟଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଏହା ଦେଖି ତୁରନ୍ତ ପୋଲିସକୁ ଖବର ଦେଇଥିଲେ। ଖବର ପାଇ ଘଟଣା ସ୍ଥଳରେ ନନ୍ଦପୁର ପୋଲିସ ପହଞ୍ଚି ଉଭୟଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଥାନାରେ ଏକ ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

ଆଉନାହାନ୍ତି ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ ରଥ: ଖେଳିଗଲା ଶୋକର ଛାୟା

ଦିଗପହଣ୍ଡି,୨୧।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଭୀମପୁର ଶାସନ ବାସିନ୍ଦା ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ କୁମାର ରଥ (୬୪)ଙ୍କ ହୃଦଘାତରେ ପରଲୋକ…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

ସେପ୍ଟେମ୍ବର ୨୩ରେ ଘଟିବ ବିରଳ ଘଟଣା; ଦିନ-ରାତି ୧୨-୧୨ ଘଣ୍ଟା….

ନୂଆଦିଲ୍ଲୀ,୨୧।୯: ଆସନ୍ତା ୨୩ ସେପ୍ଟେମ୍ବରରେ ଆକାଶରେ ଦେଖିବାକୁ ମିଳିବ ଏକ ବିଶେଷ ଭୌଗଳିକ ଘଟଣା । ଏହି ତାରିଖରେ ଦିନ ଓ ରାତିର ସମୟ ପ୍ରାୟ ସମାନ…

ସୁପୋଷିତ ଓଡ଼ିଶା ମିଶନ: ୨୧,୫୯୪ ଅଙ୍ଗନୱାଡି କେନ୍ଦ୍ରରେ ସର୍ଭେ କାର୍ଯ୍ୟ ଆରମ୍ଭ

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ମାଧ୍ୟମରେ ରାଜ୍ୟର ୨୧,୫୯୪ଟି ଅଙ୍ଗନୱାଡି କେନ୍ଦ୍ରରେ ଜାତୀୟ ସେବା ଯୋଜନା (NSS)ର ବିଭିନ୍ନ ଶାଖାରେ କାର୍ଯ୍ୟରତ ୪,୩୩୪ ଜଣ ସ୍ବେଚ୍ଛାସେବୀ…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?