Posted inରାଜ୍ୟ

ଆଇସିୟୁରେ ବବି ଦାସଙ୍କୁ ଦେଖା କରିବାକୁ ଏତେ ଲୋକଙ୍କୁ ଅନୁମତି ଦେଲା କିଏ? ସୋସିଆଲ ମିଡିଆରେ ଭାଇରାଲ ହେଉଛି ଏମିତି କିଛି ପ୍ରଶ୍ନ

ଭୁବନେଶ୍ୱର,୧୭।୭: ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ସାରା ରାଜ୍ୟରେ ଚହଳ ସୃଷ୍ଟି ହୋଇଛି। ଏନେଇ ଭୁବନେଶ୍ୱରରେ ବିଜେଡି ବଡ଼ ଆନ୍ଦୋଳନ କରିଛି। ମୁହାଁମୁହିଁ ହୋଇଛନ୍ତି ଶାସକ ଓ ବିରୋଧି । ଗୁରୁବାର କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ଦିଆଯାଇଥିବା ବେଳେ ବିରୋଧି ବିଜେଡି ପକ୍ଷରୁ ବୁଧବାର ବାଲେଶ୍ୱରରେ ବନ୍ଦ ପାଳନ କରାଯାଇଥିଲା। ଏହିଦିନ ପୋଲିସ-ବିଜେଡି ମୁହାଁମୁହିଁ ପରିସ୍ଥିତି ଉପୁଜିଥିଲା। ବିଜେଡିର ଲୋକସେବା ଭବନ ଘେରାଉ ଉଦ୍ୟମ ବେଳେ ଉପୁଜିଥିଲା ଆନ୍ଦୋଳନ । ବିଜେଡି କର୍ମୀଙ୍କ ଉପରୁକୁ ପାଣି ମାଡ ସହ ଲୁହାବୁହା ଗ୍ୟାସ ପ୍ରୟୋଗ କରିଥିଲା ପୋଲିସ । ଏହି ଲୁହାବୁହା ଗ୍ୟାସ ମାଡରେ ବିଜେଡି ନେତା ବବି ଦାସ ଆହତ ହୋଇଥିବା ବେଳେ ପ୍ରୀତିରଞ୍ଜନ ଘଡେଇ ଆହତ ହୋଇଥିବା ସୂଚନା ମିଳିଥିଲା।
ଏହାପରେ ବବି ଦାସ ଏକ ଘରୋଇ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି ହୋଇଥିବା ସୂଚନା ମିଳିଥିଲା। ଏହାର କିଛି ଫଟୋ ମଧ୍ୟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏସବୁ ଫଟୋରେ ଦେଖିବାକୁ ମିଳିଛି ଆଇସିୟୁରେ ଅନେକ ଲୋକ ବବିଙ୍କ ନିକଟରେ ଠିଆ ହୋଇଛନ୍ତି। ଏବେ ପ୍ରଶ୍ନ ଉଠିଛି ଯେ ଏତେ ଲୋକଙ୍କୁ ଆଇସିୟୁ ଭିତରକୁ ଯିବାକୁ ଅନୁମତି ଦେଲା କିଏ? ଆଉ ଏକ ଫଟୋରେ ମଧ୍ୟ ବବିଙ୍କ ନିକଟରେ ଠିଆ ହୋଇଥିବା ଅଭିନେତ୍ରୀ ଏଲିନା ମଧ୍ୟ ଚାପି ଚାପି ହସୁଥିବା ଦେଖାଯାଇଛି। ଏହାକୁ ନେଇ ବି ୟୁଜର୍ସ କହୁଛନ୍ତି ନେତାଙ୍କ ଅଭିନୟ ଦେଖି ଅଭିନେତ୍ରୀ ବି ଭଲ ହସୁଛନ୍ତି। ତେବେ ସତରେ କ’ଣ ବବି ଦାସ ଆଇସିୟୁର ଭର୍ତ୍ତି ହେବା ଭଳି ଆହତ ହୋଇଥିଲେକି? ଏମିତି ଅନେକ ପ୍ରଶ୍ନ ଏବେ ସୋସିଆଲ ମିଡିଆରେ ଆଲୋଚନା ହେଉଛି।
ସୂଚନାଯୋଗ୍ୟ, ଏହି ସମୟରେ ସୁଲତା ଦେଓ ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ଏହି ସମୟରେ ଆନ୍ଦୋଳନକାରୀଙ୍କୁ ଉଠାଇନେଇଥିଲା ପୋଲିସ। ଶତାଧିକ ବିଜେଡି କର୍ମୀ ଅଟକ ଥିଲେ । ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପ୍ରତିବାଦ ତୀବ୍ର ରୂପ ଧାରଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା

ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି...

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍‌ ପାଇଁ ଦେବାକୁ ପଡିବ ଏତେ ଟଙ୍କା

ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri