କଡ଼ାକଡ଼ି ହେବ ‘ହ୍ବାଇଟ ସ୍ପାଇଡର’ ଅଭିଯାନ: ପୋଲିସ କମିଶନର

ଭୁବନେଶ୍ୱର,୨।୧ (ବ୍ୟୁରୋ):ଟ୍ବିନ୍‌ ସିଟିରେ ଅପରାଧ, ଟ୍ରାଫିକ ସମସ୍ୟା ଆଦି ରୋକିବା ଦିଗରେ ୨୦୨୨ରେ କମିଶନରେଟ ପୋଲିସକୁ କିଛି ସଫଳତା ମିଳିଥିଲା। ତେବେ ୨୦୨୩ରେ ପୋଲିସ ପାଇଁ ଏକାଧିକ ଚ୍ୟାଲେଞ୍ଜ ରହିଥିବାରୁ କିପରି ଆଗାମୀ କାର୍ଯ୍ୟପନ୍ଥା ରହିବ ସେନେଇ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ରବିବାର ପୋଲିସ ସେବା ଭବନରେ ଅଧିକାରୀସ୍ତରୀୟ ବୈଠକରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ୨୦୨୧ ଓ ୨୦୨୨ରେ ‘ହ୍ବାଇଟ ସ୍ପାଇଡର’ ଅଭିଯାନ ଜରିଆରେ ରେକର୍ଡ ସଂଖ୍ୟକ ବ୍ରାଉନସୁଗାର ଜବତ କରାଯିବା ସହ ଏଥିରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିଲା। ୨୦୨୩ରେ ଏହି ଅଭିଯାନ ଅଧିକ କଡ଼ାକଡ଼ି କରାଯିବ। ସାଇବର କ୍ରାଇମ ମଧ୍ୟ ପୋଲିସ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ ହୋଇ ଛିଡ଼ା ହୋଇଛି। ଏହି କ୍ରାଇମ କମାଇବାକୁ ଅଧିକ ପ୍ରଚେଷ୍ଟା କରାଯିବ ବୋଲି ସେ କହିଛନ୍ତି। ସେ ଆହୁରି ସୂଚନା ଦେଇଛନ୍ତି ଯେ, କମିଶନରେଟ ପୋଲିସର ସ୍ବତନ୍ତ୍ର କ୍ରାଇମ ୟୁନିଟକୁ କାର୍ଯ୍ୟକାରୀ କରାଯାଇଛି। ଏହାଦ୍ୱାରା ଆଗାମୀ ଦିନରେ କିପରି ସୁଫଳ ମିଳିପାରିବ ସେନେଇ ପ୍ରଚେଷ୍ଟା ରହିବ। ଟ୍ରାଫିକ ସମସ୍ୟା, ଷ୍ଟ୍ରିଟ୍‌ କ୍ରାଇମ ଆଦି ଦିଗରେ ଅଧିକ କାର୍ଯ୍ୟ କରାଯିବ। ୨୦୨୨ରେ ଟ୍ବିନ୍‌ ସିଟିରେ ୨୬୦୦ରୁ ୨୭୦୦ ଲୁଟ୍‌ ମୋବାଇଲ ଫେରାଇ ଦିଆଯାଇଛି। ‘ବସ୍ତିକୁ ଚାଲ’ ଅଭିଯାନ ମାଧ୍ୟମରେ ବନ୍ଧୁତ୍ୱପୂର୍ଣ୍ଣ ପରିବେଶ ତିଆରି କରି ବସ୍ତିରେ ଅପରାଧ କମାଇବାକୁ ଚେଷ୍ଟା କରାଯାଉଛି। ସ୍କୁଲ ଓ କଲେଜରେ ସାଇବର କ୍ରାଇମ, ଟ୍ରାଫିକ ସଚେତନତା, ଆତ୍ମହତ୍ୟା ବିରୋଧରେ ଲଢ଼େଇ ଆଦି ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହି ବର୍ଷ ଏହାକୁ ଅଧିକ ମାତ୍ରାରେ କରାଯିବ ବୋଲି କମିଶନର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ

କଟକ,୨୦।୯(ଶିଳ୍ପା ପ୍ରିୟଦର୍ଶିନୀ) କଟକ ବାଲିଯାତ୍ରା ଉପର ପଡିଆରେ ଗଣେଶ ମହୋତ୍ସବ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ଉତ୍ସବରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଯୋଗଦେଇଥିଲେ। ଏହାପରେ...

ଭରତପୁର ଥାନା ଘଟଣା: ଉଦ୍‌ବେଗ ପ୍ରକାଶ କଲେ ରାହୁଲ ଗାନ୍ଧି

ଭୁବନେଶ୍ୱର,୨୦ା୯: ଭରତପୁର ଥାନାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କ ପୋଲିସର ଅତ୍ୟାଚାର ଏବଂ ଯୌନ ନିର୍ଯାତନା ଅଭିଯୋଗ ମାମଲା ଓଡ଼ିଶାକୁ ସାରା ଦେଶରେ ଲଜ୍ଜିତ କରିଛି।...

ନିଆରା ଅନ୍ଦାଜରେ ମୁଖ୍ୟମନ୍ତ୍ରୀ: କ୍ରୀଡାବିତଙ୍କୁ କଲେ ଉତ୍ସାହିତ

କେନ୍ଦୁଝର ,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା କରଞ୍ଜିଆପଡା ଖେଳପଡିଆରେ ଆୟୋଜିତ ୧୮ ତମ ନକ ଆଉଟ୍ ଫୁଟବଲ ପ୍ରତିଯୋଗିତାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଝାଡ଼ାବାନ୍ତିରେ ୩ ମୃତ, ୩୦ରୁ ଊର୍ଦ୍ଧ୍ୱ ହସ୍ପିଟାଲରେ ଭର୍ତ୍ତି 

ବାରିପଦା,୨୦ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଗୁଡ଼ିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ଝାଡ଼ାବାନ୍ତି ଜନିତ ରୋଗରେ ୩ ଜଣଙ୍କର ମୃତ୍ୟୁ...

ବଂଶଧାରା ନଦୀରେ ମିଶିଲା କାରଖାନାର ବିଷାକ୍ତ ରାସାୟନିକ ପାଣି: ଜଳ ଯୋଗାଣ ବନ୍ଦ ଲୋକେ ହନ୍ତସନ୍ତ

କାଶୀନଗର,୨୦ା୯(ଟି. କ୍ରିଷ୍ଣା ରାଓ): ଗଜପତି ଜିଲା କାଶୀନଗର ଦେଇ ପ୍ରବାହିତ ବଂଶଧାରା ନଦୀ ପାଣିରେ ବେଦାନ୍ତ କାରଖାନାର କାଷ୍ଟିକ ପୋଖରୀ ହୁଡା ଭାଙ୍ଗି କ୍ଷୟକାରୀ ବିଷାକ୍ତ...

ଭରତପୁର ଥାନା ଘଟଣା: ଓଡ଼ିଶା ସରକାରଙ୍କୁ କଡ଼ା ସମାଲୋଚନା କଲେ ପ୍ରିୟଙ୍କା ଗାନ୍ଧି

ଭୁବନେଶ୍ୱର,୧୯।୯: ଭରତପୁର ଥାନା ଘଟଣାକୁ ନେଇ ଓଡ଼ିଶା ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ। ଏକ୍ସରେ ଏକ ପୋଷ୍ଟ କରି...

ସିଏମ୍‌ କିଷାନ ଯୋଜନାରେ ନୂତନ ହିତାଧିକାରୀମାନେ ଏହି ତାରିଖ ଯାଏ କରିପାରିବେ ଆବେଦନ

ଭୁବନେଶ୍ୱର,୧୯।୯: ସିଏମ୍‌ କିଷାନ ଯୋଜନାରେ ନୂତନ ହିତାଧିକାରୀମାନେ ନଭେମ୍ବର ମାସ ୮ ତାରିଖ ପର୍ଯ୍ୟନ୍ତ ପଞ୍ଜିକରଣ କରିପାରିବେ। ଚାଷୀମାନେ cmkissan.odisha.gov.in ମାଧ୍ୟମରେ ପଞ୍ଜିକରଣ କରିପାରିବେ। ଏହି...

ମୁଖ୍ୟ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି; ଘରୁ ମିଳିଲା ନଗଦ ୪୫ ଲକ୍ଷ ଟଙ୍କା, କୋଟିଏ ଟଙ୍କାର ବ୍ୟାଙ୍କ ଡିପୋଜିଟ୍

ବାଲେଶ୍ୱର,୧୯।୯: ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀ ଏନ.ଭି ହରିହରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିବା ପରେ ବିପୁଳ ପରିମାଣର ଆୟାବହିର୍ଭୁତ ସମ୍ପତ୍ତି ଜବତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri