Posted inଖେଳ

ମ୍ୟାଚ୍‌ ଚାଲିଥିବାବେଳେ ହଠାତ୍‌ ପଡ଼ିଆରେ ପଶିଗଲେ ଯୁବକ: ପାନେ ଦେଲେ ମହିଳା କ୍ରିକେଟର୍‌

ବେଙ୍ଗାଲୁରୁ,୨୯।୨: ମହିଳା ପ୍ରିମିୟର ଲିଗ ୨୦୨୪ର ଷଷ୍ଠ ମ୍ୟାଚ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ୟୁପି ୱାରିୟର୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ୟୁପି ଚମତ୍କାର ପ୍ରଦର୍ଶନ କରି ୭ ଇକେଟ ଜିତିଥିଲା। ମ୍ୟାଚ ସମୟରେ ଏକ ଆଶ୍ଚର୍ଯ୍ୟଜନକ ଦୃଶ୍ୟ ଦେଖିବାକୁ ମିଳିଥିଲା। ୟୁପି-ମୁମ୍ବାଇ ମ୍ୟାଚ ସମୟରେ ଜଣେ ବ୍ୟକ୍ତି ପଡ଼ିଆରେ ପ୍ରବେଶ କରିଥିଲେ। ସେ ସୁରକ୍ଷା କର୍ମୀଙ୍କୁ ଭେଦ କରି ପିଚ ନିକଟରେ ପହଞ୍ଚିଥିଲେ। ଏହା ଦେଖି ୟୁପି ଅଧିନାୟକ ଆଲିସା ହେଲି ତାଙ୍କୁ ଅଟକାଇଲେ। ଆଲିସା ତାଙ୍କୁ ପିଚ ଯିବାକୁ ଦେଇ ନ ଥିଲେ।
ବେଙ୍ଗାଲୁରୁରେ ଖେଳାଯାଇଥିବା ମ୍ୟାଚରେ ୟୁପି ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଏହି ସମୟରେ ମୁମ୍ବାଇ ଦଳ ପ୍ରଥମେ ବ୍ୟାଟିଂ ପାଇଁ ପଡ଼ିଆରେ ପହଞ୍ଚିଥିଲା। ମୁମ୍ବାଇର ଇନିଂସ ସମୟରେ ଜଣେ ବ୍ୟକ୍ତି ସୁରକ୍ଷା ଭଙ୍ଗ କରି ପଡ଼ିଆରେ ପହଞ୍ଚିଥିଲେ। ଏହା ଦେଖି ଆଲିସା ହେଲି ପିଚ ନିକଟରେ ପହଞ୍ଚିବା ମାତ୍ରେ ତାଙ୍କୁ ଅଟକାଇେ। ଆଲିସା ଅନୁଭବ କରିଥିଲେ ଯେ ସେ ପିଚକୁ କ୍ଷତି ପହଞ୍ଚାଇ ପାରନ୍ତି। ଏହି କାରଣରୁ ତାଙ୍କୁ ତୁରନ୍ତ ଅଟକାଇ ଦେଇଥିଲେ ଏବଂ ଏହା ପରେ ସୁରକ୍ଷା କର୍ମୀମାନେ ତାଙ୍କୁ ବାହାରକୁ ନେଇଥିଲେ।
ଏହିପରି ଦୃଶ୍ୟ ପୂର୍ବରୁ କ୍ରିକେଟ ମ୍ୟାଚରେ ମଧ୍ୟ ଦେଖିବାକୁ ମିଳେ। ଟିମ ଇଣ୍ଡିଆର ଏକ ମ୍ୟାଚ୍‌ରେ ରୋହିତ ଶର୍ମାଙ୍କ ପ୍ରଶଂସକ ପଡ଼ିଆରେ ପହଞ୍ଚିଥିଲେ। ବିରାଟ କୋହଲିଙ୍କ ଜଣେ ପ୍ରଶଂସକ ମଧ୍ୟ ଏହା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri