ଫୁଟବଲ ଖେଳ ଦେଖି ଫେରିବା ବେଳେ ପଡ଼ିଲେ ହାତୀ ହାବୁଡ଼ରେ, ତା’ପରେ ଘଟିଲା ଏମିତି ଶୁଣି ସମସ୍ତେ ଆଶ୍ଚର୍ଯ୍ୟ

ମୋରଡା,୨୧।୧୦(ସ୍ମାରକ ମାଜୀ): ହାତୀ ଆକ୍ରମଣରେ ଗୁରୁତର ଯୁବକ ରାତି ତମାମ ଜଙ୍ଗଲରେ ପଡି ରହି ଛଟପଟ ହେବା ଘଟଣା ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଅଞ୍ଚଳରେ ଚର୍ଚ୍ଚାର କେନ୍ଦ୍ର ପାଲଟିଛି।
ସୂଚନା ଅନୁଯାୟୀ, ରାସଗୋବିନ୍ଦପୁର ରେଞ୍ଜ ଅଧୀନ ଟୁପୁରା ଗ୍ରାମର ସମରାଇ ହେମ୍ବ୍ରମ(୫୫) ଗତ ଅକ୍ଟୋବର ୧୯ ତାରିଖ ରବିବାର ପାଖ ଗାଁ କପ୍ତିପଦାକୁ ଫୁଟବଲ ଖେଳ ଦେଖିବାକୁ ଯାଇଥିଲେ । ଖେଳ ଦେଖି ସାରି ସାରେ ମନାକଷା ଜଙ୍ଗଲ ଦେଇ ସମରାଇ ଘରକୁ ଫେରିବା ସମୟରେ ହାତୀ ହାବୁଡ଼ରେ ପଡ଼ିଥିଲେ ଏବଂ ହାତୀ ଆକ୍ରମଣରେ ସମରାଇଙ୍କ ଗୋଡ଼ ଭାଙ୍ଗି ଯିବାରୁ ସେ ଗୁରୁତର ଅବସ୍ଥାରେ ଜଙ୍ଗଲରେ ପଡିଥିଲେ । ରାତି ତମାମ ସମରାଇ ଏମିତି ଅବସ୍ଥାରେ ପଡି ରହିବା ପରେ ଗତକାଲି ସୋମବାର ପୂର୍ବାହ୍ନ ୧୧ଟା ସମୟରେ ସ୍ଥାନୀୟ ଲୋକେ ଜଙ୍ଗଲକୁ ଯାଇଥିବା ଗୁରୁତର ସମରାଇଙ୍କୁ ଦେଖି ବନବିଭାଗକୁ ଖବର ଦେଇଥିଲେ । ଖବର ପାଇ ଫରେଷ୍ଟର ମାଳତୀ ସିଂ, ଫରେଷ୍ଟ ଗାର୍ଡ ଅରବିନ୍ଦ ଗିରି ଘଟଣାସ୍ଥଳରେ ପହଞ୍ଚି ପ୍ରଥମେ ସମରାଇଙ୍କୁ ରାସଗୋବିନ୍ଦପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଏବଂ ପରେ ବାରିପଦା ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଏଣ୍ଡ ହସ୍ପିଟାଲରେ ଭର୍ତ୍ତି କରାଇଥିଲେ । ତେବେ ରାତି ତମାମ ଯୁବକ ଜଣକ ଗୁରୁତର ଅବସ୍ଥାରେ ପଡି ରହି ଛଟପଟ ହେବା ଘଟଣା ବାବଦରେ ବନବିଭାଗ କିପରି ଜାଣି ପାରିଲା ନାହିଁ ଏହା ବନବିଭାଗର ଅବହେଳାକୁ ଦାୟୀ କରାଯାଇ ପାରେ ବୋଲି ଅଞ୍ଚଳରେ ଆଲୋଚନା ହେଉଛି । ଏନେଇ ରେଞ୍ଜର ଘନଶ୍ୟାମ ସିଂଙ୍କୁ ପଚାରିବାରୁ ଜଙ୍ଗଲ କଡ଼ କେନାଲ ରାସ୍ତାରେ ବନବିଭାଗ କର୍ମଚାରୀ ଥିଲେ ଏବଂ ଉକ୍ତ ଜଙ୍ଗଲରେ ତିନି ଦିନ ହେଲା ହାତୀ ଅଛନ୍ତି ବୋଲି ଗାଁ ଲୋକକୁ ସୂଚନା ଦେବା ସତ୍ତ୍ୱେ ସମରାଇ କେନାଲ ରାସ୍ତା ନହୋଇ ଜଙ୍ଗଲ ମଝିରେ ଘରକୁ ଫେରୁଥିଲେ ଏବଂ କ୍ଷତିଗ୍ରସ୍ତ ସମରାଇଙ୍କୁ ସରକାରଙ୍କ ତରଫରୁ କ୍ଷତି ପୂରଣ ମିଳିବ ବୋଲି କହିଛନ୍ତି ।

 

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ଗାଜଲବାଡ଼ି ଘାଟିରେ ୨ ଟ୍ୟାଙ୍କର ଫସିବା ଯୋଗୁ ଯାତାୟାତ ଠପ୍: ରାତିସାରା ଘାଟି ରାସ୍ତାରେ ଅଟକି ରହିଲେ ଶହ ଶହ ଯାତ୍ରୀ

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଓ ବାଲିଗୁଡ଼ାକୁ ସଂଯୋଗ କରୁଥିବା ୫୯ ନମ୍ବର ଗୋପାଳପୁର-ରାଇପୁର ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶନିବାର ବିଳମ୍ବିତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

କର୍ଲାମୁଣ୍ଡା ବ୍ଲକ ପାଇଁ ଗୌରବ: ପ୍ରଥମ ମହିଳା ଭାବେ ପିଏଚ୍‌ଡି ଡିଗ୍ରୀ ହାସଲ କଲେ ସୀମନ୍ତିନୀ ସେଠ

ରିଷିଡ଼ା, ୧୯।୯ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ସୀମନ୍ତିନୀ ସେଠ ସଂସ୍କୃତ ବିଷୟରେ ଗବେଷଣା କରି ପିଏଚ୍‌ଡି (PhD) ଡିଗ୍ରୀ ହାସଲ…

ବେଙ୍ଗାଲୁରୁରେ କେନ୍ଦୁଝର ଯୁବକଙ୍କ ଅକାଳ ମୃତ୍ୟୁ: MP ଅନନ୍ତ ନାୟକଙ୍କ ହସ୍ତକ୍ଷେପ ପରେ ଗାଁକୁ ଫେରିଲା ପାର୍ଥିବ ଶରୀର

ପାଟଣା,୧୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ବେଗନା ଗ୍ରାମର ସଞ୍ଜୀବ ସେଠୀଙ୍କ ୩୪ ବର୍ଷୀୟ ପୁଅ ଦୀପେଶ ସେଠୀଙ୍କ ବେଙ୍ଗାଲୁରୁରେ ଅକାଳ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?