ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ ମୃତ ଏବଂ ଜଣେ ଆହତ ହୋଇଛନ୍ତି। ମୃତକ ଜଣକ ହେଲେ ଗଞ୍ଜାମ ଜିଲା ମାଗୁରା ଗ୍ରାମର ଅନ୍ତର୍ଯ୍ୟାମୀ ମହାରଣା(୨୫) ଏବଂ ଆହତ ଜଣକ ପିଣ୍ଟୁ ସାହୁ (୨୫)। ଦୁଇଜଣ ବାଇକ ଆରୋହୀ ଲାଞ୍ଜିଗଡ ବେଦାନ୍ତ କାରଖାନାର ସହଯୋଗୀ କମ୍ପାନୀ ଓଏସଏଲ କମ୍ପାନୀରେ କାର୍ଯ୍ୟ କରୁଥିଲେ । ସୂଚନାନୁସାରେ ଦୁଇଜଣ କର୍ମଚାରୀ କୌଣସି କାମରେ ଯାଇ ସନ୍ଧ୍ୟା ୫ଟା ସମୟରେ ଲାଞ୍ଜିଗଡ ଫେରୁଥିବାବେଳେ ଆଶ୍ରମପଡା ନିକଟରେ ଭାରସାମ୍ୟ ହରାଇ ଏକ ଗଛରେ ପିଟିହୋଇ ଗୁରୁତର ଅବସ୍ଥାରେ ନିକଟସ୍ଥ ଜମିରେ ପଡିଯାଇଥିଲେ। ସ୍ଥାନୀୟ ଲୋକେ ଦୁର୍ଘଟଣା ଦେଖି ଲାଞ୍ଜିଗଡ ପୋଲିସକୁ ଖବର ଦେଇଥିଲେ । ଖବର ପାଇଁ ଲାଞ୍ଜିଗଡ ଥାନାଧିକାରୀ ଯଶବନ୍ତ ହିଆଲଙ୍କ ନେତୃତ୍ୱରେ ଏଏସଆଇ ବଳଭଦ୍ର ଗୌଡ଼ ପୋଲିସ ବଳ ସହିତ ଘଟଣାସ୍ଥଳକୁ ଯାଇ ଆହତ ଅବସ୍ଥାରେ ପଡିଥିବା ଦୁଇଜଣଙ୍କୁ ଲାଞ୍ଜିଗଡ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ଡାକ୍ତରଖାନାରେ ଡାକ୍ତର ପ୍ରାଥମିକ ଚିକତ୍ସା ପରେ ଅନ୍ତର୍ଯ୍ୟାମୀକୁ ମୃତ ଘୋଷଣା କରିଥିବା ବେଳେ ଆହତ ପିଣ୍ଟୁ ମୁଣ୍ଡରେ ସାମାନ୍ୟ ଆଘାତ ଲାଗିଥିବାରୁ ପ୍ରାଥମିକ ଚିକିତ୍ସା ପରେ ସେ ଘରକୁ ଫେରି ଯାଇଥିଲେ । ସନ୍ଧ୍ୟା ହୋଇଯିବାରୁ ମୃତଦେହ ବ୍ୟବଚ୍ଛେଦ ହୋଇନଥିବା ବେଳେ ପରିବାର ଲୋକଙ୍କୁ ଖବର ଦିଆହୋଇଛି । ସେମାନେ ଆସିଲା ପରେ ଆସନ୍ତାକାଲି ମୃତଦେହ ବ୍ୟବଚ୍ଛେଦ ହେବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri