କଡ଼ାକଡ଼ି ହେବ ‘ହ୍ବାଇଟ ସ୍ପାଇଡର’ ଅଭିଯାନ: ପୋଲିସ କମିଶନର

ଭୁବନେଶ୍ୱର,୨।୧ (ବ୍ୟୁରୋ):ଟ୍ବିନ୍‌ ସିଟିରେ ଅପରାଧ, ଟ୍ରାଫିକ ସମସ୍ୟା ଆଦି ରୋକିବା ଦିଗରେ ୨୦୨୨ରେ କମିଶନରେଟ ପୋଲିସକୁ କିଛି ସଫଳତା ମିଳିଥିଲା। ତେବେ ୨୦୨୩ରେ ପୋଲିସ ପାଇଁ ଏକାଧିକ ଚ୍ୟାଲେଞ୍ଜ ରହିଥିବାରୁ କିପରି ଆଗାମୀ କାର୍ଯ୍ୟପନ୍ଥା ରହିବ ସେନେଇ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ରବିବାର ପୋଲିସ ସେବା ଭବନରେ ଅଧିକାରୀସ୍ତରୀୟ ବୈଠକରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ୨୦୨୧ ଓ ୨୦୨୨ରେ ‘ହ୍ବାଇଟ ସ୍ପାଇଡର’ ଅଭିଯାନ ଜରିଆରେ ରେକର୍ଡ ସଂଖ୍ୟକ ବ୍ରାଉନସୁଗାର ଜବତ କରାଯିବା ସହ ଏଥିରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିଲା। ୨୦୨୩ରେ ଏହି ଅଭିଯାନ ଅଧିକ କଡ଼ାକଡ଼ି କରାଯିବ। ସାଇବର କ୍ରାଇମ ମଧ୍ୟ ପୋଲିସ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ ହୋଇ ଛିଡ଼ା ହୋଇଛି। ଏହି କ୍ରାଇମ କମାଇବାକୁ ଅଧିକ ପ୍ରଚେଷ୍ଟା କରାଯିବ ବୋଲି ସେ କହିଛନ୍ତି। ସେ ଆହୁରି ସୂଚନା ଦେଇଛନ୍ତି ଯେ, କମିଶନରେଟ ପୋଲିସର ସ୍ବତନ୍ତ୍ର କ୍ରାଇମ ୟୁନିଟକୁ କାର୍ଯ୍ୟକାରୀ କରାଯାଇଛି। ଏହାଦ୍ୱାରା ଆଗାମୀ ଦିନରେ କିପରି ସୁଫଳ ମିଳିପାରିବ ସେନେଇ ପ୍ରଚେଷ୍ଟା ରହିବ। ଟ୍ରାଫିକ ସମସ୍ୟା, ଷ୍ଟ୍ରିଟ୍‌ କ୍ରାଇମ ଆଦି ଦିଗରେ ଅଧିକ କାର୍ଯ୍ୟ କରାଯିବ। ୨୦୨୨ରେ ଟ୍ବିନ୍‌ ସିଟିରେ ୨୬୦୦ରୁ ୨୭୦୦ ଲୁଟ୍‌ ମୋବାଇଲ ଫେରାଇ ଦିଆଯାଇଛି। ‘ବସ୍ତିକୁ ଚାଲ’ ଅଭିଯାନ ମାଧ୍ୟମରେ ବନ୍ଧୁତ୍ୱପୂର୍ଣ୍ଣ ପରିବେଶ ତିଆରି କରି ବସ୍ତିରେ ଅପରାଧ କମାଇବାକୁ ଚେଷ୍ଟା କରାଯାଉଛି। ସ୍କୁଲ ଓ କଲେଜରେ ସାଇବର କ୍ରାଇମ, ଟ୍ରାଫିକ ସଚେତନତା, ଆତ୍ମହତ୍ୟା ବିରୋଧରେ ଲଢ଼େଇ ଆଦି ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହି ବର୍ଷ ଏହାକୁ ଅଧିକ ମାତ୍ରାରେ କରାଯିବ ବୋଲି କମିଶନର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri