Posted inଫୁରସତ

ଶ୍ୱେତ ବିପ୍ଳବ

ଶ୍ୱେତ ବିପ୍ଳବର ଜନକ ଡ. ଭର୍ଗିଜ କୁରିନଙ୍କ ସମ୍ମାନରେ ପ୍ରତି ବର୍ଷ ଭାରତରେ ନଭେମ୍ବର ୨୬ରେ ଜାତୀୟ ଦୁଗ୍ଧ ଦିବସ ପାଳିତ ହୋଇଥାଏ। ଅପରେଶନ ଫ୍ଲଡ୍‌ ବା ଶ୍ୱେତ ବିପ୍ଳବରେ ସେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ; ଯାହା ଦେଶର ସର୍ବବୃହତ୍‌ ନିଜସ୍ବ ସ୍ଥାୟୀ ଉଦ୍ୟୋଗର ସ୍ଥିତି ଅଭିମୁଖେ ଭାରତର ଦୁଗ୍ଧ ଉଦ୍ୟୋଗକୁ ସୁଦୃଢ଼ କରିଥିଲା। ଭାରତୀୟ ଦୁଗ୍ଧ ସଂଗଠନ ଦ୍ୱାରା ନିଆଯାଇଥିବା ପଦକ୍ଷେପ ଅନ୍ତର୍ଗତ ୨୦୧୪ମସିହାରୁ ପ୍ରତି ବର୍ଷ ଦେଶରେ ଏହି ଦିବସ ପାଳିତ ହେଉଛି ।
ଅର୍ଥନୈତିକ ସର୍ଭେ ୨୦୨୧-୨୦୨୨ଅନୁସାରେ, ଦୁଗ୍ଧ ଉତ୍ପାଦନରେ ଭାରତ ପ୍ରଥମ ସ୍ଥାନ ହାସଲ କରିଛି। ବିଶ୍ୱ ଦୁଗ୍ଧ ଉତ୍ପାଦନର ୨୩ ପ୍ରତିଶତ ଯୋଗଦାନ ମଧ୍ୟ ଭାରତରେ ରହିଛି ।
ସେତିକି ନୁହେଁ, ଦୁଗ୍ଧ ହେଉଛି ଏକ ସର୍ବବୃହତ୍‌ କୃଷିଜାତ ଦ୍ରବ୍ୟ; ଯାହାର ଜାତୀୟ ଅର୍ଥନୀତିକୁ ୫ ପ୍ରତିଶତ ଯୋଗଦାନ ରହିଛି। ସିଧାସଳଖ ୮କୋଟିରୁ ଊର୍ଦ୍ଧ୍ୱ କୃଷକଙ୍କୁ ଏହା ନିଯୁକ୍ତି ଦେଉଛି। ଭାରତରେ ଦୁଗ୍ଧ ଉତ୍ପାଦନ ବର୍ଷକୁ ୬.୨ ପ୍ରତିଶତ ହାରରେ ବଢ଼ିଛି । ଦୁଗ୍ଧ ଉତ୍ପାଦନରେ ଭାରତକୁ ଆତ୍ମନିର୍ଭରଶୀଳ କରିଥିବା ଡ. ଭର୍ଗିଜ କୁରିନଙ୍କ ପ୍ରୟାସ ଯୋଗୁ ଏ ସମସ୍ତ ଉପଲବ୍ଧି ସମ୍ଭବ ହୋଇପାରିଛି । କୁରିନଙ୍କ ଉଦ୍ଦେଶ୍ୟ ଥିଲା ଦୁଗ୍ଧ ଉତ୍ପାଦନରେ ଭାରତ କିଭଳି ଆତ୍ମନିର୍ଭରଶୀଳ ଓ ଆସନ୍ତା ୩୦ ବର୍ଷ ମଧ୍ୟରେ କିପରି ଚାରି ଗୁଣା ଅଧିକ ଉତ୍ପାଦନ କରିବାକୁ ସକ୍ଷମ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?