Posted inରାଜ୍ୟ

ଆଇସିୟୁରେ ବବି ଦାସଙ୍କୁ ଦେଖା କରିବାକୁ ଏତେ ଲୋକଙ୍କୁ ଅନୁମତି ଦେଲା କିଏ? ସୋସିଆଲ ମିଡିଆରେ ଭାଇରାଲ ହେଉଛି ଏମିତି କିଛି ପ୍ରଶ୍ନ

ଭୁବନେଶ୍ୱର,୧୭।୭: ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ସାରା ରାଜ୍ୟରେ ଚହଳ ସୃଷ୍ଟି ହୋଇଛି। ଏନେଇ ଭୁବନେଶ୍ୱରରେ ବିଜେଡି ବଡ଼ ଆନ୍ଦୋଳନ କରିଛି। ମୁହାଁମୁହିଁ ହୋଇଛନ୍ତି ଶାସକ ଓ ବିରୋଧି । ଗୁରୁବାର କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ଦିଆଯାଇଥିବା ବେଳେ ବିରୋଧି ବିଜେଡି ପକ୍ଷରୁ ବୁଧବାର ବାଲେଶ୍ୱରରେ ବନ୍ଦ ପାଳନ କରାଯାଇଥିଲା। ଏହିଦିନ ପୋଲିସ-ବିଜେଡି ମୁହାଁମୁହିଁ ପରିସ୍ଥିତି ଉପୁଜିଥିଲା। ବିଜେଡିର ଲୋକସେବା ଭବନ ଘେରାଉ ଉଦ୍ୟମ ବେଳେ ଉପୁଜିଥିଲା ଆନ୍ଦୋଳନ । ବିଜେଡି କର୍ମୀଙ୍କ ଉପରୁକୁ ପାଣି ମାଡ ସହ ଲୁହାବୁହା ଗ୍ୟାସ ପ୍ରୟୋଗ କରିଥିଲା ପୋଲିସ । ଏହି ଲୁହାବୁହା ଗ୍ୟାସ ମାଡରେ ବିଜେଡି ନେତା ବବି ଦାସ ଆହତ ହୋଇଥିବା ବେଳେ ପ୍ରୀତିରଞ୍ଜନ ଘଡେଇ ଆହତ ହୋଇଥିବା ସୂଚନା ମିଳିଥିଲା।
ଏହାପରେ ବବି ଦାସ ଏକ ଘରୋଇ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି ହୋଇଥିବା ସୂଚନା ମିଳିଥିଲା। ଏହାର କିଛି ଫଟୋ ମଧ୍ୟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏସବୁ ଫଟୋରେ ଦେଖିବାକୁ ମିଳିଛି ଆଇସିୟୁରେ ଅନେକ ଲୋକ ବବିଙ୍କ ନିକଟରେ ଠିଆ ହୋଇଛନ୍ତି। ଏବେ ପ୍ରଶ୍ନ ଉଠିଛି ଯେ ଏତେ ଲୋକଙ୍କୁ ଆଇସିୟୁ ଭିତରକୁ ଯିବାକୁ ଅନୁମତି ଦେଲା କିଏ? ଆଉ ଏକ ଫଟୋରେ ମଧ୍ୟ ବବିଙ୍କ ନିକଟରେ ଠିଆ ହୋଇଥିବା ଅଭିନେତ୍ରୀ ଏଲିନା ମଧ୍ୟ ଚାପି ଚାପି ହସୁଥିବା ଦେଖାଯାଇଛି। ଏହାକୁ ନେଇ ବି ୟୁଜର୍ସ କହୁଛନ୍ତି ନେତାଙ୍କ ଅଭିନୟ ଦେଖି ଅଭିନେତ୍ରୀ ବି ଭଲ ହସୁଛନ୍ତି। ତେବେ ସତରେ କ’ଣ ବବି ଦାସ ଆଇସିୟୁର ଭର୍ତ୍ତି ହେବା ଭଳି ଆହତ ହୋଇଥିଲେକି? ଏମିତି ଅନେକ ପ୍ରଶ୍ନ ଏବେ ସୋସିଆଲ ମିଡିଆରେ ଆଲୋଚନା ହେଉଛି।
ସୂଚନାଯୋଗ୍ୟ, ଏହି ସମୟରେ ସୁଲତା ଦେଓ ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ଏହି ସମୟରେ ଆନ୍ଦୋଳନକାରୀଙ୍କୁ ଉଠାଇନେଇଥିଲା ପୋଲିସ। ଶତାଧିକ ବିଜେଡି କର୍ମୀ ଅଟକ ଥିଲେ । ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପ୍ରତିବାଦ ତୀବ୍ର ରୂପ ଧାରଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି-ଦୀପାବଳିରେ ମାଗଣା ଗ୍ୟାସ ସିଲିଣ୍ଡର; ଜାଣନ୍ତୁ ଆପଣଙ୍କୁ କିପରି ମିଳିବ ଲାଭ…

ନୂଆଦିଲ୍ଲୀ,୫।୨: ଯଦି ଆପଣ ଦିଲ୍ଲୀରେ ରହୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର। ଦିଲ୍ଲୀର ରେଖା ଗୁପ୍ତା ସରକାର ନିଜର ନିର୍ୱାଚନୀ ପ୍ରତିଶ୍ରୁତି ପୂରଣ କରି…

SIR ନେଲାଣି ୧୦୭ ଲୋକଙ୍କ ଜୀବନ

କୋଲକାତା,୫।୨: ଗୁରୁବାର, ଫେବୃଆରୀ ୫, ୨୦୨୬ରେ ପଶ୍ଚିମବଙ୍ଗ ବିଧାନସଭାରେ ଏକ ଜରୁରୀ ପ୍ରସ୍ତାବ ଆଗତ କରାଯାଇଥିଲା। ଏଥିରେ ଦାବି କରାଯାଇଛି ଯେ ସ୍ବତନ୍ତ୍ର ସଘନ ସଂଶୋଧନ (SIR)…

ତତ୍ପରତା ଦେଖାଇଲା ଜିଲା ପ୍ରଶାସନ, ଜେସିବି ମେଶିନ ସାହାଯ୍ୟରେ ହଟାଗଲା ହମ୍ପସ

ବଞ୍ଚୋ,୫ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଜୀବନରେଖା କୁହାଯାଉଥିବା ୨୦ ନମ୍ବର ଜାତୀୟ ରାଜପଥର କୋଳିମାଟି ଛକ ଦୁର୍ଘଟଣାର ହଟ୍‌ସ୍ପଟ୍‌ ପାଲଟିଛି। ଉକ୍ତ ସ୍ଥାନରେ ବାରମ୍ବାର ଦୁର୍ଘଟଣା…

ଚାଇନା-ରୁଷିଆ-ଆମେରିକାକୁ ପଛରେ ପକାଇ ଏହି ଲିଷ୍ଟ୍‌ରେ ଆଗକୁ ଗଲା ଭାରତ, ଜାଣନ୍ତୁ ପାକିସ୍ତାନ ସ୍ଥିତି କ’ଣ

ନୂଆଦିଲ୍ଲୀ,୫।୨: ବିଶ୍ୱ ବୌଦ୍ଧିକ ଫାଉଣ୍ଡେସନ (WIF) ଦ୍ୱାରା ପ୍ରକାଶିତ ଦାୟିତ୍ୱବାନ ରାଷ୍ଟ୍ର ସୂଚକାଙ୍କ ଦେଶଗୁଡ଼ିକ ଉପରେ ଏକ ନୂତନ ଦୃଷ୍ଟିକୋଣ ପ୍ରଦାନ କରେ। ଏହି ତାଲିକା ଏକ…

ବଲାଙ୍ଗୀର ସହର ପରିକ୍ରମା କଲେ ଆୟୁର୍ବେଦ ଛାତ୍ରୀଛାତ୍ର, ସୁବର୍ଣ୍ଣ ଜୟନ୍ତୀ ଗେଟକୁ କଳିକେଶ…

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଗୁରୁବାର ଉଦଘାଟିତ ହୋଇଛି । ଏହି ଅବସରରେ ବଲାଙ୍ଗୀର ବିଧାୟକ…

୧ ବଲ୍‌ ୯ ରନ୍‌: ବିନା ଓ୍ବାଇଡ୍‌-ନୋ ବଲ୍‌ରେ କେମିତି ହେଲା ସମ୍ଭବ, ଜାଣନ୍ତୁ କ୍ରିକେଟ୍‌ ପଡ଼ିଆରେ ରୋଚକ ଘଟଣା

ହରାରେ,୫।୨: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ୧୯ ବର୍ଷରୁ କମ ବିଶ୍ୱକପ ସେମିଫାଇନାଲ ମ୍ୟାଚ କ୍ରିକେଟ ପଡ଼ିଆରେ ଏକ ଅସାଧାରଣ ଘଟଣା ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବ୍ୟାଟିଂ…

ଟି-୨୦ ବିଶ୍ୱକପ ପୂର୍ବରୁ ଭାରତକୁ ଜୋରଦାର୍‌ ଝଟ୍‌କା: ଯନ୍ତ୍ରଣାରେ ଛଟ୍‌ପଟ୍‌ ହୋଇ…

ନୂଆଦିଲ୍ଲୀ,୫।୨: ICC ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆର ଖେଳାଳିଙ୍କ ଆଘାତର ଧାରା ଜାରି ରହିଛି। ଦ୍ରୁତ ବୋଲର ହର୍ଷିତ ରାଣା ଏବେ ଏହି ତାଲିକାରେ…

ସାଙ୍ଗ ନେଲା ସାଙ୍ଗର ଜୀବନ, ହତ୍ୟା କରି ଜରିରେ କରିଦେଲେ ପ୍ୟାକ୍‌, ୫ ଦିନ ପରେ ମିଳିଲା…

ବ୍ରଜରାଜନଗର, ୫।୨(ବିଜୟ ବରାଡ଼): ଝାରସୁଗୁଡା ବ୍ରଜରଜନଗର ଥାନା ରାମପୁର ଫାଣ୍ଡି ଆନ୍ତର୍ଗତ କୁକୁରିକାନୀ ପଡ଼ାର ଟାଙ୍ଗର ଘାଟ ଜଙ୍ଗଲରେ ଏକ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri