ଲକ୍‌ଡାଉନ୍‌ରେ ବୃଦ୍ଧି ପାଉଛି ଧଳା ଜହର କାରବାର…

ମୁମ୍ବାଇ, ୧୦।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଜାରି ରହିଛି। ଏପରିସ୍ଥଳେ କାମଧନ୍ଧା ଅଭାବରୁ ଲୋକଙ୍କ ପାଖରେ ଟଙ୍କାର ଘୋର ଅଭାବ ଦେଖାଦେଇଛି। ଏଭଳି ଲୋକଙ୍କୁ ବ୍ରାଉନ୍‌ ସୁଗାର କାରବାର କରୁଥିବା ଅପରାଧୀ ଟାର୍ଗେଟ୍‌ କରିଛନ୍ତି। ସେମାନଙ୍କ ମାଧ୍ୟମରେ ବ୍ରାଉନ୍‌ ସୁଗାର ଗ୍ରାହକଙ୍କ ପାଖରେ ପହଞ୍ଚାଇବା ଲାଗି ସେମାନେ ଯୋଜନା କରୁଛନ୍ତି। ଏଭଳି ଏକ ର଼୍ୟାକେଟର ପର୍ଦ୍ଦାଫାଶ୍‌ ମୁମ୍ବାଇ ପୋଲିସ ପକ୍ଷରୁ କରାଯାଇଛି। ଏହା ସହିତ ୧୦୦୦ କୋଟି ଟଙ୍କା ଦାମର ହେରୋଇନ୍‌ ମଧ୍ୟ ଜବତ କରାଯାଇଛି। ଜବତ ହୋଇଥିବା ହେରୋଇନର ଓଜନ ୧୯୧ କିଲୋଗ୍ରାମ ବୋଲି କୁହାଯାଉଛି। ଏହା ଆଫଗାନିସ୍ତାନରରୁ ଭାରତକୁ ଆସିଥିବା କୁହାଯାଉଛି। ରାଜସ୍ବ ଗୋଇନ୍ଦା ବିଭାଗ ଏବଂ ସୀମା ଶୁଳ୍କ ବିଭାଗର ମିଳିତ ଚଢ଼ାଉରେ ଏହି ସଫଳତା ମିଳିଛି। ଏହି ମାମଲାରେ ୨ ଜଣଙ୍କୁ ଗିରଫ ମଧ୍ୟ କରାଯାଇଛି। ଏହି ମାମଲା ସହିତ ସମ୍ପୃକ୍ତ ଥିବା ୪ ଅଭିଯୁକ୍ତଙ୍କୁ ଦିଲ୍ଲୀରେ ମଧ୍ୟ ଗିରଫ କରାଯାଇଛି। କଣ୍ଟେନରରେ ଲୁଚାଇ ଏହାକୁ ଭାରତକୁ ଅଣାଯାଉଥିଲା। ଏନେଇ ଏମ୍‌.ବି. ଶିପିଙ୍ଗ୍‌ ଏବଂ ଲଜିଷ୍ଟିକର ସୋମନାଥ ଭୋଡ଼ାକେ ତତା ମୁମ୍ବ୍ରାର କୋଡ଼ିଭାଉ ପାଣ୍ଡୁରଙ୍ଗ ମୁଞ୍ଜଲଙ୍କୁ ସ୍ଥାନୀୟ ଅଦାଳତରେ ହାଜର ମଧ୍ୟ କରାଯାଇଛି। ଜାମିନ ନାମଞ୍ଜୁର ହେବା ପରେ ସେମାନଙ୍କୁ ୧୪ ଦିନିଆ ପୋଲିସ ହେପାଜତରେ ରଖାଯାଇଛି। ସୂଚନାଯୋଗ୍ୟ, ଜାନୁୟାରୀ ୩୧ରେ ପଞ୍ଜାବ ପୋଲିସ ଅମୃତସରରୁ ୧୯୪ କିଲୋଗ୍ରାମ୍‌ ହେରୋଇନ୍‌ ଜବତ କରିଥିଲେ। ଏହି ମାମଲାରେ ୬ ଜଣଙ୍କୁ ଗିରଫ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri