ଫେବୃୟାରୀରେ ଅସମ୍ଭାଳ ତାତି

ଭୁବନେଶ୍ୱର, ୧୩ା୨(ବ୍ୟୁରୋ):ରାଜ୍ୟରେ ଶୀତ ଗାଏବ ହୋଇଯାଉଥିବାବେଳେ ତାତି ବଢ଼ି ଚାଲିଛି। ଉତ୍ତର ଓଡ଼ିଶାର କିଛି ସ୍ଥାନରେ ଶୀତ ହେଉଥିଲେ ମଧ୍ୟ ବାକି ସବୁ ସ୍ଥାନରେ ଗରମ ଅନୁଭୂତ ହେଉଛି। ଫେବୃୟାରୀରୁ ଗ୍ରୀଷ୍ମର ଅନୁଭବ ହେଉଛି। ରାଜ୍ୟର ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରା ୩୨ଡିଗ୍ରୀ ଉପରେ ରହୁଥିବାବେଳେ ରାଜଧାନୀ ଭୁବନେଶ୍ୱରରେ ତାତି ଅସମ୍ଭାଳ ହେଉଛି। ଅପରାହ୍ନରେ ଘରୁ ବାହାରିବା ବି କଷ୍ଟ ହୋଇପଡ଼ୁଛି। ଫେବୃୟାରୀ ଆରମ୍ଭରୁ ସହରରେ ଯେଉଁଭଳି ତାତି ଅନୁଭୂତ ହେଉଛି, ଲାଗୁଛି ଶେଷବେଳକୁ ଭୁବନେଶ୍ୱର ୪୦ ବର୍ଷର ରେକର୍ଡ ଭାଙ୍ଗିବ। ୧୯୬୩ ଫେବୃୟାରୀରେ ଭୁବନେଶ୍ୱରର ସର୍ବୋଚ୍ଚ ତାପମାତ୍ରା ୪୨.୭ ଡିଗ୍ରୀ ରେକର୍ଡ ହୋଇଥିଲା। ତେବେ ୨୦୨୩ରେ ଏହି ରେକର୍ଡ ଟପିଯିବ ବୋଲି ପାଣିପାଗ ବିଭାଗ ଅନୁମାନ କରୁଛି। କିଛିଦିନ ହେବ ଅର୍ଥାତ୍‌ ଫେବୃୟାରୀ ପ୍ରଥମ ସପ୍ତାହରେ ଭୁବନେଶ୍ୱରର ତାପମାତ୍ରା ୩୫ ଡିଗ୍ରୀ ଟପିଥିଲା। ଦକ୍ଷିଣ ପଶ୍ଚିମ ଦିଗରୁ ପ୍ରବାହିତ ହେବାକୁ ଥିବା ବାୟୁ ପାଇଁ ଆଗକୁ ତାପମାତ୍ରା ଆହୁରି ବଢ଼ିବ ବୋଲି ପାଣିପାଗ ବିଜ୍ଞାନୀ ଆକଳନ କରିଛନ୍ତି। ତେବେ ବାୟୁ ମଣ୍ଡଳରେ ଅସ୍ଥିରତା, ବର୍ଷାର ଅଭାବ, ଜଙ୍ଗଲ କ୍ଷୟ ହିଁ ତାପମାତ୍ରା ବୃଦ୍ଧିର ପ୍ରମୁଖ କାରଣ ହୋଇଥିବା ପାଣିପାଗ ବିଜ୍ଞାନୀ ମତ ରଖିଛନ୍ତି। ପୂର୍ବ ବର୍ଷର ତଥ୍ୟକୁ ଦେଖିଲେ ଗତବର୍ଷ ଫେବୃୟାରୀରେ ତାପମାତ୍ରା ୩୦ ଡିଗ୍ରୀରୁ କମ୍‌ ରହିଥିବାବେଳେ ୨୦୨୧ ଫେବୃୟାରୀରେ ୪୦ ଡିଗ୍ରୀ ଛୁଇଁଥିଲା। ସେହିପରି ୨୦୨୦ରେ ତାପମାତ୍ରା ୩୦ ଡିଗ୍ରୀଠାରୁ କମ୍‌ ରହିଥିଲା।
ତେବେ ରବିବାର ମାଲକାନଗିରିରେ ସର୍ବାଧିକ ତାପମାତ୍ରା ୩୭ ଡିଗ୍ରୀ ରହିଥିବାବେଳେ ଅନୁଗୋଳରେ ୩୬.୭, ଭୁବନେଶ୍ୱର ୩୬.୬, ଝାରସୁଗୁଡ଼ା ୩୬.୪, ତାଳଚେର ୩୬, ଛତ୍ରପୁର ୩୬, ବୌଦ୍ଧ ୩୬, ଭଦ୍ରକ ୩୫, ସୁନ୍ଦରଗଡ଼ ୩୫, କଟକ ୩୪.୬, ଗୋପାଳପୁର ୩୪.୬, ବାଲେଶ୍ୱର ୩୪.୫, ଖୋର୍ଦ୍ଧା ୩୪ ଓ ନୟାଗଡ଼ରେ ୩୪ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ସେପଟେ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୧୦.୫ ଡିଗ୍ରୀ ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଆସନ୍ତା ୨ ରାତିର ତାପମାତ୍ରା ୨ରୁ ୩ ଡିଗ୍ରୀ ହ୍ରାସ ପାଇବା ସମ୍ଭାବନା ଥିବାବେଳେ ଏହାପରେ ଧୀରେ ଧୀରେ ପୁଣି ତାପମାତ୍ରା ୨ରୁ ୩ଡିଗ୍ରୀ ବୃଦ୍ଧି ପାଇବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri