ହ୍ବାଇଟ୍‌ ସ୍ପାଇଡର: ୮ ମାସରେ ଭୁବନେଶ୍ୱରରୁ ୧୦୯ ଗିରଫ

ଭୁବନେଶ୍ୱର,୧୩।୯ (ବ୍ୟୁରୋ):ରାଜଧାନୀରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ କମିଶନରେଟ ପୋଲିସ ୨୦୨୧ ଅଗଷ୍ଟ ୧୫ରେ ‘ହ୍ବାଇଟ୍‌ ସ୍ପାଇଡର’ ନାମରେ ଏକ ଅଭିଯାନ ଆରମ୍ଭ କରିଥିଲା। ଚଳିତବର୍ଷ ଜାନୁୟାରୀରୁ ଅଗଷ୍ଟ ଅର୍ଥାତ୍‌ ୮ ମାସ ମଧ୍ୟରେ ଏହି ଅଭିଯାନରେ ୧୦୯ ଜଣଙ୍କୁ ଗିରଫ କରାଯାଇଛି। ଭୁବନେଶ୍ୱର ଡିସିପି ଅଫିସ୍‌ ପକ୍ଷରୁ ସୋମବାର ଦିଆଯାଇଥିବା ରିପୋର୍ଟରୁ ଏହା ଜଣାପଡ଼ିଛି।
ଉକ୍ତ ରିପୋର୍ଟ ଅନୁଯାୟୀ, ଏହି ଅଭିଯାନରେ ଭୁବନେଶ୍ୱର ସହରାଞ୍ଚଳ ପୋଲିସ ଜିଲାର ବିଭିନ୍ନ ଥାନାରେ ବ୍ରାଉନସୁଗାର କାରବାର ସଂକ୍ରାନ୍ତ ୩୨ଟି ମାମଲା ରୁଜୁ କରାଯାଇଥିବା ବେଳେ ସମ୍ପୃକ୍ତ ୫୯ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଏହି ମାମଲାରେ ୧ କେଜି ୩୭ ଗ୍ରାମ ବ୍ରାଉନସୁଗର, ୪ ଲକ୍ଷ ୫୦ ହଜାର ୬୧୦ ନଗଦ ଟଙ୍କା, ୧୨ଟି ଗାଡ଼ି ଏବଂ ୩୬ ମୋବାଇଲ ଜବତ କରାଯାଇଛି। ସେହିପରି ଗଞ୍ଜେଇ କାରବାର ନେଇ ୨୭ ମାମଲା ରୁଜୁ କରାଯାଇଥିବାବେଳେ ସମ୍ପୃକ୍ତ ୫୦ ଜଣଙ୍କୁ ଗିରଫ କରାଯାଇଛି। ଏସବୁ ମାମଲାରେ ୯୮୭ କେଜି ୪୮ ଗ୍ରାମ ଗଞ୍ଜେଇ, ୩୦ ହଜାର ୭୫୦ ନଗଦ ଟଙ୍କା, ୧୫ଟି ଗାଡ଼ି ଓ ୨୩ଟି ମୋବାଇଲ ଜବତ କରାଯାଇଛି। ତେବେ ଏହି ଅଭିଯାନକୁ ଆଗକୁ ଜୋରଦାର କରାଯାଇ ନିଶା କାରବାର ବିରୋଧରେ ଦୃଢ଼ ପଦକ୍ଷେପ ନିଆଯିବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା

ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ଟ୍ୱିନ୍ ସିଟିରେ ମହିଳାଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ କଲା କମିସନରେଟ ପୋଲିସ

ଭୁବନେଶ୍ୱର,୧୮।୪: ସର୍ବସାଧାରଣ ସ୍ଥାନରେ ମହିଳାଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଦିଗରେ ଏକ ବଡ ପଦକ୍ଷେପ ନେଇଛି କମିଶନରେଟ୍ ପୋଲିସ୍। ମହିଳା ମାନଙ୍କ ସୁରକ୍ଷା ପାଇଁ ଏଣିକି...

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି, ଏହୁ ସବୁ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୮।୪: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ ଗୁରୁବାର ଦିନ ଆଜି ଦିନ ୨ଟା ୩୦ ସୁଦ୍ଧା ଭୁବନେଶ୍ୱରରେ...

ସତ୍ୟବାଦୀରୁ ମନୋଜ ରଥଙ୍କୁ ପ୍ରାର୍ଥୀ କରିବା ପରେ ପ୍ରସାଦ ହରିଚନ୍ଦନ କହିଲେ…

ଭୁବନେଶ୍ୱର,୧୮।୪: ଆଜି କଂଗ୍ରେସ ଆଉ ୪ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ମାହାଙ୍ଗାରୁ ଦେବେନ୍ଦ୍ର ସାହୁ, ସତ୍ୟବାଦୀରୁ ମନୋଜ ରଥ, ଭୁବନେଶ୍ୱର-ମଧ୍ୟରୁ ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri