ଧନୁତୀର ନାକରେ ଗଳି ନାବାଳକ ଗୁରୁତର

ମାଲକାନଗିରି, ୨ା୧(ଦୁର୍ଯ୍ୟୋଧନ ପାତ୍ର):ଘରେ ଥିବା ଏକ ଧନୁତୀର ଧରି ଖେଳୁଥିବା ବେଳେ ଅସାବଧାନତାରୁ ଜଣେ ନାବାଳକଙ୍କ ନାକରେ ଗଳି ଯିବାରୁ ସେ ଗୁରୁତର ହୋଇ ପଡିଥିଲେ। ଦୁଇଘଣ୍ଟା ପରିଶ୍ରମ ପରେ ମାଲକାନଗିରି ଜିଲା ହସ୍ପିଟାଲ ସର୍ଜରି ବିଶେଷଜ୍ଞ ସପନ କୁମାର ଧିଣ୍ଡା ଅପରେଶନ କରି ନାକରୁ ତୀର ବାହାର କରିଥିଲେ।
ପ୍ରକାଶ ଯେ, ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଆନ୍ଦାଗୁଡା ଗ୍ରାମର ଜଗନ୍ନାଥ ପୂଜାରୀଙ୍କ ପୁଅ ନନ୍ଦ(୯) ରବିବାର ସନ୍ଧ୍ୟାରେ ଘରେ ଥିବା ଏକ ଧନୁ ତୀର ଆଣି ଦାଣ୍ଡରେ ଖେଳୁଥିଲେ। ସେ ଧନୁରେ ତୀର ଯୋଖୁଥିବା ବେଳେ ଅସାବଧାନତାରୁ ତାଙ୍କ ନାକ ପୁଡ଼ାରେ ପଶି ଯାଇଥିଲା। ସେ ଚିତ୍କାର କରିବାରୁ ପରିବାର ଲୋକେ ତୀର ବାହାର କରିବାକୁ ବହୁ ଚେଷ୍ଟା କରିଥିଲେ, କିନ୍ତୁ ତାହା ନାକରୁ ବାହାରି ନ ଥିଲା। ପରିବାର ଲୋକେ ନନ୍ଦଙ୍କୁ ଜିଲା ହସ୍ପିଟାଲକୁ ରବିବାର ରାତିରେ ଆଣି ଚିକିତ୍ସା କରିଥିଲେ। ଡାକ୍ତର ଧିଣ୍ଡା ଦୁଇଘଣ୍ଟା ପରିଶ୍ରମ ପରେ ନାକରୁ ତୀରଟିକୁ ବାହାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ଏକାବେଳକେ ଆଖିବୁଜିଦେଲେ ଦୁଇ ସାଙ୍ଗ : ଘରକୁ ଫେରିବା ବେଳେ…

ପଡିଆ,୨୧।୧(ଭାସ୍କର ରାଓ): ମାଲକାନଗିରି ଜିଲା ପଡିଆ ସଦର ବ୍ଲକ କମାରଗୁଡା ନିକଟରେ ଦୁର୍ଘଟଣା ଘଟିଛି। ଦୁଇ ସାଙ୍ଗ ଏକ ବାଇକ୍‌ରେ ଯିବା ବେଳେ ଦୁର୍ଘଟଣାରେ ଉଭୟଙ୍କ...

ଚାଲିଥିଲା ଜୁଆ ଖେଳ, ଅଚାନକ ଚଢାଉ କଲା ପୋଲିସ, ଆଉ ତା’ପରେ…

ଛତ୍ରପୁର, ୨୧।୧ ( ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ପୋଲିସ ପକ୍ଷରୁ ଚିକଲଖଣ୍ଡିଠାରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଅଚାନକ ଚଢ଼ାଉ କରି ୮...

ଘାଟିରେ ତଳକୁ ଖସିଲା ଟ୍ରଲର: ଲାଗିଲା ନିଆଁ, ଆଉ ତା’ପରେ…

ପଟାଙ୍ଗୀ,୨୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟାଙ୍ଗୀ ବ୍ଲକ ଅଧିନସ୍ଥ ରାଲେଗଡା ପଞ୍ଚାୟତ ଯୋଡିମାଦିଲି ଘାଟିରେ ଭାରସାମ୍ୟ ହରାଇ ଘାଟି ତଳକୁ ଖସିପଡ଼ିଛି ଏକ ଟ୍ରଲର।...

ଶ୍ରୀମନ୍ଦିରରେ ରକ୍ତ ଛିଟା: ମହାପ୍ରଭୁଙ୍କ ହେବ ବଡ଼ ମହାସ୍ନାନ

ଭୁବନେଶ୍ୱର,୨୧।୧: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହେବ ହେବ ବଡ଼ ମହାସ୍ନାନ ନୀତି। ଭିତର କାଠ ନିକଟ ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି।...

କଲେଜ ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାହିଁକି ଏମିତି ଚରମ ନିଷ୍ପତ୍ତି ନେଲେ କାରଣ ଅସ୍ପଷ୍ଟ

ସମ୍ବଲପୁର,୨୧।୧(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସୟୁ) ବ୍ରହ୍ମପୁତ୍ର ଛାତ୍ରାବାସର ୫୨ ନମ୍ବର କୋଠରୀରୁ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରାଯାଇଛି। ସେ ହେଉଛନ୍ତି ସୁନ୍ଦରଗଡ଼...

ପିସ୍ତଲରୁ ନିଜକୁ ଗୁଳି କରିଦେଲେ ଯୁବ କଂଗ୍ରେସ ନେତା, ସହରରେ ଶୋକର ଛାୟା

ସୋନପୁର,୨୧l୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା କଂଗ୍ରେସ କମିଟିର କୋଷାଧ୍ୟକ୍ଷ ରାଜେଶ ମିଶ୍ର(୪୦) ଆତ୍ମହତ୍ୟା କରିଛନ୍ତି। ମଙ୍ଗଳବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ସୁବର୍ଣ୍ଣପୁର ସହର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri