ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ ମୃତ ଏବଂ ଜଣେ ଆହତ ହୋଇଛନ୍ତି। ମୃତକ ଜଣକ ହେଲେ ଗଞ୍ଜାମ ଜିଲା ମାଗୁରା ଗ୍ରାମର ଅନ୍ତର୍ଯ୍ୟାମୀ ମହାରଣା(୨୫) ଏବଂ ଆହତ ଜଣକ ପିଣ୍ଟୁ ସାହୁ (୨୫)। ଦୁଇଜଣ ବାଇକ ଆରୋହୀ ଲାଞ୍ଜିଗଡ ବେଦାନ୍ତ କାରଖାନାର ସହଯୋଗୀ କମ୍ପାନୀ ଓଏସଏଲ କମ୍ପାନୀରେ କାର୍ଯ୍ୟ କରୁଥିଲେ । ସୂଚନାନୁସାରେ ଦୁଇଜଣ କର୍ମଚାରୀ କୌଣସି କାମରେ ଯାଇ ସନ୍ଧ୍ୟା ୫ଟା ସମୟରେ ଲାଞ୍ଜିଗଡ ଫେରୁଥିବାବେଳେ ଆଶ୍ରମପଡା ନିକଟରେ ଭାରସାମ୍ୟ ହରାଇ ଏକ ଗଛରେ ପିଟିହୋଇ ଗୁରୁତର ଅବସ୍ଥାରେ ନିକଟସ୍ଥ ଜମିରେ ପଡିଯାଇଥିଲେ। ସ୍ଥାନୀୟ ଲୋକେ ଦୁର୍ଘଟଣା ଦେଖି ଲାଞ୍ଜିଗଡ ପୋଲିସକୁ ଖବର ଦେଇଥିଲେ । ଖବର ପାଇଁ ଲାଞ୍ଜିଗଡ ଥାନାଧିକାରୀ ଯଶବନ୍ତ ହିଆଲଙ୍କ ନେତୃତ୍ୱରେ ଏଏସଆଇ ବଳଭଦ୍ର ଗୌଡ଼ ପୋଲିସ ବଳ ସହିତ ଘଟଣାସ୍ଥଳକୁ ଯାଇ ଆହତ ଅବସ୍ଥାରେ ପଡିଥିବା ଦୁଇଜଣଙ୍କୁ ଲାଞ୍ଜିଗଡ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ଡାକ୍ତରଖାନାରେ ଡାକ୍ତର ପ୍ରାଥମିକ ଚିକତ୍ସା ପରେ ଅନ୍ତର୍ଯ୍ୟାମୀକୁ ମୃତ ଘୋଷଣା କରିଥିବା ବେଳେ ଆହତ ପିଣ୍ଟୁ ମୁଣ୍ଡରେ ସାମାନ୍ୟ ଆଘାତ ଲାଗିଥିବାରୁ ପ୍ରାଥମିକ ଚିକିତ୍ସା ପରେ ସେ ଘରକୁ ଫେରି ଯାଇଥିଲେ । ସନ୍ଧ୍ୟା ହୋଇଯିବାରୁ ମୃତଦେହ ବ୍ୟବଚ୍ଛେଦ ହୋଇନଥିବା ବେଳେ ପରିବାର ଲୋକଙ୍କୁ ଖବର ଦିଆହୋଇଛି । ସେମାନେ ଆସିଲା ପରେ ଆସନ୍ତାକାଲି ମୃତଦେହ ବ୍ୟବଚ୍ଛେଦ ହେବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

ବରଗଡକୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ବିଜେଡି କଲା ବଡ଼ ଦାବି: ଦେଲା ଚେତାବନୀ, ସମସ୍ୟାର ସମାଧାନ ନ ହେଲେ…

ବରଗଡ ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ଜ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ବରଗଡ଼ ମଥୁରାନଗରୀ ପାଲଟିଛି । ମଙ୍ଗଳବାର ସମ୍ଭବତଃ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri