ସାରା ବିଶ୍ୱରେ ପୁଣିଥରେ ହାହାକାର କରିପାରେ କରୋନା, ଚାଇନାରେ ବିଏଫ.୭ ବିଗାଡିଲାଣି ସ୍ଥିତି, ଡବ୍ଲୁଏଚଓ ମାଗିଲା କରୋନା ଡାଟା

ଜେନେଭା,୨୨ ।୧୨: ଚାଇନାରେ ବ୍ୟାପି ଚାଲିଥିବା କରୋନା ସଂକ୍ରମଣ ପୁଣିଥରେ ସାରା ବିଶ୍ୱର ଚିନ୍ତାକୁ ବଢାଇ ଦେଲାଣି । କିଛି ମିଡିଆ ରିପୋର୍ଟରେ କୁହାଯାଉଛି କି ପ୍ରତି ସପ୍ତାହରେ ଚାଇନାରେ ହଜାର ହଜାର ଲୋକଙ୍କ ଜୀବନ ଯାଉଛି । ହେଲେ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚଓ) କରୋନା ସହିତ ଜଡିତ ସଂଖ୍ୟାକୁ ନେଇ ଚିନ୍ତା ପ୍ରକଟ କରିଛି । ଏଥିପାଇଁ ଡବ୍ଲୁଏଚଓ ମହାନିର୍ଦ୍ଦେଶକ ଟେଡ୍ରୋସ ଅଦନୋମ ଘେବ୍ରିୟେସସ ବୁଧବାର ପୁଣିଥରେ ଚାଇନାଠାରୁ କରୋନା ମହମାରୀ ଉତ୍ପତ୍ତ୍‌ିକୁ ଭଲଭାବେ ବୁଝିବାକୁ ଅନୁରୋଧିତ ଡାଟା ସାର୍ବଜନିକ କରିବାକୁ କହିଛନ୍ତି ।
ଡବ୍ଲୁଏଚଓ ମୁଖ୍ୟ ଘେବ୍ରିୟେସସ ଏକ ପ୍ରେସ କନଫରେନ୍ସରେ କହିଛନ୍ତି କୋଭିଡ-୧୯ ପରେ ସ୍ଥିତି ଏବେ ପର୍ଯ୍ୟନ୍ତ ଆମ ବୁଝିବା ବାହାରେ ରହିଛି । ଆହୁରି ମଧ୍ୟ ଆମେ ବୁଝିପାରୁନୁ ଯେ ଦୀର୍ଘ ସମୟ ଧରି ସଂକ୍ରମଣରେ ପୀଡ଼ିତ ଲୋକଙ୍କର ଚିକିତ୍ସା କେମିତି କରାଯିବ । ସେ ଆହୁରି ମଧ୍ୟ କହିଛନ୍ତି ମହାମାରୀର ଆରମ୍ଭ କେମିତି ହେଲା ଏହା ବୁଝିବା ପାଇଁ ସଠିକ ଡାଟାର ଆଶ୍ୟକତା ରହିଛି ।
ସେ କହିଛନ୍ତି କୋଭିଡର ସମସ୍ତ ଡାଟା ଦେବାକୁ ଆମେ ଚାଇନାକୁ ଅନୁରୋଧ କରିଛୁ । ଏହାସହ ଟେଡ୍ରୋସ କରୋନା ଭଳି ମହାମାରୀ ବଢି ଚାଲିଥିବା ଓ ଏହାସହ ଚାଇନାରେ ବିକଶିତ ସ୍ଥିତିକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି । ଯଦି ଚାଇନା ଉତ୍ପତ୍ତିର ସଠିକ କାରଣ ନ ଜଣାପଡୁଛି ତେବେ ପୁଣିଥରେ ଏହି ମହାମାରୀ ସାରା ବିଶ୍ୱରେ ହାହାକାର ସୃଷ୍ଟି କରିପାରେ ବୋଲି ଡବ୍ଲୁଏଚଓ ମହାନିର୍ଦ୍ଦେଶକ ଟେଡ୍ରୋସ ଆଶଙ୍କା ପ୍ରକଟ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ…

ସଂସଦର ସବୁଠାରୁ ଧନୀ ଏମ୍ପି କିଏ? ଜାଣନ୍ତୁ କେଉଁ ଦଳ ସବୁଠାରୁ ଅଧିକ ମାଲାମାଲ୍!

ନୂଆଦିଲ୍ଲୀ,୩୦।୬: ଦେଶର ସଂସଦରେ ରାଜନୀତି ସହିତ ସମ୍ପତ୍ତିର ପରିମାଣ ମଧ୍ୟ ନୂଆ ରେକର୍ଡ ସୃଷ୍ଟି କରୁଛି। ଗୋଟିଏ ପଟେ ଲୋକ ସଭାରେ କୋଟିପତି ଏମ୍ପିଙ୍କ ସଂଖ୍ୟା କ୍ରମାଗତ…

ଇପିଏଫ କି ପେନସନ ନାହିଁ: ୪୧ ବର୍ଷ ସରକାରୀ ସେବାପରେ ବିନା ସୁବିଧାରେ ଅବସର ନେଲେ ତ୍ରିନାଥ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ କାର୍ଯ୍ୟରତ ଥିବା ପିଅନ ତ୍ରିନାଥ ପ୍ରଧାନ ମଙ୍ଗଳବାର କର୍ମମୟ ଜୀବନରୁ ଅବସର ନେଇଛନ୍ତି। ଏନେଇ…

ଛାତ୍ରୀକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ କରୁଥିଲେ ଯୁବକ, ହଠାତ୍…

ଧୂଷୁରୀ/ଅସୁରାଳି,୩୦।୬( ଦୀପ୍ତି ରଞ୍ଜନ ନାୟକ/ସନ୍ତୋଷ ସାହୁ ) : ଧୂଷୁରୀ ଥାନା ଅଧୀନ ଫତେପୁର ପଞ୍ଚାୟତର ଫତେପୁର ଗ୍ରାମର ଜଣେ ୩୩ ବର୍ଷୀୟ ଯୁବକ ନିକଟସ୍ଥ ଗାଁର…

ଅମାଠ ବେହେରା ରାଇସ ମିଲ ସିଲ୍‌: ଜିଲାପାଳଙ୍କ ଆଦେଶ ଅବମାନନା ଅଭିଯୋଗ

କେସିଙ୍ଗା,୩୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଅମାଠ ଛକସ୍ଥିତ ବେହେରା ରାଇସ ମିଲ ଏବଂ ଗୋଟିଏ ଗୋଦାମକୁ ମଙ୍ଗଳବାର ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଏସିଏସଓ…

ବାବୁଙ୍କ ଘରେ ବିଡ଼ା ବିଡ଼ା ଟଙ୍କା ଦେଖି ଭିଜିଲାନ୍ସ ଚକିତ: ୨୦ରୁ ଅଧିକରୁ ପ୍ଲଟ୍‌ ସହ ଘରୁ ମିଳିଲା…

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ପ୍ରତିଷ୍ଠାନ(ଏଷ୍ଟାବ୍ଲିଶମେଣ୍ଟ) ଅଧିକାରୀ ତଥା କାର୍ଯ୍ୟାଳୟ ଅଧିକ୍ଷକ ଧନୁର୍ଦ୍ଧର ବିଶ୍ୱାଳଙ୍କ ନାମରେ ଆୟ ବର୍ହିଭୂତ…

ବଢିଲା ରବି ଧାନ ସଂଗ୍ରହ ଅବଧି: ଯୋଗାଣ ମନ୍ତ୍ରୀ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୩୦।୬: ରବି ଧାନ ସଂଗ୍ରହ ଅବଧି ଜୁଲାଇ ୩ ତାରିଖ ଯାଏ ବୃଦ୍ଧି କରିଛନ୍ତି ସରକାର। ଅବଧି ବୃଦ୍ଧି ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା…

ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା: ମାତୃ-ଶିଶୁ ବିଭାଗର ଲିଫ୍ଟ ଅଚଳ, ଆସୁନି ପାଣି

ପଦ୍ମପୁର,୨୯ା୬(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡର ଏକମାତ୍ର ଭରସାଯୋଗ୍ୟ ସରକାରୀ ଉପଖଣ୍ଡ ଡାକ୍ତରଖାନାରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଦୁର୍ଘଟଣାଗ୍ରସ୍ତ କିମ୍ବା ଗୁରୁତର ରୋଗୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri