ବାପାଙ୍କୁ ଖୋଜିଖୋଜି ଗଲାବେଳେ ଦେଖିଲେ ପଡିଛି ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ

ରାୟଗଡ଼ା,୨୨।୮(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ଶେଷଖାଲ ଥାନା ଅଧୀନ କାରୁବାଇ ପଞ୍ଚାୟତ ଅନ୍ତର୍ଗତ ସାନସିଗୁରୁ ଗ୍ରାମରେ ରକ୍ତାକ୍ତ ଅବସ୍ଥାରେ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ହେଲେ ନାରାୟଣ ମାଣ୍ଡାଙ୍ଗି(୬୦)। ତେବେ ଗୁରୁବାର ରାତିରେ ବାପାଙ୍କୁ କାତିରେ ଭୁସି ହତ୍ୟା କରାଯାଇଥିବା ନେଇ ପୁଅ ପ୍ରେମା ମାଣ୍ଡାଙ୍ଗି ଶେଷଖାଲ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗ ପାଇଲା ପରେ ପୋଲିସ ଘଟଣାସ୍ଥଳକୁ ଯାଇ ତଦନ୍ତ କରିବା ସହିତ ମୃତଦେହ ଜବତ କରିଛି। ପୁଅ ପ୍ରେମାଙ୍କ ଅଭିଯୋଗ ଅନୁଯାୟୀ ନାରାୟଣ ସବୁଦିନ ଖାଇବା ପାଇଁ ପୁଅଙ୍କ ଘରକୁ ଆସିଥାନ୍ତି। ହେଲେ ଗୁରୁବାର ରାତିରେ ନାରାୟଣ ଖାଇବାକୁ ଆସି ନ ଥିଲେ। ଫଳରେ ସେ ଯାଇ ବାପାଙ୍କ ଘରେ ପହଞ୍ଚିବା ବେଳକୁ ସେଠାରେ ନାରାୟଣଙ୍କ ରକ୍ତାକ୍ତ ମୃତ ଦେହ ପଡ଼ିରହିଥିଲା। ଏନେଇ ତୁରନ୍ତ ଗାଁ ଲୋକଙ୍କୁ ଜଣାଇବା ସହିତ ପୋଲିସରେ ଅଭିଯୋଗ କରିଥିଲେ। ତେବେ ଶୁକ୍ରବାର ପୋଲିସ ସେଠାରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ାଘରୁ ମିଳିଲା ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ, ମହାବିଦ୍ୟାଳୟର ପଛ ପଟେ…

ଖୋର୍ଦ୍ଧା,୧ା୨(ପ୍ରଭାତ ପାଣିଗ୍ରାହୀ): ଭଡ଼ାଘରୁ ଜଣେ ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ଖୋର୍ଦ୍ଧା ଜିଲା ବୋଲଗଡ଼ ପରମାନନ୍ଦ ମହାବିଦ୍ୟାଳୟର ଓଡ଼ିଆ ବିଭାଗର ଅଧ୍ୟାପିକା ବର୍ଷା ରାଣୀ ଗଜେନ୍ଦ୍ରଙ୍କ…

ଫେବୃଆରୀ ୬ରୁ ରାମଚଣ୍ଡୀ ମହୋତ୍ସବ: ଦର୍ଶକଙ୍କ ମନମୋହିବ…

ଗଞ୍ଜାମ,୧।୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ନୀଳାଦ୍ରିପୁରସ୍ଥିତ ପ୍ରସିଦ୍ଧ ମା’ ରାମଚଣ୍ଡୀଙ୍କ ଶକ୍ତିପୀଠରେ ଫେବୃଆରୀ ୬, ୭ ଓ ୮ ତାରିଖ ୩ଦିନ ଧରି…

 ୭୨ ବର୍ଷୀୟ ବୃଦ୍ଧଙ୍କ ନାଁରେ ଅସଦାଚରଣ ଅଭିଯୋଗ: କୋର୍ଟ ଚାଲାଣ ପରେ ଥାନା ଘେରିଲେ ଗ୍ରାମବାସୀ 

ତିହିଡ଼ି,୧।୨(ସଞ୍ଜିତ ବଳ): ତିହିଡି଼ ଥାନା ମୁକୁନ୍ଦପୁର ପଞ୍ଚାୟତ ଅଧୀନ ଆରସା ଗ୍ରାମର ଶତାଧିକ ଅଧିବାସୀ ରବିବାର ପୂର୍ବାହ୍ନରେ ଥାନା ଘେରାଉ କରିଛନ୍ତି l ଗ୍ରାମର ଜଣେ ବୃଦ୍ଧଙ୍କୁ…

ପୋଲିସ ଗାଡି ଧକ୍କାରେ ଗଲା ଜୀବନ

ବଲାଙ୍ଗୀର,୧।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା ପେଟ୍ରୋଲ ପମ୍ପର ନିକଟ ବୁଲାଣି ରାସ୍ତାରେ ଶନିବାର ରାତିରେ ଭୟଙ୍କର ଦୁର୍ଘଟଣା ଘଟିଛି। ମୋଟର ସାଇକେଲରେ ଆସୁଥିବା…

Union Budget: ବଜେଟରେ ‘ସମସ୍ତଙ୍କ ପାଇଁ ବୀମା’ ସ୍ବପ୍ନ ସାକାର ହେବ କି? ଜାଣନ୍ତୁ ସବିଶେଷ ତଥ୍ୟ

ନୂଆଦିଲ୍ଲୀ,୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର, ଫେବୃଆରୀ ୧, ୨୦୨୬ରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି। ବୀମା ଶିଳ୍ପ ଏଥିପାଇଁ ବହୁତ…

ବାପା ହେଲେ ସୁପରଷ୍ଟାର ରାମ ଚରଣ: ଉପାସନା ଜନ୍ମ ଦେଲେ ଯମଜ ସନ୍ତାନ

ମୁମ୍ବାଇ: ଟଲିଉଡର ପାୱାର କପଲ ରାମ ଚରଣ ଏବଂ ଉପାସନା କୋନିଡେଲାଙ୍କ ଘରକୁ ଆସିଛନ୍ତି ଦୁଇ ନୂଆ ଅତିଥି। ଉପାସନା ଏକ ପୁତ୍ର ଏବଂ ଏକ କନ୍ୟା…

ଟ୍ରେନରେ ଯାତ୍ରା କରୁଥିଲେ ଖୁସିଖବର, ୫୦% କମିଯିବ ଟ୍ରେନଭଡା!

ନୂଆଦିଲ୍ଲୀ,୧।୨: ଦେଶର ଲକ୍ଷ ଲକ୍ଷ ରେଳ ଯାତ୍ରୀ ଆଗାମୀ କେନ୍ଦ୍ର ବଜେଟ 2026 କୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ସବୁବେଳେ ପରି, ସାଧାରଣ ଲୋକ ଆଶା…

୨୦୨୫ରେ ଦେଶ ଛାଡିଛନ୍ତି ୭ ଲକ୍ଷରୁ ଅଧିକ ପାକିସ୍ତାନୀ, ରିପୋର୍ଟରେ ବଡ଼ ଦାବି

ଇସଲାମାବାଦ,୧।୨: ୨୦୨୫ ମସିହାରେ ୭,୬୦,୦୦୦ ରୁ ଅଧିକ ପାକିସ୍ତାନୀ ନିଯୁକ୍ତି ଖୋଜିବାକୁ ଦେଶ ଛାଡିଥିଲେ। ଏହି ସଂଖ୍ୟା ଦେଶରେ ବଢୁଥିବା ଆର୍ଥିକ ଚାପ ଏବଂ ନିଯୁକ୍ତି ସୁଯୋଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri