Pakistan: ପାକିସ୍ତାନରେ କାହା ପାଖରେ ଅଛି ପରମାଣୁ ଅସ୍ତ୍ରର ରିମୋଟ୍‌? ନାଁ ଜାଣିଲେ ଚମକି ପଡିବେ…

ନୂଆଦିଲ୍ଲୀ, ୨୯।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଏପ୍ରିଲ ୨୨ ତାରିଖରେ ଘଟିଥିବା ଭୟଙ୍କର ଆତଙ୍କବାଦୀ ହମଲା, ଯେଉଁଥିରେ ୨୬ ଜଣ ନିରୀହ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଥିଲା, ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନାକୁ ଚରମ ସୀମାରେ ପହଞ୍ଚାଇଛି। ଯାହା ଏବେ ଯୁଦ୍ଧ ପରସ୍ଥିତିକୁ ଆହୁରି ରୁ ଆହୁରି କୁ ଘନେଇଛି। ଏହି ଘଟଣା ପରେ ଭାରତ ୧୯୬୦ ମସିହାର ଇଣ୍ଡସ ଜଳ ଚୁକ୍ତି ସ୍ଥଗିତ ରଖିଛି, ଅଟାରୀ ସୀମାନ୍ତ ବନ୍ଦ ଏଥିସହ ଆକାଶମାର୍ଗ ବନ୍ଦ କରିଛି ଏବଂ ପାକିସ୍ତାନୀ ନାଗରିକମାନଙ୍କ ପାଇଁ ଭିସା ସେବା ବନ୍ଦ କରିଛି। ପାକିସ୍ତାନ ମଧ୍ୟ ଭାରତୀୟ ବିମାନଗୁଡ଼ିକ ପାଇଁ ଆକାଶମାର୍ଗ ବନ୍ଦ କରି ଓ ଶିମଲା ଚୁକ୍ତି ସ୍ଥଗିତ ରଖି ପାଲଟା ଜବାବ ଦେଇଛି। ଏହା ପୂର୍ବରୁ ପାକ୍‌ ଭାରତକୁ ପରମାଣୁ ଧମକ ଦେଇସାରିଛି। ତେବେ ଜାଣନ୍ତି କି ପାକିସ୍ତାନର ପରମାଣୁ ଅସ୍ତ୍ର ବ୍ୟବହାର କରିବାର ରିମୋଟ କାହା ପାଖରେ ରହିଛି।

ପାକିସ୍ତାନର ପରମାଣୁ ଅସ୍ତ୍ର ନିୟନ୍ତ୍ରଣ ଦାୟିତ୍ୱ ରାଷ୍ଟ୍ରୀୟ କମାଣ୍ଡ ଅଥରିଟି (ଏନସିଏ) ଉପରେ ନ୍ୟସ୍ତ। ଏହି ସଂସ୍ଥା ପାକିସ୍ତାନର ପରମାଣୁ ଅସ୍ତ୍ର ସମ୍ପର୍କିତ ନୀତି ର୍ନିଦ୍ଧାରଣ ଓ ନିୟନ୍ତ୍ରଣ କରେ। ଏନସିଏର ଅଧ୍ୟକ୍ଷ ହେଉଛନ୍ତି ପାକିସ୍ତାନର ପ୍ରଧାନମନ୍ତ୍ରୀ, ବର୍ତ୍ତମାନ ଶେହବାଜ ସରିଫ। ଯୁଦ୍ଧ ପରିସ୍ଥିତିରେ ପରମାଣୁ ଅସ୍ତ୍ର ବ୍ୟବହାର ସମ୍ପର୍କିତ ଚୂଡ଼ାନ୍ତ ନିଷ୍ପତ୍ତି ଏନସିଏ ନେଇଥାଏ, ଯେଉଁଥିରେ ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଅନ୍ୟ ବରିଷ୍ଠ ସାମରିକ ଓ ବେସାମରିକ ନେତାମାନେ ସାମିଲ ହୋଇଥା’ନ୍ତି। ଏହି ସଂସ୍ଥାରେ ପାକିସ୍ତାନର ସେନା ମୁଖ୍ୟ, ବିଦେଶ ମନ୍ତ୍ରୀ ଏବଂ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ଅଧିକାରୀମାନେ ରହିଛନ୍ତି।

ସୂଚନା ଅନୁଯାୟୀ, ପାକିସ୍ତାନର ପରମାଣୁ ଅସ୍ତ୍ର ସମ୍ପୂର୍ଣ୍ଣ ଭାବେ ଏନସିଏର ନିୟନ୍ତ୍ରଣାଧୀନ ରହିଛି, ଏବଂ କୌଣସି ସାମରିକ ଜେନେରାଲ ଏକାକୀ ଭାବେ ଏହାର ବ୍ୟବହାର ନିଷ୍ପତ୍ତି ନେଇପାରିବେ ନାହିଁ। ଏକ୍ସ ପୋଷ୍ଟରେ ଦାବି କରାଯାଇଥିଲା ଯେ ପାକିସ୍ତାନ ଓ ଭାରତରେ ସାମରିକ ଜେନେରାଲମାନେ ପରମାଣୁ ଅସ୍ତ୍ର ବ୍ୟବହାର କରିପାରନ୍ତି, କିନ୍ତୁ ଏହା ଭୁଲ ବୋଲି ସ୍ପଷ୍ଟ ହୋଇଛି। ଭାରତରେ ମଧ୍ୟ ପରମାଣୁ ଅସ୍ତ୍ର ନିୟନ୍ତ୍ରଣ ପ୍ରଧାନମନ୍ତ୍ରୀଙ୍କ ଅଧୀନରେ ଥାଏ।

ପହଲଗାମ ହମଲା ପରେ ପାକିସ୍ତାନରୁ ପରମାଣୁ ଅସ୍ତ୍ର ବ୍ୟବହାରର ଧମକ ସାମ୍ନାକୁ ଆସିଛି। ପାକିସ୍ତାନର ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ନଜମ ସେଠୀ ଭାରତ ବିରୋଧରେ ପରମାଣୁ ବୋମା ପକାଇବାର ଧମକ ଦେଇଛନ୍ତି। ସେହିପରି ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫ ମଧ୍ୟ ଏକ ସାକ୍ଷାତକାରରେ ସମ୍ପୂର୍ଣ୍ଣ ଯୁଦ୍ଧର ସମ୍ଭାବନା ପ୍ରକାଶ କରି ଆନ୍ତର୍ଜାତୀୟ ସମୁଦାୟକୁ ଚିନ୍ତିତ ହେବାକୁ କହିଛନ୍ତି। ତେବେ, ଆସିଫ ପରେ ଦାବି କରିଛନ୍ତି ଯେ ତାଙ୍କ ବୟାନକୁ ଭୁଲ ଭାବେ ଉପସ୍ଥାପନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri