କିଏ ହେଲେ ମା’ ବୁଢ଼ୀ ଠାକୁରାଣୀ ଯାତ୍ରା କମିଟି ସଭାପତି

ଦିଗପହଣ୍ଡି,୩୦।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରର ଆରାଧ୍ୟା ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ଶାରଦୀୟ ଯାତ୍ରା ପରିଚାଳନା ପାଇଁ ଏକ କମିଟି ଗଠିତ ହୋଇଯାଇଛି। ମା’ ବୁଢ଼ୀ ଠାକୁରାଣୀଙ୍କ ମନ୍ଦିର ପ୍ରାଙ୍ଗଣରେ ଶିବ ଶଙ୍କର ମହାଙ୍କୁଡଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ଆଇନଜୀବି ବିକାଶ ପଶୁପାଳକଙ୍କୁ ସର୍ବସମ୍ମତି କ୍ରମେ ସଭାପତି ମନୋନୀତ କରାଯାଇଥିବା ବେଳେ ଏ. ସୁଶାନ୍ତ ଉପସଭାପତି, ବିଚିତ୍ରାନନ୍ଦ ପଟ୍ଟନାୟକ ସମ୍ପାଦକ, କାଉନସିଲର ଦୀପକ କୁମାର ମିଶ୍ର ସହସମ୍ପାଦକ, ଆଶିଷ କୁମାର ପଟ୍ଟନାୟକ କୋଷାଧ୍ୟକ୍ଷ, କେ. ରାଜେନ୍ଦ୍ର ସହକୋଷାଧ୍ୟକ୍ଷ ଏବଂ ସତ୍ୟ ନାରାୟଣ ଦାଶଙ୍କୁ ପରିମଳ ବ୍ୟବସ୍ଥା ପରିଚାଳନା ମୂଖ୍ୟ ଭାବେ ମନୋନୀତ କରାଯାଇଛି। ସେହିଭଳି ଏନଏସି ନଗରପାଳ ପ୍ରଫୁଲ୍ଲ ପଣ୍ଡା କମିଟିର ମୂଖ୍ୟ ଉପଦେଷ୍ଟା ଏବଂ ଓକିଲ ସଂଘର ପୂର୍ବତନ ସଭାପତି ହରପ୍ରସାଦ ରଥ ଆଇନ ପରାମର୍ଶଦାତା ରହିଥିବା ବେଳେ ଶିବଶଙ୍କର ମହାଙ୍କୁଡ, ଏ. ଗୋବିନ୍ଦ , କୁରେଶୁ ମହାରଣା, ପ୍ରଦୀପ କୁମାର ପଣ୍ଡା, କାଉନସିଲର ନୀଳମାଧବ ଗୌଡ, ସୁଶାନ୍ତ କୁମାର ପାତ୍ର, ରବୀନ୍ଦ୍ର କୁମାର ମାର୍ଥା, କେ. କୁନା ଏବଂ ଦୁର୍ଗା ମେକାପଙ୍କୁ ନେଇ ଏକ ଉପଦେଷ୍ଟା ମଣ୍ଡଳୀ ମଧ୍ୟ ଗଠନ କରାଯାଇଛି। ଏହିଯାତ୍ରା ସେପ୍ଟେମ୍ବର ୨୯ରୁ ଆରମ୍ଭ ହେବାକୁ ଥିବାବେଳେ ଆସନ୍ତା ସେପ୍ଟେମ୍ବର ୪ ତାରିଖ ରାତିରେ ମନ୍ଦିର ପରିସରରୁ ପ୍ରତିବର୍ଷ ଭଳି ଅସ୍ଥାୟୀ ଯାତ୍ରା ପୀଠକୁ ଶୁଭଖୁଣ୍ଟି ଅଣାଯିବ ବୋଲି ମୁଖ୍ୟ ପୁରୋହିତ ପଣ୍ଡିତ ସନାତନ ରଥଙ୍କ ଠାରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ଜନ୍ମଦିନରେ ଭାସିଯାଇ ଥିଲେ ଯୁବକ, ଦିନକ ପରେ ମିଳିଲା…

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ମାନେଶ୍ୱରସ୍ଥିତ ମାଳତୀଯୋରରେ ଭାସିଯାଇ ନିଖୋଜ ପ୍ରବାସୀ ଶ୍ରମିକ ପ୍ରକାଶ ସରଣ(୨୧)ଙ୍କ ମୃତଦେହକୁ ମାନେଶ୍ୱରର ଅଗ୍ନିଶମ ବାହିନୀ ଶୁକ୍ରବାର ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri