Posted inରାଜ୍ୟ

ଜନ୍ମଦିନ ଭୋଜି ଖାଇ ଫେରିବା ବେଳେ ଟ୍ରାକ୍ଟରକୁ ଧକ୍କା ଦେଲା କାର୍‌, ୪ ସାଙ୍ଗ ମୃତ

ଖଡ଼ିଆଲ,୧୭ା୬(ମକାରୁ ବେମାଲ): ଭବାନୀପାଟଣା ଲଛିପୁର ଛକ ୧୬ ନମ୍ବର ରାଜ୍ୟ ରାଜପଥରେ ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଚାରି ଜଣ ପ୍ରାଣ ହରାଇଛନ୍ତି। ଟ୍ରାକ୍ଟରକୁ କାର୍‌ ଧକ୍କା ଦେବା ପରେ ୪ ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି।

ମୃତକମାନେ ହେଉଛନ୍ତି ଖଡ଼ିଆଳ ସହରର ଋଷି ସାହୁ, ଶୁଭମ ମହାଉତି, ବଣ୍ଟି ଲାଲ ସିଂହ ଓ ଗୋଇମୁଣ୍ଡା ଗ୍ରାମର ଦେବରାଜ ପଟେଲେ। ଗତ ରାତିରେ ଏହି ୪ ସାଙ୍ଗ କାର ଯୋଗେ ତୁକୁଳା ଗାଁକୁ ଏକ ଜନ୍ମଦିନ ଭୋଜି ଖାଇବାକୁ ଯାଇଥିଲେ।

ତେବେ ରାତି ପ୍ରାୟ ୧୨ଟା ବେଳେ ସେମାନେ ଖଡ଼ିଆଳ ଅଭିମୁଖେ ଫେରୁଥିବା ବେଳେ ଲଛିପୁର ଗାଁ ନିକଟରେ ଏକ ଟ୍ରାକ୍ଟର ସହିତ ସେମାନଙ୍କର ଧକ୍କା ହୋଇଥିଲା। ଏହା ପରେ ପରେ ସେହି ରାସ୍ତା ଦେଇ ଦ୍ରୁତଗତିରେ ଯାଉଥିବା ଏକ ଟ୍ରକ୍ ସେମାନଙ୍କ କାରକୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ୪ ବନ୍ଧୁ ଜୀବନ ହରାଇଛନ୍ତି।

ଅପରପକ୍ଷେ ଟ୍ରାକ୍ଟରରେ ଯାଉଥିବା ଦୁଇ ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଖଡ଼ିଆଳ ଉପଖଣ୍ଡ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ସେମାନଙ୍କ ଅବସ୍ଥା ଭଲ ନଥିବା ଜଣାପଡ଼ିଛି। ଟ୍ରାକ୍ଟରର ଡାଲାର ଦୁଇ ପଛ ଚକ ବାହାରି ଯାଇଥିବା ବେଳେ କାରଟି ଚୁରମାର ହୋଇଯାଇଛି। ଘଟଣାରେ ଏକ ମାମଲା ରୁଜୁ କରି ପୋଲିସ ତଦନ୍ତ ଆରମ୍ଭ କରିଛି। ଆଜି ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକ ଙ୍କୁ ହସ୍ତାନ୍ତର କରାଯିବ ବୋଲି ପୋଲିସ ସୂତ୍ରରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri