୭୮ ବିଧାୟକଙ୍କ ମଧ୍ୟରୁ କିଏ ହେବେ ଭାଜପାର ପ୍ରଥମ ମୁଖ୍ୟମନ୍ତ୍ରୀ? ମନ୍ତ୍ରୀ ରେସ୍‌ରେ ଅଛନ୍ତି ଏସବୁ ହେଭିଓ୍ବେଟ…

ଭୁବନେଶ୍ୱର,୯।୬: ଗତ ସାଧାରଣ ନିର୍ବାଚନରେ ସର୍ବାଧିକ ୭୮ ଆସନରେ ବିଜୟ ପରେ ଓଡ଼ିଶାରେ ସରକାର ଗଢ଼ିବାକୁ ଯାଉଛି ଭାଜପା। ପ୍ରଥମ ଥର ପାଇଁ ରାଜ୍ୟରେ ଦଳର ମୁଖ୍ୟମନ୍ତ୍ରୀ ହେବ। ଏହାକୁ ନେଇ ସସ୍‌ପେନ୍ସ ଜାରି ରହିଥିବା ବେଳେ ଆସନ୍ତା ୧୦ ତାରିଖରେ ତାହା ସ୍ପଷ୍ଟ ହୋଇଯିବ। ଏସବୁ ମଧ୍ୟରେ ଶପଥ ଗ୍ରହଣ ସମାରୋହ ପାଇଁ ଜନତା ମଇଦାନରେ ପ୍ରସ୍ତୁତି ଜୋରଦାର ହେଉଛି। ଏଥିସହ ୧୦ ତାରିଖ ସକାଳେ ବିଧାୟକ ଦଳ ବୈଠକ ବସିବ। ସଂସଦୀୟ ବୋର୍ଡ ବୈଠକର ସୁପାରିଶ ସହ ବିଧାୟକ ଦଳ ବୈଠକରେ ସର୍ବସମ୍ମତି କ୍ରମେ ମୁଖ୍ୟମନ୍ତ୍ରୀଙ୍କ ନାଁ ସ୍ଥିର ହେବ ବୋଲି ଜଣାପଡ଼ିଛି।

୭୮ ବିଧାୟକ ମଧ୍ୟରୁ ଭାଜପା କାହାକୁ ମୁଖ୍ୟମନ୍ତ୍ରୀ କରିବ ତା ଉପରେ ରାଜ୍ୟବାସୀଙ୍କ ନଜର ରହିଛି। ଦଳ ମଧ୍ୟରେ ନେତାଙ୍କୁ ବାଛିବା ଲାଗି ନିର୍ମଳ ଭାବମୂର୍ତ୍ତି, ଅପରାଧିକ ପୃଷ୍ଠଭୂମି ନ ଥିବା ସହ ପ୍ରଶାସନିକ ଦକ୍ଷତା ରହିଥିବା ଉପରେ ଧ୍ୟାନ ଦିଆଯାଉଛି। ଏହି ଦୌଡ଼ରେ ମନମୋହନ ସାମଲ, ବୈଜୟନ୍ତ ପଣ୍ଡା, ଧର୍ମେନ୍ଦ୍ର ପ୍ରଧାନ, ଅପରାଜିତା ଷଡଙ୍ଗୀ ପ୍ରମୁଖ ରହିଛନ୍ତି। ସେହିଭଳି ସମ୍ଭାବ୍ୟ ମନ୍ତ୍ରୀ ରେସରେ ସୁରେଶ ପୁଜାରୀ, କେ ଭି ସିଂଦେଓ, ଜୟନାରାୟଣ ମିଶ୍ର, ମୋହନ ମାଝୀ, ରବି ନାଏକ, ସୁରମା ପାଢ଼ୀ ପ୍ରମୁଖ ହେଭି ଓ୍ବେଟ୍‌ ରହିଛନ୍ତି। ସେହିଭଳି ପୃଥ୍ବୀରାଜ ହରିଚନ୍ଦନ, ସୂର୍ଯ୍ୟବଂଶୀ ସୂରଜ, ଲକ୍ଷ୍ମଣ ବାଗ, ସମ୍ପଦ ସ୍ବାଇଁ, ସନାତନ ବିଜୁଳି, ଅମର ନାୟକ, ବିଭୂତି ଜେନା, ସିଦ୍ଧାନ୍ତ ମହାପାତ୍ର, ମୁକେଶ ମହାଲିଙ୍ଗ, ଅଶ୍ୱିନୀ ଷଡ଼ଙ୍ଗୀ, ଆଶ୍ରିତ ପଟ୍ଟନାୟକ, ବାବୁ ସିଂ, କୃଷ୍ଶଚନ୍ଦ୍ର ମହାପାତ୍ର, ଭବାନୀ ଶଙ୍କର ଭୋଇ, ନିତ୍ୟାନନ୍ଦ ଗଣ୍ଡ, ଫକୀର ମୋହନ ନାୟକ, ପ୍ରଭାତୀ ପରିଡ଼ା ପ୍ରମୁଖ ନୂଆ ମୁହଁ ମଧ୍ୟରୁ କିଛି ମନ୍ତ୍ରୀ ମଧ୍ୟ ହୋଇପାରନ୍ତି। ଏମିତିରେ ମନ୍ତ୍ରୀ ହେବାକୁ ଥିବା ନେତାଙ୍କ ବାୟୋଡାଟା ଯାଞ୍ଚ କରାଯାଉଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri