କଳାଗାଡି ପରେ ମିଳିଲା ଧଳାଗାଡି, ଭୁବନେଶ୍ୱରରେ ସିବିଆଇ ଫିଟାଉଛି ବଡ଼ ଗୁମର

ଭୁବନେଶ୍ୱର,୮।୧୨: ପଶ୍ଚିମବଙ୍ଗର ଏକ ର୍ନିମାଣ କାର୍ଯ୍ୟରେ ହେରଫେର ଅଭିଯୋଗରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ଟିମ ଭୁବନେଶ୍ୱରରେ ଚଢ଼ାଉ କରିଛି। ସ୍ଥାନୀୟ ମେ’ ଫେୟାର ହୋଟେଲ ସମ୍ମୁଖ ରାସ୍ତାରେ ଶନିବାର ରାତିରେ ସିବିଆଇ ଟିମ ଚଢ଼ାଉକରି ଏକ ଦାମୀ କଳା ଗାଡ଼ିରୁ ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ କରିଛି। ଏଥିସହ ପୋଲିସ ସହଯୋଗରେ ୪ଜଣଙ୍କୁ ହେପାଜତକୁ ନେଇ ପଚରାଉଚରା କରୁଛି। ଅଟକ ବ୍ୟକ୍ତିଙ୍କ ମଧ୍ୟରୁ ଜଣେ ଓଡ଼ିଶାର ବିଲ୍ଡର ହୋଇଥିବାବେଳେ ଆଉ ଜଣେ କେନ୍ଦ୍ରୀୟ ଅବସରପ୍ରାପ୍ତ ଅଧିକାରୀ ବୋଲି ଜଣାପଡ଼ିଛି।

ତେବେ କାଲିଠାରୁ ଚାଲିଥିବା ଏହି ବଡ଼ ରେଡ୍‌ ମଧ୍ୟରେ ସିବିଆଇ ସରକାରୀ ଅଧିକାରୀଙ୍କୁ ଧରିଛି। ଏଥିସହ ସିବିଆଇ ହାତରେ ଆଉ ଏକ ଧଳା ରଙ୍ଗର କାର୍‌ ହାତରେ ଲାଗିଛି। ଅଧିକାରୀଜଣକ ବାଟରେ ୩ ଗାଡ଼ି ବଦଳାଇ ମେ’ ଫେୟାର୍‌ ନିକଟରେ ପହଞ୍ଚିଥିଲେ। ଡିଲ୍‌ବେଳେ ସରକାରୀ ଅଧିକାରୀଙ୍କୁ ଧରିଲେ ସିବିଆଇ ଟିମ। ବ୍ରିଜ ଓ ରୁଫ କମ୍ପାନୀ ସହ ଯୋଗାଯୋଗରେ ଥିଲେ ସରକାରୀ ବାବୁ। ସରକାରୀ ଅଧିକାରୀଙ୍କୁ ଅଟକ ରଖି ସିବିଆଇ ଆହୁରି ପଚରାଉଚରା କରୁଛି।

ସୂଚନାନୁସାର ଶନିବାର ରାତି ପ୍ରାୟ ୯ଟା ୧୦ରେ ଉକ୍ତ ହୋଟେଲ ସମ୍ମୁଖ ରାସ୍ତାରେ ଓଡି-୦୫-୯୯୯୯ ନମ୍ବର ବିଶିଷ୍ଟ ମର୍ସିଡିଜ୍‌ କାର୍‌ରେ ୪ଜଣ ବ୍ୟକ୍ତି ଯାଉଥିବାବେଳେ ପଶ୍ଚିମବଙ୍ଗ ଏବଂ ଓଡ଼ିଶାର ଏକ ସିବିଆଇ ଟିମ୍‌ ଚଢ଼ାଉ କରିଥିଲା। ଏହାପରେ ଗାଡ଼ିକୁ ଯାଞ୍ଚ କରିବାରୁ ଏକ ବ୍ୟାଗ୍‌ରୁ ୨୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ବାହାରିଥିଲା। ଏହି ସମୟରେ କାର୍‌ରେ ଥିବା ବ୍ୟକ୍ତିଙ୍କ ସହ ସିବିଆଇ ଅଧିକାରୀଙ୍କ ଯୁକ୍ତିତର୍କ ହୋଇଥିଲା। ଏନେଇ ସିବିଆଇ ଟିମ୍‌ ସ୍ଥାନୀୟ ପୋଲିସକୁ ସୂଚନା ଦେବା ପରେ ନୟାପଲ୍ଲୀ ଓ ମୈତ୍ରୀ ବିହାର ପୋଲିସ ପହଞ୍ଚତ୍ ପଶ୍ଚିମବଙ୍ଗରେ ହେରଫେର ଉକ୍ତ ମର୍ସିଡିଜ୍‌ ଗାଡ଼ିକୁ ଜବତ କରିବା ସହ ଗାଡ଼ିରେ ଥିବା ଲୋକମାନଙ୍କୁ ଥାନାକୁ ନେଇଥିଲା। ସେଠାରୁ ସିବିଆଇ ଅଧିକାରୀମାନେ ସେମାନଙ୍କୁ ଅନ୍ୟ ସ୍ଥାନକୁ ନେଇ ପଚରାଉଚରା କରୁଛନ୍ତି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ଧରାପଡ଼ିଥିବା ଓଡ଼ିଶାର ବିଲ୍‌ଡର ଜଣକ ପଶ୍ଚିମବଙ୍ଗରେ ଏକ ନିର୍ମାଣ କାମ ଆଣିଥିଲେ। ସେହି କାମରେ ହେରଫେର ନେଇ ୧୫ଦିନ ତଳେ ସିବିଆଇରେ ଅଭିଯୋଗ ହୋଇଥିଲା। ତାଙ୍କୁ ଧରିବା ପାଇଁ ସିବିଆଇ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ମନର ଧାରଣା ନା ସତରେ ଦ୍ରୁତ ବେଗରେ ବାଇକ୍‌ ଚଳାଇଲେ ଅଧିକ ଇନ୍ଧନ ଖର୍ଚ୍ଚ ହୁଏ? ମନରେ ଦ୍ୱନ୍ଦ୍ୱ ଥିଲେ କରନ୍ତୁ ଦୂର…

ନୂଆଦିଲ୍ଲୀ,୨୧।୧: ପ୍ରତ୍ୟେକ ବାଇକ୍‌ ଆରୋହୀଙ୍କ ମନରେ ସାଧାରଣ ପ୍ରଶ୍ନ ଆସେ ଯେ ବାସ୍ତବରେ କ’ଣ ଦ୍ରୁତ ବେଗରେ ଗାଡ଼ି ଚଳାଇଲେ ଅଧିକ ପେଟ୍ରୋଲ ଖର୍ଚ୍ଚ ହୁଏ...

ଭାରତର ୭ ବଡ଼ ବ୍ୟବସାୟୀ ଟ୍ରମ୍ପଙ୍କ ସହ କରିବେ ଡିନର୍‌, ଶକ୍ତି ପ୍ରଦର୍ଶନ କରିବ ଭାରତ

ନୂଆଦିଲ୍ଲୀ,୨୧।୧: ଡାଭୋସରେ ଚାଲିଥିବା ବିଶ୍ୱ ଅର୍ଥନୈତିକ ଫୋରମ (WEF) ସମୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନେକ ବଡ଼ ଭାରତୀୟ ବ୍ୟବସାୟୀଙ୍କୁ ଭେଟିବେ। NDTV ଅନୁଯାୟୀ,...

ଇତିହାସ ରଚିଲା ‘ଭେରୋନିକା’: ବିଶ୍ୱର ପ୍ରଥମ ଗାଈ ଭାବେ କଲା ଏପରି କାରନାମା

ପଶୁ ଜଗତର ବୁଦ୍ଧିମତାକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଅଷ୍ଟ୍ରିଆର ‘ଭେରୋନିକା’ ନାମକ ଏକ ଗାଈ ନିଜର ଚତୁରତା ପାଇଁ ଏବେ ସାରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri