Posted inଖେଳ

ସ୍ପିନ୍‌ ବୋଲିଂରେ ଭାରତୀୟ ବ୍ୟାଟ୍ସମ୍ୟାନଙ୍କୁ ଆଣ୍ଠେଇ ଥିବା ଦୁନିଥ କିଏ?ଜାଣନ୍ତୁ…

କଲମ୍ବୋ,୧୨।୯: ପାକିସ୍ତାନ ବିପକ୍ଷ ଏସିଆ କପ୍‌ ସୁପର ୪ ପର୍ଯ୍ୟାୟ ମ୍ୟାଚ୍‌ରେ ଭାରତ ୨୨୮ ରନ୍‌ରେ ପାକିସ୍ତାନକୁ ପରାସ୍ତ କରିଥିଲା। ଭାରତୀୟ ଶୀର୍ଷକ୍ରମ ବ୍ୟାଟ୍ସମ୍ୟାନ୍‌ ପାକିସ୍ତାନ ବିପକ୍ଷରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିଲେ। ହେଲେ ୨୪ ଘଣ୍ଟା ପରେ ଶ୍ରୀଲଙ୍କା ବିପକ୍ଷରେ ଭାରତୀୟ ଟପ୍‌ ବ୍ୟାଟ୍ସମ୍ୟାନ୍‌ମାନେ ଯୁବ ସ୍ପିନର ଦୁନିଥ ଓ୍ବେଲାଲଗେଙ୍କ ବଲ୍‌କୁ ସାମ୍ନା କରିପାରିନାହାନ୍ତି। ଦୁନିଥ ନିଜର ପ୍ରଭାବୀ ସ୍ପିନ୍‌ ବଳରେ ଶୁଭମନ ଗିଲ, ରୋହିତ ଶର୍ମା, ବିରାଟ କୋହଲି ଏବଂ କେ ଏଲ୍‌ ରାହୁଲଙ୍କ ଉଇକେଟ ନେବାରେ ସଫଳ ହୋଇଛନ୍ତି। ଏହି ବ୍ୟାଟ୍ସମ୍ୟାନମାନେ ପାକିସ୍ତାନ ବିପକ୍ଷରେ ଭଲ ବ୍ୟାଟିଂ କରିଥିଲେ।
ଦୁନିଥ ନିଜର ପ୍ରଥମ ୩ ଓଭରରେ ୪ ରନ୍‌ ଦେଇ ୩ ଉଇକେଟ ନେଇଥିଲେ। ଏଥିରୁ ଗୋଟିଏ ଓଭର ମେଡେନ ଥିଲା। ତାଙ୍କ ଯୋଗୁ ଭାରତ ସ୍କୋର ୮୦/୦ରୁ ୯୩/୩ ଉଇକେଟରେ ପହଞ୍ଚିଥିଲା। ଏହାପରେ କେ ଏଲ୍‌ ରାହୁଲ ଏବଂ ଈଶାନ କିଷନଙ୍କ ଭାଗିଦାରି ମଧ୍ୟ ସେ ଭାଙ୍ଗିଥିଲେ। ଏହାପରେ ସେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଆଉଟ୍‌ କରି ନିଜର ୫ ଉଇକେଟ ପୂରଣ କରିଥିଲେ।
ଆସନ୍ତୁ ଜାଣିବା ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କୁ ଆଣ୍ଠେଇ ଥିବା ଦୁନିଥ କିଏ?
ଦୁନିଥ  ଓ୍ବେଷ୍ଟଇଣ୍ଡିଜ ଅଧ୍ୟକ୍ଷତାରେ ଆୟୋଜିତ ଅଣ୍ଡର ୧୯ ବିଶ୍ୱକପ୍‌ ୨୦୨୨ରେ ନିଜର ଅଲରାଉଣ୍ଡ ପ୍ରଦର୍ଶନକୁ ନେଇ ଚର୍ଚ୍ଚାକୁ ଆସିଥିଲେ। ସେ ବିଶ୍ୱକପ୍‌ରେ ଖେଳିଥିବା ୬ ମ୍ୟାଚ୍‌ରେ ସେ ୧୭ ଉଇକେଟ ନେଇଥିବା ବେଳେ ୨୬୪ ରନ୍‌ ମଧ୍ୟ କରିଥିଲେ। ଏହାପରେ ତାଙ୍କୁ ଅଷ୍ଟ୍ରେଲିଆ ବିପକ୍ଷ ଘରୋଇ ସିରିଜରେ ଡେବ୍ୟୁ କରିବାର ସୁଯୋଗ ମିଳିଥିଲା। ସେ ୧୯ ବର୍ଷରେ ଜାତୀୟ ଦଳ ଲାଗି ଡେବ୍ର କରିଥିଲେ। ହେଲେ ପ୍ରାରମ୍ଭିକ ଦିନରେ ସେ ମାତ୍ର ୧୨ ମ୍ୟାଚ୍‌ରେ ୧୩ ଉଇକେଟ ନେଇପାରିଥିଲେ। ୩/୪୨ ତାଙ୍କର ଶ୍ରେଷ୍ଠ ପ୍ରଦର୍ଶନ ଥିଲା। ଏବେ ସେ ଭାରତ ବିପକ୍ଷରେ ଘରୋଇ ପିଚ୍‌ରେ ପ୍ରଭାବୀ ବୋଲିଂ କରି ଆଲୋଚନାର ପରିସରକୁ ଆସିଛନ୍ତି। ଯଦି ତାଙ୍କର ଏଭଳି ପ୍ରଦର୍ଶନ ରୁହେ ତେବେ ତାଙ୍କୁ ବିଶ୍ୱକପ୍‌ ଟିମ୍‌ରେ ସୁଯୋଗ ମିଳିପାରେ ବୋଲି କୁହାଯାଉଛି।

Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri