କିଛି ଦେଶରେ ଆସିପାରେ କରୋନାର ଆଉ ଏକ ଲହର: ଡବ୍ଲୁଏଚଓ ଚିଫ୍ ସାଇଣ୍ଟିଷ୍ଟଙ୍କ ଚେତାବନୀ

ଜେନେଭା,୨୧ ।୧୦: ଦେଶରେ ଏବେ ଉତ୍ସବର ସମୟ ଚାଲିଥିବା ବେଳେ ଏହାରି ଭିତରେ କରୋନାର ଓମିକ୍ରନ ଭାରିଏଣ୍ଟର ସବ ଭାରିଏଣ୍ଟ ଏକ୍ସବିବି ଡରାଇବା ଆରମ୍ଭ କରି ଦେଇଛି । ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନର ମୁଖ୍ୟ ବୈଜ୍ଞାନିକ ବା ଚିଫ ସାଇଣ୍ଟିଷ୍ଟ ସୌମ୍ୟା ସ୍ୱାମିନାଥନ ଚେତାବନୀ ଦେଇ କହିଛନ୍ତି, କିଛି ଦେଶରେ ଓମିକ୍ରନର ସବ ଭାରିଏଣ୍ଟ ଏକ୍ସବିବି କାରଣୁ କୋଭିଡ ସଂକ୍ରମଣର ଆଉ ଏକ ଲହର ଆସିପାରେ ।
ସ୍ୱାମିନାଥନ କହିଛନ୍ତି ଓମିକ୍ରନର ୩୦୦ରୁ ଅଧିକ ସବଭାରିଏଣ୍ଟ ରହିଛି । ହେଲେ ଏବେ ଚିନ୍ତାର କାରଣ ହେଉଛି ଏକ୍ସବିବି । ଏହା ପ୍ରତିରକ୍ଷା ତନ୍ତ୍ର ବା ଇମ୍ୟୁନୋ ସିଷ୍ଟମଠାରୁ ବଞ୍ଚିବାର କ୍ଷମତା ରଖିଛି । ଏହାର ଅର୍ଥ ହେଉଛି ଆଣ୍ଟିବଡିର ଏହା ଉପରେ କୌଣସି ପ୍ରଭାବ ପଡିବ ନାହିଁ । ଏଥିପାଇଁ ଏକ୍ସବିବି କାରଣରୁ କିଛି ଦେଶରେ କରୋନାର ଆଉ ଏକ ଲହର ଦେଖିବାକୁ ପଡିବ । ସ୍ୱାମିନାଥନ କହିଛନ୍ତି ଏକ୍ସବିବି ଭାରଏଣ୍ଟ ସଂକ୍ରମଣ ବୃଦ୍ଧି ପାଉଥିବାରୁ ସମସ୍ତେ ସତର୍କ ରହିବା ସହ ମାସ୍କ ପିନ୍ଧିବା ଜରୁରୀ । ଏପଟେ କେତେଜଣ ଚିକିତ୍ସକଙ୍କ ମତ ଯେ ମାସ୍କ ନ ପିନ୍ଧିଲେ ଯଦିଓ ଜରିମାନା ଦେବାକୁ ପଡିବ ନାହିଁ , ତଥାପି ଏବେ ପାଣିପାଗ ପରିବର୍ତ୍ତନ ଓ ଉତ୍ସବର ଋତୁ ଚାଲୁଥିବାରୁ ଭିଡ ସ୍ଥାନକୁ ନ ଯିବା ଓ ଯେଉଁମାନେ ଭିଡ ସ୍ଥାନକୁ ଯାଉଛନ୍ତି ସେମାନେ ମାସ୍କ ପିନ୍ଧିବା ଭଲ । କାରଣ କରୋନା ଏବେବି ଆମ ଗହଣରେ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଲସ୍କର ଆତଙ୍କୀ ଶବିର ଲୋନ ଗିରଫ, ISIର ନିର୍ଦ୍ଦେଶରେ ରଚୁଥିଲା ଷଡଯନ୍ତ୍ର

ନୂଆଦିଲ୍ଲୀ,୩୦ା୩: ଜାତୀୟ ରାଜଧାନୀ ଦିଲ୍ଲୀରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍ ଦିଲ୍ଲୀ ସୀମାରୁ ଲସ୍କର ଆତଙ୍କବାଦୀ ଶବିର ଅହମ୍ମଦଙ୍କୁ ଗିରଫ…

ମ୍ୟାଚ ମଧ୍ୟଭାଗରେ ଖୋଲିଲା ରିଙ୍କୁ ସିଂହ ଭାଗ୍ୟ, ପ୍ରଥମ IPL ମ୍ୟାଚରେ ଘଟିଲା…

ନୂଆଦିଲ୍ଲୀ,୩୦।୩: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ସିଜିନର ପ୍ରଥମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ ପରାଜୟ ବରଣ କରିଥିଲା। ଅଧିନାୟକ ଅଜିଙ୍କ୍ୟ ରାହାଣେ – ଯିଏ ତାଙ୍କ…

କାରବାର ଆରମ୍ଭ ହେବା ମାତ୍ରେ ଖସିଲା ଶେୟାର ମାର୍କେଟ୍‌, ସେନ୍‌ସେକ୍ସ ହ୍ରାସ ପାଇ…

ନୂଆଦିଲ୍ଲୀ,୩୦ା୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ସୋମବାର ଭାରତୀୟ ଷ୍ଟକ୍‌ ବଜାର ହ୍ରାସ ପାଇଛି। ବିଏସ୍‌ଇର ୩୦-ଶେୟାର ସୂଚକାଙ୍କ, ସେନସେକ୍ସ ୧୦୧୮…

ବିଧାୟକ ପଦରୁ ଇସ୍ତଫା ଦେଲେ ନବୀନ, ଏବେ କିଏ ହେବେ ବାଙ୍କିପୁରରୁ ପ୍ରାର୍ଥୀ ଉଠିଲାଣି ପ୍ରଶ୍ନ

ପାଟନା,୩୦।୩: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ବିଧାନସଭା ସଦସ୍ୟ (ଏମଏଲଏ) ପଦରୁ ଇସ୍ତଫା ଦେଇଛନ୍ତି। ସେ ବିହାର ଭାଜପା ୟୁନିଟର ସଭାପତି ସଞ୍ଜୟ ସରାଓଗୀଙ୍କୁ ତାଙ୍କ…

କପୁର ପରିବାରରେ ଖୁସିର ଲହରୀ, ଅଜା ହେଲେ ଅନିଲ କପୁର

ମୁମ୍ବାଇ: ଅଭିନେତ୍ରୀ ସୋନମ କପୁର ତାଙ୍କ ସ୍ବାମୀ ଆନନ୍ଦ ଆହୁଜାଙ୍କ ସହ ତାଙ୍କର ଦ୍ୱିତୀୟ ସନ୍ତାନ, ଏକ ଶିଶୁପୁତ୍ରକୁ ସ୍ବାଗତ କରିଛନ୍ତି। ଇନଷ୍ଟାଗ୍ରାମରେ ଏହି ଖୁସି ଖବର…

ଦ୍ରୁତଗାମୀ ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ଅଟୋ, ଚାଲିଗଲା ମହିଳାଙ୍କ ଜୀବନ

ସମ୍ବଲପୁର,୩୦ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥର ଫୁଲଝରଣ ନିକଟରେ ସୋମବାର ସକାଳୁ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଗ୍ୟାସ୍‌ ପାଇଁ ପୁଣି ରାସ୍ତାକୁ ଓହ୍ଲାଇଲେ ଉପଭୋକ୍ତା, କଳାବଜାର ଆଶଙ୍କା କରି…

କେନ୍ଦୁଝର,୩୦ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ରୋଷେଇ ଗ୍ୟାସ ବିତରଣ ସମସ୍ୟା ପ୍ରତିବାଦରେ ସୋମବାର ଗ୍ୟାସ୍‌ ଆଣିବାକୁ ଯାଇଥିବା ଉପଭାକ୍ତା ସିଲିଣ୍ଡର ଧରି ପ୍ରତିବାଦ କରିବା ସହ କେନ୍ଦୁଝର-ଶଙ୍କରପୁର-ବେଲଦା ରାସ୍ତା…

ବିବାହ ବିନା ହୋଇପାରିବେ ଦମ୍ପତି! ସମ୍ପର୍କ ସ୍ଥିର ଥିଲେ ଲିଭ-ଇନ ଦମ୍ପତିଙ୍କୁ ‘ବିବାହିତ’ ଭାବେ ଗ୍ରହଣ କରାଯିବ

ନୂଆଦିଲ୍ଲୀ,୩୦।୩: ଆଜିର ଦ୍ରୁତ ଗତିରେ ବିକଶିତ ହେଉଥିବା ସମାଜରେ, ସମ୍ପର୍କର ପରିଭାଷାରେ ଦ୍ରୁତ ପରିବର୍ତ୍ତନ ହେଉଛି। ଯେଉଁ ସମ୍ପର୍କଗୁଡ଼ିକ ପୂର୍ବରୁ ସାମାଜିକ ଗ୍ରହଣ ପାଇଁ ଚାହିଁ ରହୁଥିଲେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri