କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭ ଫୁଟ ଲମ୍ବର ଏକ ଅଜଗରକୁ ସ୍ନେକ୍‌ ହେଲ୍ପ ଲାଇନ ସଦସ୍ୟ ଉଦ୍ଧାର କରିଛନ୍ତି। ଅଜଗର ସାପଟି ସେଠାରେ ରହି ଗର୍ଜନ କରୁଥିବା ବେଳେ କାମକରୁଥିବା କିଛି ଶ୍ରମିକ ସାପଟିକୁ ପ୍ରଥମେ ଦେଖିଥିଲେ। ଖବର ପ୍ରଚାରିତ ହେବାପରେ ସାପ ଦେଖିବାକୁ ଘଟଣାସ୍ଥଳରେ ଲୋକଙ୍କ ଭିଡ଼ ହୋଇଥିଲା। ଏନେଇ ଦିଗପହଣ୍ଡି ବନବିଭାଗ କାର୍ଯ୍ୟାଳୟକୁ ସୂଚନା ଦିଆଯିବା ପରେ ବନ ବିଭାଗ କର୍ତ୍ତୃପକ୍ଷ ସ୍ନେକ୍‌ ହେଲ୍ପଲାଇନ ସଦସ୍ୟ କାଳିଆ ନାହାକଙ୍କୁ ଜଣାଇଥିଲେ। ସେ ସେଠାରେ ପହଞ୍ଚି ଅତ୍ୟନ୍ତ ସନ୍ତର୍ପଣ ସହକାରେ ପୁରୁଷ ପ୍ରଜାତିର ଅଜଗର ( ପାଇଥାନ ) ସାପକୁ ଧରି ନିକଟସ୍ଥ ଚାଙ୍ଗୁଡ଼ିଦେଇ ଜଙ୍ଗଲରେ ସୁରକ୍ଷିତ ଅବସ୍ଥାରେ ଛାଡିଥିଲେ। ଅଜଗରଟି କେନାଲ ପାଣିରେ ଭାସି ଆସିଥିବା ଲୋକେ ଅନୁମାନ କରିଛନ୍ତି। ଗତ କିଛିଦିନ ପୂର୍ବେ ଦିଗପହଣ୍ଡି ଏନ୍‌ଏସି ୩ ନଂ ଓ୍ବାର୍ଡ ପିଏଚ୍‌ଡି ରୋଡ୍‌ କେନାଲ କଡ଼ ମୋବାଇଲ ଟାଓ୍ବାର ନିକଟରୁ୍‌ ପ୍ରାୟ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ସ୍ନେକ୍‌ ହେଲ୍ପ ଲାଇନ ସଦସ୍ୟ ଉଦ୍ଧାର କରି ନିକଟସ୍ଥ ଚାଙ୍ଗୁଡି ଦେଇ ଜଙ୍ଗଲରେ ଛାଡ଼ିଥିଲେ।

ଅପରପକ୍ଷରେ ବ୍ୟାପକ ଜଙ୍ଗଲ କ୍ଷୟ ଯୋଗୁ ନିକଟସ୍ଥ ଜଙ୍ଗଲରୁ ଅଜଗର ପରି ଅନ୍ୟ ବିଷାକ୍ତ ସାପଗୁଡ଼ିକ ବାରମ୍ବାର ଜନବସତି ଅଞ୍ଚଳକୁ ଚାଲି ଆସୁଥିବାର ପ୍ରାଣୀ ବିଜ୍ଞାନୀ ମତ ଦିଅନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?